ଓଡ଼ିଆ ପକ୍ଷରେ କ୍ୟାମ୍ପସ ସଫେଇ: ଓଡ଼ିଆ ଅସ୍ମିତା ଉପରେ ସଚେତନ କରାଇବା ଲକ୍ଷ୍ୟ

ଭଞ୍ଜନଗର,୬।୪(ବାବୁଲା ପ୍ରଧାନ): ଓଡ଼ିଆ ପକ୍ଷ ଅବସରରେ ସୋମବାର ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ସଫେଇ କାର୍ଯ୍ୟକ୍ରମ ହୋଇଥିଲା। ଅଧକ୍ଷ ବିଭାସ କୁମାର ଦାସଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏହି ସଫେଇ କାର୍ଯ୍ୟକ୍ରମ ହୋଇଥିଲା। ଏଥିରେ ଜାତୀୟ ସେବା ଯୋଜନା ଶାଖା ୧ ଓ ୨ ସ୍ବେଚ୍ଛାସେବୀ, ଏନସିସି ଆର୍ମି ୱିଙ୍ଗ, ନାଭାଲ ୱିଙ୍ଗ, ରେଡକ୍ରସ ସମେତ ଅନ୍ୟାନ୍ୟ ବିଭାଗର ଛାତ୍ରୀଛାତ୍ରମାନେ ଯୋଗଦେଇ ସଫେଇ କରିଥିଲେ। ଏପ୍ରିଲ ପହିଲାରୁ ଆରମ୍ଭ ହୋଇଥିବା ଏହି ପକ୍ଷରେ ବିଭିନ୍ନ ଦିବସରେ ବିଭିନ୍ନ କାର୍ଯ୍ୟକ୍ରମ ହେଉଛି। ପୂର୍ବରୁ ରକ୍ତଦାନ ସମେତ ଅନ୍ୟାନ୍ୟ କାର୍ଯ୍ୟକ୍ରମ କଲେଜରେ ହୋଇଥିବାବେଳେ ଆଜି ସଫେଇ କାର୍ଯ୍ୟକ୍ରମ ହୋଇଥିଲା। ଓଡ଼ିଆ ଅସ୍ମିତା ଉପରେ ଛାତ୍ରୀଛାତ୍ରଙ୍କୁ ସଚେତନ କରାଇବା ଏହି ଯୋଜନାର ମୂଳ ଲକ୍ଷ୍ୟ । ଆଜିର କାର୍ଯ୍ୟକ୍ରମକୁ ପରିଚାଳନା କରିବାରେ କଲେଜର ସମସ୍ତ ଅଧ୍ୟାପିକାଅଧ୍ୟାପକ ସହଯୋଗ କରିଥିଲେ।

 

Dharitri – Odisha’s No.1 Odia Daily

 

Share