ବିବାଦ ମଧ୍ୟରେ ପ୍ରଥମ ଥର ସାମ୍ନାସାମ୍ନି ହେବେ ଭାରତ-କାନାଡା

ନୂଆଦିଲ୍ଲୀ,୭।୧୦: ଖାଲିସ୍ତାନୀ ଆତଙ୍କବାଦୀ ହରଦୀପ ସିଂ ନିଜାରଙ୍କ ହତ୍ୟାକୁ ନେଇ ଭାରତ ଏବଂ କାନାଡା ମଧ୍ୟରେ ତିକ୍ତତା ଲାଗି ରହିଛି। ତେବେ ଏସବୁ ମଧ୍ୟରେ ଭାରତ ଏବଂ କାନାଡା ଆନୁଷ୍ଠାନିକ ଭାବେ ପୁଣିଥରେ ସାକ୍ଷାତ କରିବାକୁ ଯାଉଛନ୍ତି। ନିଜାରଙ୍କ ହତ୍ୟା ବିବାଦ ପରେ ଏହା ପ୍ରଥମ ଥର ଦୁଇ ଦେଶ ମଧ୍ୟରେ ଭେଟ ହେବ। ଆସନ୍ତା ସପ୍ତାହରେ ଭାରତରେ ଅନୁଷ୍ଠିତ ହେବାକୁ ଥିବା ‘ପାର୍ଲାମେଣ୍ଟ -୨୦’ ଶିଖର ସମ୍ମିଳନୀରେ କାନାଡା ସାମିଲ ହେବ ବୋଲି କୁହାଯାଉଛି।

ରିପୋର୍ଟ ଅନୁଯାୟୀ, ‘ପାର୍ଲାମେଣ୍ଟ -୨୦’ ବୈଠକରେ ଭାରତ ଅନେକ ପ୍ରମୁଖ ପ୍ରସଙ୍ଗ ଉଠାଇବାକୁ ଯାଉଛି। ଶୁକ୍ରବାର କାନାଡା ଏହି ବୈଠକରେ ସାମିଲ ହେବାକୁ କହିଛି। ଲୋକ ସଭା ବାଚସ୍ପତି ଓମ ବିର୍ଲା କହିଛନ୍ତି, ସମସ୍ତ ଦେଶକୁ ନିମନ୍ତ୍ରଣ ପଠାଯାଇଛି। କାନାଡାର ସିନେଟ ବାଚସ୍ପତି ତାଙ୍କ ଏଥିରେ ସାମିଲ ହେବା ନେଇ ନିଶ୍ଚିତ କରିଛନ୍ତି। ‘ପାର୍ଲାମେଣ୍ଟ -୨୦’ ଶିଖର ସମ୍ମିଳନୀରେ କାନାଡାର ପ୍ରତିନିଧିତ୍ୱ ସିନେଟର ଅଧ୍ୟକ୍ଷ ରେମୋଣ୍ଡେ ଗାଗ୍ନେ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ବେଲଗୁଣ୍ଠାରେ ଜିଲାସ୍ତରୀୟ ଅଭିଯୋଗ ଶୁଣାଣି, ୪ ଜଣଙ୍କୁ ୨୫ ହଜାର ଟଙ୍କା ସହାୟତା ପ୍ରଦାନ

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ…

କାଳୀମେଘା ହତ୍ୟାକାଣ୍ଡ ଘଟଣା; ସ୍ତ୍ରୀ ରଚିଥିଲା ଷଡଯନ୍ତ୍ର, ପତ୍ନୀ ସମେତ ୫ ଗିରଫ

କଳିଙ୍ଗନଗର,୧୩।୪(ଶୁଭାଶିଷ ରାଉତ ): ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ କାଳୀମେଘା ସ୍ଥିତ ଗେଷ୍ଟହାଉସ ସମ୍ମୁଖରେ ଗୁଳି ମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟଣାର ଫର୍ଦ୍ଧାଫାଶ କରିଛି…

ଆମେରିକାର ଧମକରେ ଚିହିଁକି ଉଠିଲା ଚାଇନା, କହିଲା ଆମ ପାଇଁ ସବୁବେଳେ ହର୍ମୁଜ…

ବେଜିଂ,୧୩ା୪: ଇସଲାମାବାଦରେ ୨୧ ଘଣ୍ଟା ଧରି ଚାଲିଥିବା ମାରାଥନ ବୈଠକରେ କୌଣସି ସମାଧାନର ବାଟ ବାହାରିପାରିଲା ନାହିଁ। ଫଳରେ ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବୃଦ୍ଧି…

ହଜମ କ୍ରିୟାକୁ ସକ୍ରିୟ କରେ ଖଜୁରି

ଖଜୁରିରେ ଫାଇବର୍‌, କ୍ୟାଲ୍‌ସିୟମ୍‌ ଏବଂ ମ୍ୟାଗ୍ନେସିୟମ୍‌ ଆଦି ପ୍ରଚୁର ପରିମାଣରେ ଭରି ରହିଛି। ଖଜୁରିକୁ ଆମେ ସବୁ ସମୟରେ ଖାଇପାରିବା, କିନ୍ତୁ ମୁଖ୍ୟତଃ ଏହାକୁ ସକାଳ ଜଳଖିଆ…

ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଜଳିଗଲା ବୁଲେଟ୍, କେମିତି ଲାଗିଲା ନିଆଁ?

ବଲାଙ୍ଗୀର,୧୩।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଅଭାବନୀୟ ଘଟଣା । ଜଣେ ଓକିଲ ତାଙ୍କ ବୁଲେଟ୍ ରଖି ରେକର୍ଡ ରୁମକୁ ଯାଇଥିବା ବେଳେ ହଠାତ୍…

ମହିଳାଙ୍କୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଅପେକ୍ଷାର ଅନ୍ତ ହେବାକୁ…

ନୂଆଦିଲ୍ଲୀ,୧୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ ନାରୀ ଶକ୍ତି ବନ୍ଦନ ସମ୍ମିଳନୀକୁ ସମ୍ବୋଧିତ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଦେଶର ବିକାଶ ଯାତ୍ରାର ଏହି ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ…

ଅପମାନିତ ପରେ ମନ ବୁଝିଲାନି, ପୁଣି ଥରେ ଆମେରିକା-ଇରାନ ମଧ୍ୟରେ ଆଲୋଚନା ପାଇଁ ପାକିସ୍ତାନ…

ଇସଲାମାବାଦ,୧୩ା୪: ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ବିଫଳ ହେବା ପରେ, ପାକିସ୍ତାନ ଦୁଇ ଦେଶକୁ ଆଲୋଚନା ଟେବୁଲକୁ ଫେରାଇ ଆଣିବା ପାଇଁ…

ଶାନ୍ତି ଆଲୋଚନା ବାଟବଣା ହେବା ବେଳେ, ଆକ୍ରମଣାତ୍ମକ ମନୋଭାବ ଗ୍ରହଣ କରିଛନ୍ତି ଟ୍ରମ୍ପ

ଓ୍ବାଶିଂଟନ,୧୩।୪: ପାକିସ୍ତାନରେ ଆମେରିକା-ଇରାନ ‘ଶାନ୍ତି ଆଲୋଚନା’ ବିଫଳ ହୋଇଛି। ଇରାନ ଆମେରିକୀୟ ପ୍ରସ୍ତାବକୁ ଗ୍ରହଣ କରିବାକୁ ମନା କରିଛି। ଫଳସ୍ବରୂପ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri