Posted inଜାତୀୟ

ଭାଙ୍ଗିପାରେ ମହାବିକାଶ ଅଘାଡ଼ି ମେଣ୍ଟ

ମୁମ୍ବାଇ,୧୯।୧୧: ଭାରତ ଯୋଡ଼ୋ ଯାତ୍ରା ଅବସରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ହିନ୍ଦୁତ୍ୱବାଦୀ ନେତା ବିନାୟକ ଦାମୋଦର ସାବରକରଙ୍କ ସମ୍ପର୍କରେ ଦେଇଥିବା ବିବାଦୀୟ ମନ୍ତବ୍ୟ ମହାବିକାଶ ଅଘାଡ଼ି ମେଣ୍ଟରେ ଫାଟ ସୃଷ୍ଟି କରିଛି। ଶିବସେନା ଏହି ମେଣ୍ଟରେ ରହି ନ ପାରେ ବୋଲି ଏହାର ଏମ୍‌ପି ସଞ୍ଜୟ ରାଉତ ଶୁକ୍ରବାର କହିଛନ୍ତି। ଏନେଇ ଦଳର ନେତା ଉଦ୍ଧବ ଠାକ୍‌ରେ ଖୁବ୍‌ଶୀଘ୍ର ମନ୍ତବ୍ୟ ଦେବେ। ସାବରକର ବ୍ରିଟିଶ ସରକାରଙ୍କୁ ସହଯୋଗ କରୁଥିଲେ ବୋଲି ରାହୁଲ ଏକ ଖବରଦାତା ସମ୍ମିଳନୀରେ କହିବା ସହ ତାଙ୍କ ଲିଖିତ ଏକ ଚିଠି ଦେଖାଇଥିଲେ। ଏହାକୁ ନେଇ ଶିବସେନା ପକ୍ଷରୁ ଗମ୍ଭୀର ପ୍ରତିକ୍ରିୟା ପ୍ରକାଶ ପାଇଛି। ସାବରକର ଆମ ପାଇଁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଏବଂ ଆମେ ତାଙ୍କ ନୀତି ଆଦର୍ଶରେ ବିଶ୍ୱାସ କରୁ। କଂଗ୍ରେସ ଏହା ଉପରେ ପ୍ରଶ୍ନ ଉଠାଇବା ଉଚିତ ନୁହେଁ ବୋଲି ଉଦ୍ଧବଙ୍କ ପୁଅ ତଥା ଶିବସେନା ବିଧାୟକ ଆଦିତ୍ୟ ଠାକ୍‌ରେ କହିଛନ୍ତି। ଶିବସେନା ଉଦ୍ଧବ ଗୋଷ୍ଠୀର ପ୍ରତିକ୍ରିୟା ପରେ ସ୍ଥିତି ସୁଧାରିବାକୁ ଜୟରାମ ରମେଶ ଉଦ୍ୟମ କରିଛନ୍ତି। ରାହୁଲ ଏକ ଐତିହାସିକ ତଥ୍ୟ ଉପସ୍ଥାପନ କରିଛନ୍ତି, ସାବରକରଙ୍କୁ ସେ ଟାର୍ଗେଟ କରି ନ ଥିବା ଜୟରାମ କହିଛନ୍ତି। ୨୦୧୯ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଭାଜପା ଏବଂ ଶିବସେନା ମଧ୍ୟରେ ମତଭେଦ ପରେ ଉଦ୍ଧବଙ୍କ ଦଳ କଂଗ୍ରେସ ଏବଂ ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନ୍‌ସିପି) ସହ ମିଶି ମହାବିକାଶ ଅଘାଡ଼ି ମେଣ୍ଟ ଗଠନ କରିଥିଲେ। ରାଜ୍ୟରେ ମେଣ୍ଟ ସରକାର ଗଢ଼ାହେବା ସହ ଉଦ୍ଧବ ମୁଖ୍ୟମନ୍ତ୍ରୀ ହୋଇଥିଲେ। ଶିବସେନାର ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ଗୋଟିଏ ଗୋଷ୍ଠୀ ବିଦ୍ରୋହ କରିବାରୁ ସରକାର ଭାଙ୍ଗିଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri