ବନ୍ଧୁକ କିଣାବିକା ରୋକିବ କାନାଡା

ଅଟାଓ୍ବା, ୧ା୬: ଆମେରିକାର ଟେକ୍ସାସ ସ୍କୁଲ ଗୁଳିକାଣ୍ଡରେ ୧୯ ଶିଶୁଙ୍କ ମୃତ୍ୟୁ ଘଟିବା ପରେ କାନାଡାରେ ବନ୍ଧୁକ କିଣାବିକା ନିୟନ୍ତ୍ରଣ ପାଇଁ ପାର୍ଲାମେଣ୍ଟରେ ପ୍ରସ୍ତାବ ଆଗତ ହୋଇଛି। କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ୍‌ ଟ୍ରୁଡୋ ଦେଶରେ ହ୍ୟାଣ୍ଡ୍‌ଗନ୍‌ ମାଲିକାନା ଉପରେ ରୋକ ସହ ସବୁସ୍ଥାନରେ ବନ୍ଧୁକ ବିକ୍ରି ଉପରେ କଟକଣା ଲଗାଇବାକୁ ଏହି ଆଇନ ଆଣିବାକୁ ଯାଉଛନ୍ତି। ଏହା ହ୍ୟାଣ୍ଡ୍‌ଗନ୍‌ ଉପରେ ସମ୍ପୂର୍ଣ୍ଣ ବ୍ୟାନ୍‌ ନୁହେଁ। କିନ୍ତୁ ପାର୍ଲାମେଣ୍ଟରେ ବିଲ୍‌ ପାରିତ ହେଲେ ସାଧାରଣ ନାଗରିକ ସହଜରେ ବନ୍ଧୁକ କିଣାବିକା କରିପାରିବେ ନାହିଁ ବୋଲି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି। ଆମେରିକାରେ ବଢ଼ୁଥିବା ବନ୍ଧୁକ ହିଂସା ଘଟଣାକୁ ଦର୍ଶାଇ ଟ୍ରୁଡୋ କହିଛନ୍ତି, ଯଦି ଏ ଦିଗରେ ତ୍ୱରିତ ପଦକ୍ଷେପ ନିଆ ନ ଯାଏ ତେବେ ଆଗକୁ ବଡ଼ ଚ୍ୟାଲେଞ୍ଜର ସାମ୍‌ନା କରିବାକୁ ପଡ଼ିବ।
ବିଲ୍‌ ଅନୁଯାୟୀ, ଘରୋଇ ହିଂସା, ଅପରାଧ, ଧମକ ମାମଲା ଥିବା ବ୍ୟକ୍ତିଙ୍କ ବନ୍ଧୁକ ଲାଇସେନ୍ସ ରଦ୍ଦ କରାଯିବ। ସେହିପରି ବନ୍ଧୁକ ଚୋରାଚାଲାଣ ଉପରେ ମଧ୍ୟ ରୋକ ଲଗାଯିବା ପାଇଁ ବ୍ୟବସ୍ଥା ରହିବ। ବ୍ୟକ୍ତିଗତ ବନ୍ଧୁକରେ ୫ ରାଉଣ୍ଡ ଗୁଳି ରହିବ। ଅଧିକ କ୍ଷମତା ବିଶିଷ୍ଟ ମାଗାଜିନ୍‌ କିଣାବିକାକୁ ବ୍ୟାନ୍‌ କରାଯିବ। ପ୍ରାୟ ୧୫ଶହ ପ୍ରକାରର ମିଲିଟାରି ବନ୍ଧୁକର ବ୍ୟକ୍ତିଗତ ବ୍ୟବହାର ଉପରେ ପୂର୍ବରୁ କାନାଡା ବ୍ୟାନ୍‌ ଲଗାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କନ୍ୟା ସନ୍ତାନ ପ୍ରସବ କଲେ ନାବାଳିକା, ଧରାପଡ଼ିଲେ ଅଭିଯୁକ୍ତ

ଛେଣ୍ଡିପଦା,୧୮।୬(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକା…

ଘୁଞ୍ଚିଲା ଆର୍‌ଆଇ ପରୀକ୍ଷା, କାହିଁକି ଜାଣନ୍ତୁ…

ଭୁବନେଶ୍ୱର,୧୮।୬: OSSSC ପକ୍ଷରୁ ଆୟୋଜିତ ହେବାକୁ ଥିବା ଆର୍‌ଆଇ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଆସନ୍ତା ୨୦ ତାରିଖରେ ହେବାକୁ ଥିବା ପରୀକ୍ଷା ୨୮ ତାରିଖରେ ହେବ ବୋଲି…

ଫ୍ରାନ୍ସରେ ମୋଦିଙ୍କ ବଡ଼ ବୟାନ, କହିଲେ ଫ୍ରାନ୍ସରେ ମୋଟ ଯେତିକି ଘର ଅଛି ଆମେ ୧୨ ବର୍ଷରେ ସେତିକି ଘର ନିର୍ମାଣ କରିଦେଇଛୁ

ପ୍ୟାରିସ,୧୬।୮: ଗୁରୁବାର (୧୮ ଜୁନ, ୨୦୨୬) ଦିନ ପ୍ୟାରିସରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତବ୍ୟ ଦେଇଥିଲେ ଯେ ପ୍ୟାରିସ ହେଉଛି ରଙ୍ଗର…

ହକି ତାରକା ମନପ୍ରୀତଙ୍କ ରେକର୍ଡ, ଫିଟନେସ ପାଇଁ କୋହଲିଙ୍କୁ ଦେଲେ ଶ୍ରେୟ

ନୂଆଦିଲ୍ଲୀ, ୧୮।୬: ଭାରତୀୟ ହକି ତାରକା ମନପ୍ରୀତ ସିଂ ନିକଟରେ ଭାରତ ପକ୍ଷରୁ ସର୍ବାଧିକ ୪୧୩ ମ୍ୟାଚ ଖେଳିବାର ରେକର୍ଡ ଅର୍ଜନ କରିଛନ୍ତି। ମନପ୍ରୀତ ପୂର୍ବତନ ଅଧିନାୟକ…

ସାରା ବିଶ୍ୱକୁ ଆଶ୍ୱସ୍ତି, ଶେଷ ହେଲା ଯୁଦ୍ଧ! ଫ୍ରାନ୍ସର ଭର୍ସେଲ୍ସ ପ୍ୟାଲେସରେ ଶାନ୍ତି ଚୁକ୍ତି ସ୍ବାକ୍ଷର କଲେ ଟ୍ରମ୍ପ

ପ୍ୟାରିସ,୧୬।୮: ଫରାସୀ ରାଜଧାନୀ ପ୍ୟାରିସରୁ ପ୍ରାୟ 20 କିଲୋମିଟର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ, ଭର୍ସେଲ୍ସ ପ୍ରାସାଦ ଯୁଦ୍ଧ ପରେ ଶାନ୍ତି ଚୁକ୍ତିନାମା ପାଇଁ ଏକ ସ୍ଥାନ ଭାବରେ ବିଶ୍ୱବ୍ୟାପୀ…

ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ

କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍‌ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।…

ପ୍ରଶାସନିକସ୍ତରରେ ବଡ଼ ଅଦଳବଦଳ: ଦୁଇ ବରିଷ୍ଠ IAS ଅଧିକାରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭୁବନେଶ୍ୱର,୧୮।୬: ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ଗୁରୁତ୍ୱପୂର୍ଣ୍ଣ ଅଦଳବଦଳ କରାଯାଇଛି। ସରକାରଙ୍କ ପକ୍ଷରୁ ଦୁଇ ଜଣ ବରିଷ୍ଠ ଆଇଏଏସ (IAS) ଅଧିକାରୀଙ୍କୁ ନୂଆ ତଥା ଅତିରିକ୍ତ ଦାୟିତ୍ୱ…

ଭାଜପା ସହ ବଡ଼ ଗେମ ଖେଳିଦେଲେ ଡିକେ ଶିବକୁମାର! କ୍ରସ-ଭୋଟିଂ କରି ୫ ଆସନ ହାସଲ କଲେ

ବେଙ୍ଗାଲୁରୁ,୧୮।୬: ଡି.କେ. ଶିବକୁମାର କର୍ନାଟକର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ନିର୍ବାଚନୀ ପ୍ରତିଯୋଗିତାରେ, ଗୁରୁବାର (ଜୁନ ୧୮, ୨୦୨୬) ଶାସକ କଂଗ୍ରେସ ଦଳ ସାତଟି ବିଧାନସଭା ପରିଷଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri