ଇନ୍ଦିରା ହତ୍ୟାକାଣ୍ଡକୁ ନେଇ କାନାଡାରେ ଉତ୍ସବ

ନୂଆଦିଲ୍ଲୀ,୯ା୬: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ହତ୍ୟାକାଣ୍ଡକୁ ନେଇ କାନାଡ଼ାରେ ଉତ୍ସବ ମନାଇବା ଘଟଣାକୁ ନୂଆଦିଲ୍ଲୀ କଡ଼ା ନିନ୍ଦା କରିଛି। କାନାଡ଼ାରେ ବିଚ୍ଛିନ୍ନତାବାଦୀ ଉଗ୍ରପନ୍ଥୀ ଓ ହିଂସାକୁ ସମର୍ଥନ କରୁଥିବା ଭାରତ ବିରୋଧୀ ତତ୍ତ୍ୱଙ୍କୁ ସ୍ଥାନ ଦିଆଯାଉଛି। ଏହା କାନାଡ଼ା ପାଇଁ ଏବଂ ଭାରତ ସହ ଦ୍ୱିପାକ୍ଷିକ ସମ୍ପର୍କ ରଖିବା ପାଇଁ ଭଲ ନୁହେଁ ବୋଲି ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର କହିଛନ୍ତି। କାନାଡ଼ାର ବ୍ରାମ୍ପଟନ୍‌ ସହରରେ ଇନ୍ଦିରାଙ୍କ ହତ୍ୟାକାଣ୍ଡକୁ ନେଇ ଉତ୍ସବ ପାଳନ ବେଳର ଭିଡିଓ ସୋସିଆଲ ମିଡିଆରେ ପ୍ରକାଶ ପାଇବା ପରେ ବହିର୍ବ୍ୟାପାର ମନ୍ତ୍ରୀ ଏକ ଖବରଦାତା ସମ୍ମିଳନୀରେ ଉପରୋକ୍ତ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ଏହା ପଛରେ ବଡ଼ ପ୍ରସଙ୍ଗ ସମ୍ପୃକ୍ତ ଥାଇପାରେ। ଭୋଟବ୍ୟାଙ୍କ ରାଜନୀତିର ଆବଶ୍ୟକତା ବ୍ୟତୀତ କିଏ କାହିଁକି ଏପରି କରିବ ତାହା ବୁଝାପଡ଼ୁନାହିଁ ବୋଲି ଜୟଶଙ୍କର କହିଛନ୍ତି।
ସୋସିଆଲ ମିଡିଆରେ ପ୍ରକାଶିତ ଭିଡିଓ ଏକ ପରେଡ୍‌ର ଅଂଶବିଶେଷ ଥିଲା। ବ୍ରାମ୍ପଟନ୍‌ର କେତେଜଣ ଖଲିସ୍ତାନୀ ଏହି ପରେଡ୍‌ର ଆୟୋଜନ କରିଥିଲେ। ଅନ୍ୟପକ୍ଷରେ କାନାଡ଼ାରେ ଘୃଣା କିମ୍ବା ହିଂସାକୁ ଗୌରବାନ୍ବିତ କରାଯିବାର ସ୍ଥାନ ନାହିଁ ବୋଲି ଭାରତରେ ଏହାର ଉଚ୍ଚାୟୁକ୍ତ କାମେରନ ମାକି ଟୁଇଟ୍‌ କରିଛନ୍ତି। ଇନ୍ଦିରା ଗାନ୍ଧୀଙ୍କ ହତ୍ୟାକାଣ୍ଡକୁ ନେଇ ଉତ୍ସବ ମନାଇବା ଘଟଣାକୁ ସେ ନିନ୍ଦା କରିଛନ୍ତି। କାନାଡ଼ାରେ ପାଠ ପଢ଼ିବା ପାଇଁ ଆବେଦନ କରିଥିବା କେତେକ ଭାରତୀୟ ଛାତ୍ରୀଛାତ୍ର ସେଠାରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସେ ନେଇ କାନାଡ଼ା କର୍ତ୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିବା ଜୟଶଙ୍କର କହିଛନ୍ତି। ଇନ୍ଦିରା ହତ୍ୟାକାଣ୍ଡର ସେଲିବ୍ରେଶନ ଘଟଣାରେ କାନାଡ଼ା କର୍ତ୍ତୃପକ୍ଷଙ୍କ ନିକଟରେ ଦୃଢ଼ ପ୍ରତିବାଦ ଜଣାଇବା ପାଇଁ କଂଗ୍ରେସ ଜୟଶଙ୍କରଙ୍କୁ ନିବେଦନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଣ୍ଡ ଟେକିଲା ବିତର୍କ: ଆମେରିକୀୟ କୃଷି ଉତ୍ପାଦ ଉପରେ ଭାରତ କଷିବନି ଟାରିଫ୍‌

ନ୍ୟୁୟର୍କ/ ଓ୍ବାଶିଂଟନ୍‌/ ନୂଆଦିଲ୍ଲୀ, ୫ା୨:ନୂଆଦିଲ୍ଲୀ ଏବଂ ଓ୍ବାଶିଂଟନ୍‌ ମଧ୍ୟରେ କିଛି ମାସର ବାଣିଜି୍ୟକ ଅନିଶ୍ଚିତତା ପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଫେବୃଆରୀ ୨ରେ ଐତିହାସିକ ଟ୍ରେଡ୍‌…

ଉଠିଲାଣି ୫୬ ଲକ୍ଷ, ପଡ଼ିରହିଛି ୭ ଲକ୍ଷ କୁଇଣ୍ଟାଲ

ଭବାନୀପାଟଣା,୫ା୨ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ଚଳିତ ଖରିଫ ଧାନ କିଣା ଆରମ୍ଭରୁ ଅବ୍ୟବସ୍ଥା ଲାଗିରହିଛି। ଧାନ କିଣାକୁ ୨ ମାସରୁ ଊଦ୍ଧର୍‌ବ ସମୟ ବିତିଯାଇଥିଲେ ମଧ୍ୟ…

ଛାତିଥରା…ଦୁଇ ଗାଁରେ 162 ଜଣଙ୍କୁ ହତ୍ୟା

ନୂଆଦିଲ୍ଲୀ,୫।୨: ପଶ୍ଚିମ ନାଇଜେରିଆର ଦୁଇଟି ଗାଁରେ ଆକ୍ରମଣ କରି ସଶସ୍ତ୍ର ଆତଙ୍କବାଦୀମାନେ ଅତି କମରେ ୧୬୨ ଜଣଙ୍କୁ ନିର୍ମମ ଭାବରେ ହତ୍ୟା କରିଛନ୍ତି। ବୁଧବାର ଦିନ ଜଣେ…

ଘର ଭାଙ୍ଗି ଧାନ, ଚାଉଳ ଖାଇଲେ ହାତୀପଲ

ନୂଆପଡ଼ା,୫ା୨ (ମକାରୁ ବେମାଲ):ନୂଆପଡ଼ା ଜିଲା ସୁନାବେଡା ଅଭୟାରଣ୍ୟ ଭିତରେ ବସବାସ କରୁଥିବା ଏକ ଗଁାର ୧୦ରୁ ଊର୍ଦ୍ଧ୍ୱ ଘରକୁ ହାତୀ ଭାଙ୍ଗିଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ…

ୟୁପିଏସ୍‌ସି: କୃତକାର୍ଯ୍ୟଙ୍କୁ ଦ୍ୱିତୀୟ ପରୀକ୍ଷା ମନା, ଚେହେରା ଚିହ୍ନଟ’ ବାଧ୍ୟତାମୂଳକ

ନୂଆଦିଲ୍ଲୀ,୫।୨: କେନ୍ଦ୍ର ଲୋକ ସେବା ଆୟୋଗ (ୟୁପିଏସ୍‌ସି) ପକ୍ଷରୁ ବୁଧବାର ସନ୍ଧ୍ୟାରେ ୨୦୨୬ ବର୍ଷ ପାଇଁ ସିଭିଲ୍‌ ସର୍ଭିସେସ୍‌ ଏକ୍‌ଜାମିନେଶନ୍‌ (ସିଏସ୍‌ଇ) ବିଜ୍ଞପ୍ତି ଜାରି କରାଯାଇଛି। ଏବର୍ଷ…

ମହାନଦୀ ଜଳ ବିବାଦ: ଓଡ଼ିଶା ଚାହୁଁଛି କେନ୍ଦ୍ର ମଧ୍ୟସ୍ଥତା

ଭୁବନେଶ୍ୱର,୫ା୨(ରବିନାରାୟଣ ଜେନା):ମହାନଦୀ ଜଳ ବିବାଦର ସମାଧାନ ପାଇଁ ରାଜ୍ୟ ସରକାର ସର୍ବାଧିକ ଗୁରୁତ୍ୱ ଦେଉଛନ୍ତି। ଏହା ଟ୍ରିବ୍ୟୁନାଲ ମାଧ୍ୟମରେ ସମାଧାନ ହେବା ସମୟସାପେକ୍ଷ। ତେଣୁ ମଧ୍ୟସ୍ଥ ଜରିଆରେ…

ଖେମ୍‌ଚନ୍ଦ ସିଂ ମଣିପୁର ମୁଖ୍ୟମନ୍ତ୍ରୀ

ଇମ୍ଫାଲ,୫।୨: ମଣିପୁରରେ ଜାରି ହୋଇଥିବା ରାଷ୍ଟ୍ରପତି ଶାସନ ବୁଧବାର ହଟିବା ପରେ ଭାଜପା ନେତୃତ୍ୱାଧୀନ ମେଣ୍ଟ ନେତା ୟୁମନାମ୍‌ ଖେମ୍‌ଚାନ୍ଦ ସିଂ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି…

ଜୀବନ ରକ୍ଷା କରିବ ‘ହାର୍ଟଗାର୍ଡ’ ମାସ୍କ, ହୃଦଘାତ ପୂର୍ବରୁ ବାଜିବ ଆଲାର୍ମ

କଟକ,୫।୨(କୁମାରଶ୍ରୀ): ମୁହଁରେ ବନ୍ଧା ଯାଇଥିବା ମାସ୍କ ଜୀବନ ରକ୍ଷା କରିପାରିବ। ସମ୍ପୃକ୍ତ ବ୍ୟକ୍ତିଙ୍କ ହୃଦ୍‌ଘାତ ହେବା ପୂର୍ବରୁ ବାଜିବ ଆଲାର୍ମ। ଶାରୀରିକ ଅସୁସ୍ଥତାକୁ ସୂଚାଇ ମାସ୍କ ଜରିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri