ଯୁକ୍ତ ୨ ଦ୍ୱିତୀୟ ବର୍ଷର ୯ ଛାତ୍ରଙ୍କୁ କ୍ୟାମ୍ପସ ମନା

ବ୍ରହ୍ମପୁର ଅଫିସ,୨୨।୧୧: ଗଞ୍ଜାମ ଜିଲା ଖଲ୍ଲିକୋଟ କନିଷ୍ଠ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଶନିବାର ଯୁକ୍ତ ୨ ପ୍ରଥମ ବର୍ଷ ଛାତ୍ରୀଙ୍କ ସହ ରାଗିଂ ନେଇ ଅଭିଯୋଗ ହୋଇଥିଲା। ସୋମବାର ଶିକ୍ଷାନୁଷ୍ଠାନ ପକ୍ଷରୁ ଏହି ଘଟଣାରେ ସମ୍ପୃକ୍ତ ଥିବା ମହାବିଦ୍ୟାଳୟର ଯୁକ୍ତ ୨ କଳା ଦ୍ୱିତୀୟ ବର୍ଷର ୯ ଜଣ ଛାତ୍ରଙ୍କୁ ଚିହ୍ନଟ କରାଯାଇ ସେମାନଙ୍କୁ ଅନ୍ୟାଦେଶ ପର୍ଯ୍ୟନ୍ତ କ୍ୟାମ୍ପସ ଭିତରକୁ ପ୍ରବେଶ ବାରଣ କରାଯାଇଛି। ଅଧ୍ୟକ୍ଷ ରାଧାକାନ୍ତ ନାୟକ କହିଛନ୍ତି, ଏହି ଛାତ୍ରମାନେ ପୂର୍ବରୁ ମଧ୍ୟ ବିଶୃଙ୍ଖଳିତ ଆଚରଣ ପ୍ରଦର୍ଶନ କରିଥିବା ନେଇ ବ୍ରହ୍ମପୁର ଏସ୍‌ପି ଓ ଟାଉନ ଥାନା ଅଧିକାରୀଙ୍କୁ ଜଣାଇ ଦିଆଯାଇଛି। ରାଗିଂ ଘଟଣାରେ ମଧ୍ୟ ଏମାନଙ୍କ ସମ୍ପୃକ୍ତି ଥିବା ଜଣାପଡ଼ିଛି। ଏଣୁ ମହାବିଦ୍ୟାଳୟ ଆଣ୍ଟି ରାଗିଂ ସେଲ୍‌ ପକ୍ଷରୁ ନିଆଯାଇଥିବା ନିଷ୍ପତ୍ତି ଅନୁସାରେ ଉକ୍ତ ଘଟଣାର ତଦନ୍ତକୁ ନେଇ ଆଗାମୀ ନୋଟିସ ଜାରି ନ ହେବା ପର୍ଯ୍ୟନ୍ତ ଏହି ଛାତ୍ରମାନେ କ୍ୟାମ୍ପସ ପରିସରକୁ ପଶିପାରିବେ ନାହିଁ। ଆଣ୍ଟି ରାଗିଂ ସେଲ୍‌ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଥିବା କନ୍‌ଭେନର ଡ. ଏ.କେ. ସେଠୀ ଅଧ୍ୟକ୍ଷଙ୍କୁ ଜଣାଇଥିଲେ। ଏହାପରେ ଚିଠି ନମ୍ବର ୧୧୬୩/୨୨ରେ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି।
ଖଲ୍ଲିକୋଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଶନିବାର ଛାତ୍ରୀଙ୍କୁ ରାଗିଂ ଘଟଣା ଦୃଷ୍ଟିକୁ ଆସିଥିଲା। ଜନୈକା ଛାତ୍ରୀଙ୍କୁ ଶିକ୍ଷାନୁଷ୍ଠାନର ଯୁକ୍ତ ୨ ଦ୍ୱିତୀୟ ବର୍ଷର କେତେକ ଛାତ୍ର ଗାଳିଗୁଲଜ, ଖରାପ ଇଙ୍ଗିତ ଓ ଟଣାଓଟରା କରିଥିବା ନେଇ ଅଧ୍ୟକ୍ଷଙ୍କ ନିକଟରେ ଅଭିଯୋଗ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ମୁହାଁ ନିଆଁକୁ ଆୟତ୍ତ କଲେ କୁନିକୁନି ପିଲା

ପାଟଣା,୧ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଦିନକୁ ଦିନ ତାପମାତ୍ରା ବୃଦ୍ଧି ପାଉଛି। ସେହି ଅନୁପାତରେ ପାଟଣା ରେଞ୍ଜରେ ପ୍ରତି ଦିନ ଜଙ୍ଗଲ ନିଆଁ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ ପଡି ବୃଦ୍ଧା ମୃତ

କୋରାପୁଟ,୧ା୫: (ଅମିତାଭ ବେହେରା ) ବୁଧବାର କୋରାପୁଟ ସହରର ହାଟ ପଦା ଅଂଚଳରେ ଏକ ଅଭାବନୀୟ ଘଟଣା ଘଟିଛି। କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ...

ପୋର୍ଟ ଭିତରୁ କୋଇଲା ଚାଲାଣ ଘଟଣା: ୫ ଜଣଙ୍କୁ ଗିରଫ କଲା ପୋଲିସ

ପାରାଦୀପ,୧ା୫(ଶରତ ରାଉତ): ପାରାଦୀପ ଆଦର୍ଶଥାନା ପୋଲିସ ୩ ଦିନର ତଦନ୍ତ ପରେ ବୁଧବାର ଚୋରା କୋଇଲା ଟ୍ରକ୍‌ ସମ୍ପର୍କରେ କାର୍ଯ୍ୟାନୁଷ୍ଠାନ ନେଇଛି। କେସ୍‌ ନଂ ୧୨୨/୨୪ରେ...

ବାଇକ୍‌ ସହ ପିଟିହେଲା ବାଇକ୍‌: ୨ ଜଣଙ୍କ ଜୀବନ ଗଲା, ୨ ଆହତ

ଛତ୍ରପୁର,୧ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ବାଟ ଛତ୍ରପୁର ଗ୍ରାମ ନିକଟ କାଜୁ ଫ୍ୟାକ୍ଟରି ସମ୍ମୁଖ ରାଜପଥରେ ବାଇକ୍‌ ସହ ବାଇକ ଧକ୍କାରେ...

ଦଳିତ ପରିବାରରେ କେନ୍ଦ୍ର ମନ୍ତ୍ରୀଙ୍କ ଭୋଜନ

ଭବାନୀପାଟଣା,୧।୫ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଉଦେଶୃଙ୍ଗ ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବରେ କେନ୍ଦ୍ର ମନ୍ତ୍ରୀ ଭୁପେନ୍ଦ୍ର ସିଂହ ଯାଦବ...

ଭାଜପାରେ ଯୋଗଦେଲେ ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ

ସମ୍ବଲପୁର,୧ା୫: ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ‌ଙ୍କ ଉପସ୍ଥିତିରେ ଜିଲା ଭାଜପା କାର୍ଯ୍ୟାଳୟରେ ଅନୁଷ୍ଠିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri