ଅସମ୍ଭାଳ ହେଉଛି କରୋନା, ଜିରୋ ନାଇଟ ସେଲିବ୍ରେସନକୁ ନେଇ ଦ୍ୱନ୍ଦ୍ବ

ନୂଆଦିଲ୍ଲୀ,୨୩।୧୨: ପୁଣି କରୋନା ଦେଖାଇଛି ତାର ପୁରୁଣା ରୂପ। ଦେଶରେ ଦିନକୁ ଦିନ ବଢି ଚାଲିଛି କୋଭିଡର ଏହି ନୂଆ ଭାରିଆଣ୍ଟ ସଂକ୍ରମଣ। ଆଉ ଏଥିପାଇଁ କେନ୍ଦ୍ର ସରକାର ସବୁ ରାଜ୍ୟକୁ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହାରି ଭିତରେ ସବୁଠାରୁ ବଡ କଥା ହେଉଛି, ଓଡିଶାରେ ପ୍ରଥମ କରି କରୋନା ରୋଗୀ ଚିହ୍ନଟ ହେବା, ଯାହା କରୋନା ବ୍ୟାପିବାର ଆଶଙ୍କାକୁ ଆହୁରି ବଢାଇଛି। ଆଗକୁ ଆସୁଛି ନୂଆବର୍ଷ। ଜିରୋ ନାଇଟ ସେଲିବ୍ରେସନର ଧୁମ୍‌ ବି ଚାଲିବ। ନାଚଗୀତରେ ଏକାକାର ହେବେ ଯୁବପିଢି। ପ୍ରଶ୍ନ ଉଠୁଛି ଏଥିପାଇଁ ସରକାର ଆଣିବେନି ତ ନୂଆ କଟକଣା? ଫିକା ପଡିବନି ତ ଜିରୋ ନାଇଟ ସେଲିବ୍ରେସନ? କାହିଁକି ନା କୋଭିଡ ବ୍ୟାପିବାର ମାଧ୍ୟମ ହେଉଛି ନିଜେ ମଣିଷ। ତେବେ ଜଦି ଜିରୋ ନାଇଟ ସେଲିବ୍ରେସନରେ ଏତେ ସଂଖ୍ୟକ ଲୋକ ଏକାଠି ହୁଅନ୍ତି ତେବେ କରୋନା ସଂକ୍ରମଣ ବଢିବାର ଆଶଙ୍କା ସୃଷ୍ଟି କରୁଛି।

ଦେଶରେ ପୁଣି କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଦେଶରେ ଗତ ୨୪ଘଣ୍ଟାରେ ୭୫୨ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ପୂର୍ବ ଦିନ ଏହି ସଂଖ୍ୟା ୪୨୩ ଥିଲା। ମାତ୍ର ଗୋଟିଏ ଦିନର ଅନ୍ତରରେ ଦୁଇଗୁଣା ହୋଇଯାଇଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ନୂଆ ସଂକ୍ରମିତଙ୍କୁ ମିଶାଇଲେ ବର୍ତ୍ତମାନ କରୋନା ସକ୍ରିୟ ମାମଲା ୩,୪୨୦ରେ ପହଞ୍ଚିଛି। ସେହିଭଳି ୪ ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବା ନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଶନିବାର ରିପୋର୍ଟ ପ୍ରକାଶ ପାଇଛି। ତେବେ ଏହା ୨୦୨୩ ମେ’ ୨୧ ପରଠାରୁ ଅର୍ଥାତ ୭ ମାସ ପରେ ସର୍ବାଧିକ ବୋଲି କୁହାଯାଇଛି। JN.୧ ସବ ଭାରିଆଣ୍ଟ ଚିନ୍ତା ବଢାଇ ଥିବାବେଳେ କୋଭିଡ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ତଥ୍ୟ ଅନୁଯାୟୀ, କୋଭିଡରେ ପ୍ରାଣ ହରାଇଥିବା ମୃତକଙ୍କ ମଧ୍ୟରୁ କେରଳରୁ ଦୁଇଜଣ ଏବଂ ରାଜସ୍ଥାନ ଏବଂ କର୍ନାଟକରୁ ଜଣେ ଲେଖାଏ ଅଛନ୍ତି। ବର୍ତ୍ତମାନ ୧୭ଟି ରାଜ୍ୟରେ କୋଭିଡର ସକ୍ରିୟ ମାମଲା ରହିଛି। ନୂଆ ସଂକ୍ରମିତଙ୍କ ମଧ୍ୟରୁ କେରଳରେ ସର୍ବାଧିକ ୨୬୬ ଜଣ ଥିବାବେଳେ କର୍ନାଟକରେ (୭୦), ମହାରାଷ୍ଟ୍ର (୧୫), ତାମିଲନାଡୁ (୧୩) ଏବଂ ଗୁଜୁରାଟରେ ୧୨ ରୋଗୀ ଅଛନ୍ତି। ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତ ସଂଖ୍ୟା ୪.୫୦ କୋଟି(୪,୫୦,୦୭,୯୬୪)ରେ ପହଞ୍ଚିଛି। ଏହି ସଂଖ୍ୟାକୁ ବିଚାରକୁ ନେଲେ ଜିରୋ ନାଇଟ ସେଲିବ୍ରେସନକୁ ଏକ ପ୍ରକାର ସାଂଘାତିକ ରୂପ ସୃଷ୍ଟି ହେବ ବୋଲି ବିଶେଷଜ୍ଞମାନେ କହୁଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

Shubman Gill: ଟିମ୍ ଇଣ୍ଡିଆର ବଡ଼ ନିଷ୍ପତ୍ତି, ପ୍ଲେଇଂ ଇଲେଭେନରୁ ବିଦା ହେଲେ ଶୁଭମନ ଗିଲ୍

ନୂଆଦିଲ୍ଲୀ,୧୭ା୧୨: ଭାରତୀୟ କ୍ରିକେଟ୍ ଦଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି । ଦକ୍ଷିଣ ଆଫ୍ରିକା ବିପକ୍ଷ ଚତୁର୍ଥ ଟି-୨୦ ପାଇଁ ଶୁଭମନ ଗିଲଙ୍କୁ ପ୍ଲେଇଂ ଇଲେଭେନରୁ...

ବନ୍ଧୁକ ଦେଖାଇ ସୃଷ୍ଟି କରୁଥିଲେ ଆତଙ୍କ: ୩ ଜଣଙ୍କୁ ବାନ୍ଧିଲା ପୋଲିସ

ଭବାନୀପାଟଣା,୧୭ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜୁନାଗଡ଼ ପୋଲିସ ଏକ ଡକାୟତି ମାମଲାରେ ୩ ଜଣଙ୍କୁ ଗିରଫ କରି ବୁଧବାର ଅପରାହ୍ନରେ କୋର୍ଟ ଚାଲାଣ କରିଛି। ଗିରଫ...

ପାଟିତୁଣ୍ଡରୁ ତୁମୁଳକାଣ୍ଡ, ଦାଦାକୁ ଠେଙ୍ଗାରେ ପିଟି ହତ୍ୟା କଲା ପୁତୁରା

ଢେଙ୍କାନାଳ,୧୭ା୧୨ (ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଗୋବିନ୍ଦପୁର ଫାଣ୍ଡି ହୁଣ୍ଡି ସାହିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ମଙ୍ଗଳବାର ରାତିରେ...

ବେଆଇନ ବାଲି ଉତ୍ତୋଳନକୁ ନେଇ ତୁମୁଳକାଣ୍ଡ, ମାଫିଆଙ୍କ ଆକ୍ରମଣରେ ୨ ଆହତ

ପାଟଣା,୧୭ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଟାଙ୍ଗରପଡ଼ା ପଞ୍ଚାୟତ ନୂଆପଡ଼ା ବୈତରଣୀ ନଦୀଘାଟରୁ ମଙ୍ଗଳବାର ରାତ୍ରି ବେଆଇନ ବାଲି ଉତ୍ତୋଲାନକୁ ନେଇ ତୁମୁଳ କାଣ୍ଡ...

ସାଇନ୍‌ବୋର୍ଡ ପଡ଼ି ଛାତ୍ର ମୃତ୍ୟୁ ଘଟଣାରେ ଉତ୍ତେଜନା

କୋଟପାଡ଼,୧୭ା୧୨(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ଧାମନାହାଣ୍ଡି ପଞ୍ଚୟତର ୬୩ ନଂ ଜାତୀୟ ରାଜପଥ ୬୩ ପାର୍ଶ୍ୱ ଗାନ୍ଧୀନଗରର ଆବାସିକ ବିଦ୍ୟାଳୟ ପରିସରରେ ପୁରାତନ ୩...

ହସ୍ପିଟାଲରେ ଭର୍ତ୍ତି ହେଲେ ଯଶସ୍ବୀ ଜୟସ୍ବାଲ, ହଠାତ୍ କଣ ହେଲା ଜାଣନ୍ତୁ

ନୂଆଦିଲ୍ଲୀ,୧୭ା୧୨: ଟିମ୍ ଇଣ୍ଡିଆର ଷ୍ଟାର ବ୍ୟାଟ୍ସମ୍ୟାନ୍ ଯଶସ୍ୱୀ ଜୟସ୍ୱାଲଙ୍କୁ ପୁଣେର ଆଦିତ୍ୟ ବିର୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ହରିୟାଣା ବିପକ୍ଷରେ ସୟଦ ମୁସ୍ତାକ ଅଲି ଟ୍ରଫି...

ଇଥିଓପିଆରେ ମୋଦି ମ୍ୟାଜିକ, ପ୍ରଧାନମନ୍ତ୍ରୀ ଆବି ଅହମଦ ଅଲି ବ୍ୟକ୍ତିଗତ ଭାବେ କାର ଚଲାଇ ବିମାନବନ୍ଦରରେ ଛାଡିଲେ

ଆଦିସ ଅବାବା,୧୭।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାରି ଦିନିଆ ତିନୋଟି ଦେଶ ଗସ୍ତରେ ଅଛନ୍ତି। ମଙ୍ଗଳବାର ପ୍ରଧାନମନ୍ତ୍ରୀ ମୋଦି ଇଥିଓପିଆରେ ପହଞ୍ଚିଥିଲେ, ଯେଉଁଠାରେ ଇଥିଓପିଆ ପ୍ରଧାନମନ୍ତ୍ରୀ...

ନବଜାତ ଶିଶୁପତ୍ର, ପ୍ରସୂତିଙ୍କ ମୃତ୍ୟୁର ହେବ ତଦନ୍ତ, ଅଧିକାରୀ କହିଲେ…

କେସିଙ୍ଗା,୧୭ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ପଦାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ ପ୍ରସୂତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri