Posted inଜାତୀୟ

ଭାଙ୍ଗିପାରେ ମହାବିକାଶ ଅଘାଡ଼ି ମେଣ୍ଟ

ମୁମ୍ବାଇ,୧୯।୧୧: ଭାରତ ଯୋଡ଼ୋ ଯାତ୍ରା ଅବସରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ହିନ୍ଦୁତ୍ୱବାଦୀ ନେତା ବିନାୟକ ଦାମୋଦର ସାବରକରଙ୍କ ସମ୍ପର୍କରେ ଦେଇଥିବା ବିବାଦୀୟ ମନ୍ତବ୍ୟ ମହାବିକାଶ ଅଘାଡ଼ି ମେଣ୍ଟରେ ଫାଟ ସୃଷ୍ଟି କରିଛି। ଶିବସେନା ଏହି ମେଣ୍ଟରେ ରହି ନ ପାରେ ବୋଲି ଏହାର ଏମ୍‌ପି ସଞ୍ଜୟ ରାଉତ ଶୁକ୍ରବାର କହିଛନ୍ତି। ଏନେଇ ଦଳର ନେତା ଉଦ୍ଧବ ଠାକ୍‌ରେ ଖୁବ୍‌ଶୀଘ୍ର ମନ୍ତବ୍ୟ ଦେବେ। ସାବରକର ବ୍ରିଟିଶ ସରକାରଙ୍କୁ ସହଯୋଗ କରୁଥିଲେ ବୋଲି ରାହୁଲ ଏକ ଖବରଦାତା ସମ୍ମିଳନୀରେ କହିବା ସହ ତାଙ୍କ ଲିଖିତ ଏକ ଚିଠି ଦେଖାଇଥିଲେ। ଏହାକୁ ନେଇ ଶିବସେନା ପକ୍ଷରୁ ଗମ୍ଭୀର ପ୍ରତିକ୍ରିୟା ପ୍ରକାଶ ପାଇଛି। ସାବରକର ଆମ ପାଇଁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଏବଂ ଆମେ ତାଙ୍କ ନୀତି ଆଦର୍ଶରେ ବିଶ୍ୱାସ କରୁ। କଂଗ୍ରେସ ଏହା ଉପରେ ପ୍ରଶ୍ନ ଉଠାଇବା ଉଚିତ ନୁହେଁ ବୋଲି ଉଦ୍ଧବଙ୍କ ପୁଅ ତଥା ଶିବସେନା ବିଧାୟକ ଆଦିତ୍ୟ ଠାକ୍‌ରେ କହିଛନ୍ତି। ଶିବସେନା ଉଦ୍ଧବ ଗୋଷ୍ଠୀର ପ୍ରତିକ୍ରିୟା ପରେ ସ୍ଥିତି ସୁଧାରିବାକୁ ଜୟରାମ ରମେଶ ଉଦ୍ୟମ କରିଛନ୍ତି। ରାହୁଲ ଏକ ଐତିହାସିକ ତଥ୍ୟ ଉପସ୍ଥାପନ କରିଛନ୍ତି, ସାବରକରଙ୍କୁ ସେ ଟାର୍ଗେଟ କରି ନ ଥିବା ଜୟରାମ କହିଛନ୍ତି। ୨୦୧୯ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଭାଜପା ଏବଂ ଶିବସେନା ମଧ୍ୟରେ ମତଭେଦ ପରେ ଉଦ୍ଧବଙ୍କ ଦଳ କଂଗ୍ରେସ ଏବଂ ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନ୍‌ସିପି) ସହ ମିଶି ମହାବିକାଶ ଅଘାଡ଼ି ମେଣ୍ଟ ଗଠନ କରିଥିଲେ। ରାଜ୍ୟରେ ମେଣ୍ଟ ସରକାର ଗଢ଼ାହେବା ସହ ଉଦ୍ଧବ ମୁଖ୍ୟମନ୍ତ୍ରୀ ହୋଇଥିଲେ। ଶିବସେନାର ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ଗୋଟିଏ ଗୋଷ୍ଠୀ ବିଦ୍ରୋହ କରିବାରୁ ସରକାର ଭାଙ୍ଗିଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ...

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri