ଭୋଟିଂ ଅନ୍‌ଲାଇନ୍‌ରେ ହୋଇପାରିବ କି ? ନିର୍ବାଚନ କମିଶନଙ୍କୁ ହାଇକୋର୍ଟଙ୍କ ପ୍ରଶ୍ନ…

ନୈନିତାଲ, ୬।୧ : ଉତ୍ତରାଖଣ୍ଡରେ ଓମିକ୍ରନ ଏବଂ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ବିଧାନସଭା ନିର୍ବାଚନ ସ୍ଥଗିତ ରଖିବା ପ୍ରସଙ୍ଗରେ ଏକ ଜନସ୍ବାର୍ଥ ମାମଲା ହାଇକୋର୍ଟରେ ଦାଖଲ ହୋଇଛି। ଏହାର ବିଚାର କରି ନୈନତାଲ ହାଇକୋର୍ଟ ନିର୍ବାଚନ କମିଶନ ଏବଂ ଭାରତ ସରକାରଙ୍କୁ ପ୍ରଶ୍ନ କରିଛନ୍ତି ଯେ, ଭର୍ଚୁଆଲ ରାଲି ଏବଂ ଅନ୍‌ଲାଇନ୍‌ରେ ଭୋଟିଂ କରିହେବ କି ? ଜାନୁଆରୀ ୧୨ ସୁଦ୍ଧା ସରକାର ଏହି ପ୍ରସଙ୍ଗରେ ଜବାବ ଦେବାକୁ ହାଇକୋର୍ଟ କହିଛନ୍ତି।

ହରିଦ୍ୱାରର ବାସିନ୍ଦା ସଚିଦାନନ୍ଦ ଦବରାଲଙ୍କ ପକ୍ଷରୁ ଆଇନଜୀବୀ ଶିବ ଭଟ୍ଟଙ୍କ ଦ୍ୱାରା ଏନେଇ ଏକ ଜନସ୍ବାର୍ଥ ମାମଲାର ବିଚାର ପାଇଁ ଆବେଦନ କରାଯାଇଛି। ଅତିରିକ୍ତ ମୁଖ୍ୟ ବିଚାରପତି ଏସ୍‌.କେ. ମିଶ୍ରା ଏବଂ ବିଚାରପତି ଆଲୋକ କୁମାର ବର୍ମାଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏହାର ବିଚାର କରି ଭାରତ ସରକାର ଏବଂ ନିର୍ବାଚନ କମିଶନଙ୍କୁ ଜବାବ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହାର ପରବର୍ତ୍ତୀ ଶୁଣାଣି ଜାନୁୟାରୀ ୧୨ରେ ହେବ।

ରାଜ୍ୟରେ ନିର୍ବାଚନ ରାଲି ସୁପର ସ୍ପ୍ରେଡର ସାବ୍ୟସ୍ତ ହେବ ବୋଲି ଆଇନଜୀବୀ ଶିବ ଭଟ୍ଟ ଖଣ୍ଡପରଠଙ୍କ ସମ୍ମୁଖରେ ଯୁକ୍ତ ଉପସ୍ତାପନ କରିଥିଲେ। ଗୋଟିଏ ଦିନରେ ଉତ୍ତରପ୍ରଦେଶରେ ପାଞ୍ଚ ଶହରୁ ଅଧିକ ନୂତନ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ହେତୁ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ଏକ ହଜାର ଅତିକ୍ରମ କରିଥିବାବେଳେ ଗତ ୨୪ ଘଣ୍ଟା ମଧ୍ୟରେ ୧୧୯ ଜଣ ସୁସ୍ଥ ହୋଇଛନ୍ତି। ରାଜ୍ୟରେ ଏପର୍ଯ୍ୟନ୍ତ ୩୪୬୪୬୮ ଜଣ ଲୋକ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ସମସ୍ତ ୧୩ ଟି ଜିଲ୍ଲାରେ ୫୦୫ ଜଣ କରୋନା ସଂକ୍ରମିତ ହୋଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ରାନ୍ସରେ ମୋଦିଙ୍କ ବଡ଼ ବୟାନ, କହିଲେ ଫ୍ରାନ୍ସରେ ମୋଟ ଯେତିକି ଘର ଅଛି ଆମେ ୧୨ ବର୍ଷରେ ସେତିକି ଘର ନିର୍ମାଣ କରିଦେଇଛୁ

ପ୍ୟାରିସ,୧୬।୮: ଗୁରୁବାର (୧୮ ଜୁନ, ୨୦୨୬) ଦିନ ପ୍ୟାରିସରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତବ୍ୟ ଦେଇଥିଲେ ଯେ ପ୍ୟାରିସ ହେଉଛି ରଙ୍ଗର…

ସାରା ବିଶ୍ୱକୁ ଆଶ୍ୱସ୍ତି, ଶେଷ ହେଲା ଯୁଦ୍ଧ! ଫ୍ରାନ୍ସର ଭର୍ସେଲ୍ସ ପ୍ୟାଲେସରେ ଶାନ୍ତି ଚୁକ୍ତି ସ୍ବାକ୍ଷର କଲେ ଟ୍ରମ୍ପ

ପ୍ୟାରିସ,୧୬।୮: ଫରାସୀ ରାଜଧାନୀ ପ୍ୟାରିସରୁ ପ୍ରାୟ 20 କିଲୋମିଟର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ, ଭର୍ସେଲ୍ସ ପ୍ରାସାଦ ଯୁଦ୍ଧ ପରେ ଶାନ୍ତି ଚୁକ୍ତିନାମା ପାଇଁ ଏକ ସ୍ଥାନ ଭାବରେ ବିଶ୍ୱବ୍ୟାପୀ…

ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ

କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍‌ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।…

ପ୍ରଶାସନିକସ୍ତରରେ ବଡ଼ ଅଦଳବଦଳ: ଦୁଇ ବରିଷ୍ଠ IAS ଅଧିକାରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭୁବନେଶ୍ୱର,୧୮।୬: ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ଗୁରୁତ୍ୱପୂର୍ଣ୍ଣ ଅଦଳବଦଳ କରାଯାଇଛି। ସରକାରଙ୍କ ପକ୍ଷରୁ ଦୁଇ ଜଣ ବରିଷ୍ଠ ଆଇଏଏସ (IAS) ଅଧିକାରୀଙ୍କୁ ନୂଆ ତଥା ଅତିରିକ୍ତ ଦାୟିତ୍ୱ…

ଭାଜପା ସହ ବଡ଼ ଗେମ ଖେଳିଦେଲେ ଡିକେ ଶିବକୁମାର! କ୍ରସ-ଭୋଟିଂ କରି ୫ ଆସନ ହାସଲ କଲେ

ବେଙ୍ଗାଲୁରୁ,୧୮।୬: ଡି.କେ. ଶିବକୁମାର କର୍ନାଟକର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ନିର୍ବାଚନୀ ପ୍ରତିଯୋଗିତାରେ, ଗୁରୁବାର (ଜୁନ ୧୮, ୨୦୨୬) ଶାସକ କଂଗ୍ରେସ ଦଳ ସାତଟି ବିଧାନସଭା ପରିଷଦ…

ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ବରିଷ୍ଠ IPS ଦୟାଲ ଗଙ୍ଗଓ୍ବାର ସସ୍‌ପେଣ୍ଡ

ଭୁବନେଶ୍ୱର,୧୮।୬: ବହୁ ଚର୍ଚ୍ଚିତ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ରାଜ୍ୟ ପୋଲିସ ବିଭାଗ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବରିଷ୍ଠ ଆଇପିଏସ (IPS) ଅଧିକାରୀ ଦୟାଲ ଗଙ୍ଗୱାରଙ୍କୁ…

NEET ମାମଲାରେ ଟେଲିଗ୍ରାମ ବନାମ ସରକାର: ସରକାର ହ୍ବାଟସଆପ-ଫେସବୁକକୁ ଛାଡି କେବଳ ଟେଲିଗ୍ରାମକୁ କାହିଁକି ବ୍ୟାନ କଲେ? ଜଣାପଡିଲା କାରଣ

ନୂଆଦିଲ୍ଲୀ,୧୮।୬: NEET ପେପର୍‌ ଲିକ ମାମଲା ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି, ଭାରତ ସରକାର ବୁଧବାର ଟେଲିଗ୍ରାମ ଉପରେ ଅସ୍ଥାୟୀ ପ୍ରତିବନ୍ଧକ ଲଗାଇଛନ୍ତି। ଜୁନ ୨୨…

ଭାଜପାରେ ଯୋଗଦେବେ ହେମନ୍ତ ସୋରେନ! NDA ବିଧାୟକ ଦେଲେ ବଡ଼ ଅଫର

ରାଞ୍ଚି,୧୮।୬: ଝାଡ଼ଖଣ୍ଡରେ ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂ ପରେ, ଭାଜପା ସମର୍ଥିତ ସ୍ବାଧୀନ ପ୍ରାର୍ଥୀ ପରିମଳ ନାଥୱାନୀ ବିଜୟୀ ହୋଇଥିଲେ। କଂଗ୍ରେସକୁ ଝଟକା ଲାଗିଥିଲା କାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri