ଅସମ୍ଭାଳ ହେଉଛି କରୋନା, ଜିରୋ ନାଇଟ ସେଲିବ୍ରେସନକୁ ନେଇ ଦ୍ୱନ୍ଦ୍ବ

ନୂଆଦିଲ୍ଲୀ,୨୩।୧୨: ପୁଣି କରୋନା ଦେଖାଇଛି ତାର ପୁରୁଣା ରୂପ। ଦେଶରେ ଦିନକୁ ଦିନ ବଢି ଚାଲିଛି କୋଭିଡର ଏହି ନୂଆ ଭାରିଆଣ୍ଟ ସଂକ୍ରମଣ। ଆଉ ଏଥିପାଇଁ କେନ୍ଦ୍ର ସରକାର ସବୁ ରାଜ୍ୟକୁ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହାରି ଭିତରେ ସବୁଠାରୁ ବଡ କଥା ହେଉଛି, ଓଡିଶାରେ ପ୍ରଥମ କରି କରୋନା ରୋଗୀ ଚିହ୍ନଟ ହେବା, ଯାହା କରୋନା ବ୍ୟାପିବାର ଆଶଙ୍କାକୁ ଆହୁରି ବଢାଇଛି। ଆଗକୁ ଆସୁଛି ନୂଆବର୍ଷ। ଜିରୋ ନାଇଟ ସେଲିବ୍ରେସନର ଧୁମ୍‌ ବି ଚାଲିବ। ନାଚଗୀତରେ ଏକାକାର ହେବେ ଯୁବପିଢି। ପ୍ରଶ୍ନ ଉଠୁଛି ଏଥିପାଇଁ ସରକାର ଆଣିବେନି ତ ନୂଆ କଟକଣା? ଫିକା ପଡିବନି ତ ଜିରୋ ନାଇଟ ସେଲିବ୍ରେସନ? କାହିଁକି ନା କୋଭିଡ ବ୍ୟାପିବାର ମାଧ୍ୟମ ହେଉଛି ନିଜେ ମଣିଷ। ତେବେ ଜଦି ଜିରୋ ନାଇଟ ସେଲିବ୍ରେସନରେ ଏତେ ସଂଖ୍ୟକ ଲୋକ ଏକାଠି ହୁଅନ୍ତି ତେବେ କରୋନା ସଂକ୍ରମଣ ବଢିବାର ଆଶଙ୍କା ସୃଷ୍ଟି କରୁଛି।

ଦେଶରେ ପୁଣି କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଦେଶରେ ଗତ ୨୪ଘଣ୍ଟାରେ ୭୫୨ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ପୂର୍ବ ଦିନ ଏହି ସଂଖ୍ୟା ୪୨୩ ଥିଲା। ମାତ୍ର ଗୋଟିଏ ଦିନର ଅନ୍ତରରେ ଦୁଇଗୁଣା ହୋଇଯାଇଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ନୂଆ ସଂକ୍ରମିତଙ୍କୁ ମିଶାଇଲେ ବର୍ତ୍ତମାନ କରୋନା ସକ୍ରିୟ ମାମଲା ୩,୪୨୦ରେ ପହଞ୍ଚିଛି। ସେହିଭଳି ୪ ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବା ନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଶନିବାର ରିପୋର୍ଟ ପ୍ରକାଶ ପାଇଛି। ତେବେ ଏହା ୨୦୨୩ ମେ’ ୨୧ ପରଠାରୁ ଅର୍ଥାତ ୭ ମାସ ପରେ ସର୍ବାଧିକ ବୋଲି କୁହାଯାଇଛି। JN.୧ ସବ ଭାରିଆଣ୍ଟ ଚିନ୍ତା ବଢାଇ ଥିବାବେଳେ କୋଭିଡ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ତଥ୍ୟ ଅନୁଯାୟୀ, କୋଭିଡରେ ପ୍ରାଣ ହରାଇଥିବା ମୃତକଙ୍କ ମଧ୍ୟରୁ କେରଳରୁ ଦୁଇଜଣ ଏବଂ ରାଜସ୍ଥାନ ଏବଂ କର୍ନାଟକରୁ ଜଣେ ଲେଖାଏ ଅଛନ୍ତି। ବର୍ତ୍ତମାନ ୧୭ଟି ରାଜ୍ୟରେ କୋଭିଡର ସକ୍ରିୟ ମାମଲା ରହିଛି। ନୂଆ ସଂକ୍ରମିତଙ୍କ ମଧ୍ୟରୁ କେରଳରେ ସର୍ବାଧିକ ୨୬୬ ଜଣ ଥିବାବେଳେ କର୍ନାଟକରେ (୭୦), ମହାରାଷ୍ଟ୍ର (୧୫), ତାମିଲନାଡୁ (୧୩) ଏବଂ ଗୁଜୁରାଟରେ ୧୨ ରୋଗୀ ଅଛନ୍ତି। ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତ ସଂଖ୍ୟା ୪.୫୦ କୋଟି(୪,୫୦,୦୭,୯୬୪)ରେ ପହଞ୍ଚିଛି। ଏହି ସଂଖ୍ୟାକୁ ବିଚାରକୁ ନେଲେ ଜିରୋ ନାଇଟ ସେଲିବ୍ରେସନକୁ ଏକ ପ୍ରକାର ସାଂଘାତିକ ରୂପ ସୃଷ୍ଟି ହେବ ବୋଲି ବିଶେଷଜ୍ଞମାନେ କହୁଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

୧ ନଭେମ୍ବରରୁ ନୂଆ ନିୟମ; ପାର୍କିଂ ପାଇଁ ଡବଲ ଚାର୍ଜ, ୫୦% କର୍ମଚାରୀ…

ନୂଆଦିଲ୍ଲୀ,୨୮।୯: ଦିଲ୍ଲୀ-NCRରେ ଶୀତ ଋତୁ ଆରମ୍ଭ ହେବା ସହ ବାୟୁ ପ୍ରଦୂଷଣକୁ ନେଇ ଚିନ୍ତା ବଢ଼ିଛି । ପ୍ରତିବର୍ଷ ଶୀତଦିନରେ ଦିଲ୍ଲୀ-NCRର ବାୟୁ ଗୁଣବତ୍ତା ଖରାପ ହେଉଥିବାରୁ…

କେନ୍ଦ୍ର କର୍ମଚାରୀଙ୍କ ପାଇଁ ଖୁସିଖବର: ଏହି ସପ୍ତାହରେ DA ବୃଦ୍ଧି ଘୋଷଣା! ଜାଣନ୍ତୁ କେତେ ବଢିବ…

ନୂଆଦିଲ୍ଲୀ,୨୮।୯: କେନ୍ଦ୍ର ସରକାର ବର୍ଷକୁ ଦୁଇଥର ନିଜ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବା DA (Dearness Allowance) ବୃଦ୍ଧି କରିଥାନ୍ତି। ଏଥିମଧ୍ୟରୁ ଗୋଟିଏ ବୃଦ୍ଧି ହୋଲି ସମୟରେ…

ରାଜନୀତିରେ ବଡ଼ ହଲଚଲ: ଏମିତି ଘୋଷଣା କରିଦେଲେ ଚିରାଗ ପାସୱାନ, ଭାଜପା କହିଲା- ସମସ୍ତେ ନିଜ ନିଜ…

ନୂଆଦିଲ୍ଲୀ,୨୮।୯: ୨୦୨୭ରେ ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ହେବ। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ମଧ୍ୟ ଏହି ନିର୍ବାଚନୀ ମଇଦାନକୁ ଓହ୍ଲାଇବ। କେନ୍ଦ୍ରମନ୍ତ୍ରୀ ଚିରାଗ ପାସୱାନ ଗତ ରବିବାର…

ବସ୍‌ରୁ ଓହ୍ଲାଇବାବେଳେ ସିଡ଼ିରେ ଖସିପଡ଼ିଲେ ରୋହିତ ଶର୍ମା: ଆଉ ତା’ପରେ… ଦେଖନ୍ତୁ VIDEO

ତିରୁଭାନନ୍ତପୁରମ,୨୮।୯: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଦିନିକିଆ ପରେ ଭାରତୀୟ କ୍ରିକେଟର ରୋହିତ ଶର୍ମାଙ୍କୁ ନେଇ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି।…

ଏଭଳି କହିବାରୁ ଶେହଜାଦଙ୍କୁ ଆକ୍ରମଣ; ପୋଷାକ ଚିରିଦେଲେ, ବଞ୍ଚାଇବାକୁ ଆଗେଇ ଆସିଲେ ସ୍ୱରା

ନୂଆଦିଲ୍ଲୀ,୨୮ା୯: ରିଆଲିଟି ଶୋ’ ‘Rise and Fall’ର ସିଜନ୍‌-୨ ଆରମ୍ଭରୁ ହିଁ ଚର୍ଚ୍ଚାରେ ରହିଛି । ଶୋ’ରେ ଭାଜାପାର ପୂର୍ବତନ ମୁଖପାତ୍ର ଶେହଜାଦ ପୁନାୱାଲା ଏବଂ ଅଭିନେତ୍ରୀ…

ଜନ୍ମ ହେଉ ହେଉ ମିଳିଲା ୨୨ କ୍ୟାରେଟର ସୁନା ମୁଦି; ନିଜ ହାତରେ ପିନ୍ଧାଇଲେ ମୁଖ୍ୟମନ୍ତ୍ରୀ, କିଏ ଏହି..

ଚେନ୍ନାଇ,୨୮ା୯: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରି ନବଜାତ ଶିଶୁଙ୍କ ପାଇଁ ‘ଥାଇମାମନ୍ ଥଙ୍ଗା ମୋଥିରମ୍ ଥିଟ୍ଟମ୍’(Thaimaman Thanga…

ନିୟମିତ ଗାଜର ଖାଇଲେ ମିଳିଥାଏ ଅନେକ ଲାଭ, ବ୍ଲଡ୍‌ପ୍ରେସର ନିୟନ୍ତ୍ରଣଠାରୁ ଆରମ୍ଭ କରି…

ଗାଜର ଆମ ଶରୀର ପାଇଁ ବେଶ୍‌ ଉପକାରୀ। ସବୁଠାରୁ ଖାସ୍‌ କଥା ହେଲା ଏହାକୁ ନିଜର ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କଲେ ତାହା ଶରୀରରେ ରୋଗ…

ଅଧିକ ଚା’ ପିଉଛନ୍ତି କି? ଚେତାବନୀ ଦେଇ ବିଶେଷଜ୍ଞ କହିଲେ…

କ୍ଳାନ୍ତ ମନକୁ ହାଲୁକା କରିବା ପାଇଁ ଅନେକେ ଚା’ କିମ୍ବା କଫି ପିଇଥାଆନ୍ତି। ହେଲେ ଯଦି ଆପଣ ଆବଶ୍ୟକତା ଠାରୁ ଅଧିକ ଥର ଚା’ ପିଉଛନ୍ତି ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?