ଯୁକ୍ତ ୨ ଦ୍ୱିତୀୟ ବର୍ଷର ୯ ଛାତ୍ରଙ୍କୁ କ୍ୟାମ୍ପସ ମନା

ବ୍ରହ୍ମପୁର ଅଫିସ,୨୨।୧୧: ଗଞ୍ଜାମ ଜିଲା ଖଲ୍ଲିକୋଟ କନିଷ୍ଠ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଶନିବାର ଯୁକ୍ତ ୨ ପ୍ରଥମ ବର୍ଷ ଛାତ୍ରୀଙ୍କ ସହ ରାଗିଂ ନେଇ ଅଭିଯୋଗ ହୋଇଥିଲା। ସୋମବାର ଶିକ୍ଷାନୁଷ୍ଠାନ ପକ୍ଷରୁ ଏହି ଘଟଣାରେ ସମ୍ପୃକ୍ତ ଥିବା ମହାବିଦ୍ୟାଳୟର ଯୁକ୍ତ ୨ କଳା ଦ୍ୱିତୀୟ ବର୍ଷର ୯ ଜଣ ଛାତ୍ରଙ୍କୁ ଚିହ୍ନଟ କରାଯାଇ ସେମାନଙ୍କୁ ଅନ୍ୟାଦେଶ ପର୍ଯ୍ୟନ୍ତ କ୍ୟାମ୍ପସ ଭିତରକୁ ପ୍ରବେଶ ବାରଣ କରାଯାଇଛି। ଅଧ୍ୟକ୍ଷ ରାଧାକାନ୍ତ ନାୟକ କହିଛନ୍ତି, ଏହି ଛାତ୍ରମାନେ ପୂର୍ବରୁ ମଧ୍ୟ ବିଶୃଙ୍ଖଳିତ ଆଚରଣ ପ୍ରଦର୍ଶନ କରିଥିବା ନେଇ ବ୍ରହ୍ମପୁର ଏସ୍‌ପି ଓ ଟାଉନ ଥାନା ଅଧିକାରୀଙ୍କୁ ଜଣାଇ ଦିଆଯାଇଛି। ରାଗିଂ ଘଟଣାରେ ମଧ୍ୟ ଏମାନଙ୍କ ସମ୍ପୃକ୍ତି ଥିବା ଜଣାପଡ଼ିଛି। ଏଣୁ ମହାବିଦ୍ୟାଳୟ ଆଣ୍ଟି ରାଗିଂ ସେଲ୍‌ ପକ୍ଷରୁ ନିଆଯାଇଥିବା ନିଷ୍ପତ୍ତି ଅନୁସାରେ ଉକ୍ତ ଘଟଣାର ତଦନ୍ତକୁ ନେଇ ଆଗାମୀ ନୋଟିସ ଜାରି ନ ହେବା ପର୍ଯ୍ୟନ୍ତ ଏହି ଛାତ୍ରମାନେ କ୍ୟାମ୍ପସ ପରିସରକୁ ପଶିପାରିବେ ନାହିଁ। ଆଣ୍ଟି ରାଗିଂ ସେଲ୍‌ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଥିବା କନ୍‌ଭେନର ଡ. ଏ.କେ. ସେଠୀ ଅଧ୍ୟକ୍ଷଙ୍କୁ ଜଣାଇଥିଲେ। ଏହାପରେ ଚିଠି ନମ୍ବର ୧୧୬୩/୨୨ରେ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି।
ଖଲ୍ଲିକୋଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଶନିବାର ଛାତ୍ରୀଙ୍କୁ ରାଗିଂ ଘଟଣା ଦୃଷ୍ଟିକୁ ଆସିଥିଲା। ଜନୈକା ଛାତ୍ରୀଙ୍କୁ ଶିକ୍ଷାନୁଷ୍ଠାନର ଯୁକ୍ତ ୨ ଦ୍ୱିତୀୟ ବର୍ଷର କେତେକ ଛାତ୍ର ଗାଳିଗୁଲଜ, ଖରାପ ଇଙ୍ଗିତ ଓ ଟଣାଓଟରା କରିଥିବା ନେଇ ଅଧ୍ୟକ୍ଷଙ୍କ ନିକଟରେ ଅଭିଯୋଗ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ଖାଦ୍ୟ ସନ୍ଧାନରେ ଗାଁକୁ ପଶିଲା ଦନ୍ତା: ଭାଙ୍ଗିଲା ଘର, ଦଳିଚକଟି ଦେଲା ବ୍ୟାପକ ଧାନ ଫସଲ

ଥୁଆମୂଳ ରାମପୁର, ୬।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି-ରାୟଗଡ଼ା ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଏକ ଦନ୍ତା ହାତୀର ଉପଦ୍ରବ ଯୋଗୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି।…

ଜୁଆଆଡ୍ଡା ଭାଗବଣ୍ଟାକୁ ନେଇ ମହାଭାରତ: ଗୋଷ୍ଠୀ ସଂଘର୍ଷ, ମନ୍ଦିର ହୁଣ୍ଡି ଓ ସ୍କୁଟି ଛଡ଼ାଇ ନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମ ନିକଟରେ ଚାଲିଥିବା ବେଆଇନ ଜୁଆଆଡ୍ଡା ପରିଚାଳନାକୁ ନେଇ ଦୁଇ ଗୋଷ୍ଠୀ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ଭିଏଚ୍‌ପି ପାଇଁ ଅତୁଳନୀୟ ଅବଦାନ: ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ସମାରୋହରେ ମଦନମୋହନ ଦ୍ୱିବେଦୀ ସମ୍ବର୍ଦ୍ଧିତ

ପାଟଣା,୬।୧୦ (ବୀର କିଶୋର ଦାଶ): କଟକସ୍ଥିତ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ମଣ୍ଡପଠାରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ପକ୍ଷରୁ ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ବର୍ଷର ଉଦ୍‌ଘାଟନୀ…

ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ

ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?