ଭାରତ ଚାପରେ ପନ୍ନୁଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଲା କାନାଡା

ଅଟାଓ୍ବା,୧୨।୧୧: ଭାରତ-କାନାଡା ବିବାଦ ଖରାପ ସ୍ଥିତି ଦେଇ ଗତି କରୁଛି। ହେଲେ କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋଙ୍କ ଗତ କିଛିଦିନର ରହିଥିବା ବ୍ୟବହାରରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ଦୀପାବଳି ଉପଲକ୍ଷେ ପ୍ରବାସୀ ଭାରତୀୟଙ୍କ ସହ ଦୀପାବଳି ପାଳିବା ସହ ଏବେ ଭାରତ ଚାପରେ ଆସି ଶିଖ୍‌ ଫର ଜଷ୍ଟିସର ମୁଖ୍ୟ ଗୁରୁପତଓ୍ବନ୍ତ ସିଂ ପନ୍ନୁଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଇଛି। ଖଲିସ୍ତାନୀ ସମର୍ଥକ ପନ୍ନୁ ନଭେମ୍ବର ୧୯ରେ ଏୟାର ଇଣ୍ଡିଆ ବିମାନକୁ ବିସ୍ଫୋରଣ କରି ଉଡାଇ ଦେବା ପାଇଁ ଧମକ ଦେଇଥିଲେ। ଯାହାକୁ ନେଇ ଅଟାଓ୍ବା ଉପରେ ନୂଆଦିଲ୍ଲୀ ଚାପ ପକାଇ ଆସୁଥିଲା।
ତେବେ ପନ୍ନୁଙ୍କ ଧମକ ପରେ କାନାଡା ସୁରକ୍ଷା ଏଜେନ୍ସି ସବୁଠି ସୁରକ୍ଷା ବଢେଇଛନ୍ତି। ଏହି ମାମଲାରେ ସୁରକ୍ଷା ଏଜେନ୍ସି ଟୋରୋଣ୍ଟ ଏୟାରପୋର୍ଟରୁ ୧୦ସନ୍ଦିଗ୍ଧଙ୍କୁ ଗିରଫ କରି ପଚରାଉଚରା କରୁଛନ୍ତି। ଗିରଫ ସମୟରେ ସବୁ ଅଭିଯୁକ୍ତ କାନାଡାରୁ ଏୟାର ଇଣ୍ଡିଆ ଯୋଗେ ଯାତ୍ରା କରିବାକୁ ଯାଉଥିଲେ।
ଆତଙ୍କବାଦୀ ପନ୍ନୁଙ୍କ ଧମକ ପରେ ନୂଆଦିଲ୍ଲୀ କାନାଡାର ଶୀର୍ଷ ଅଧିକାରୀଙ୍କ ସହ ଏ ସମ୍ପର୍କରେ ଆଲୋଚନା କରିଥିଲେ। କାନାଡାର ପରିବହନ ମନ୍ତ୍ରୀ ପାବ୍ଲୋ ରୋଣ୍ଡିଗ୍ଜ କହିଛନ୍ତି, ସଂଘୀୟ ପୋଲିସ ଏହି ମାମଲାର ଯାଞ୍ଚ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ୨ ଭାଇଙ୍କ ସମେତ ସହଯୋଗୀ ଗଲେ ଜେଲ

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡରେ ରହୁଥିବା ପଦ୍ମନାଭପୁର ଗ୍ରାମର ବଳିଆ ସେଠୀ ଏବଂ ତାଙ୍କ ଭାଇ କାଳିଆ ସେଠୀଙ୍କ ସମେତ ସହଯୋଗୀ ଚାଞ୍ଚଡାପଲ୍ଲୀ ଗ୍ରାମର…

ଯୁଦ୍ଧ ଭିତରେ ହରମୁଜରେ ଫସିଲା ୯୨ହଜାର ଟନ୍‌ LPG ଥିବା ଜାହାଜ, ଭାରତୀୟ ଜାହାଜକୁ ଘେରିଗଲେ…

ନୂଆଦିଲ୍ଲୀ,୨୪।୩: ଭାରତୀୟ ନୌସେନା ଦୁଇଟି ଭାରତୀୟ ଏଲପିଜି ଜାହାଜକୁ ସୁରକ୍ଷିତ ଭାବରେ ଜଗ ବସନ୍ତ ଏବଂ ପାଇନ ଗ୍ୟାସ ହରମୁଜ ପ୍ରଣାଳୀ ଦେଇ ଗତି କରିଛି ଏବଂ…

ମୋଦିଙ୍କୁ ଫୋନ କଲେ ଟ୍ରମ୍ପ, ଯୁଦ୍ଧ ନେବ ଭୟଙ୍କର ମୋଡ!

ନୂଆଦିଲ୍ଲୀ,୨୪।୩: ଯୁଦ୍ଧ ଭିତରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମ୍ପର୍କରେ ଫୋନରେ କଥା ହୋଇଛନ୍ତି। ଉଭୟ ନେତା…

ଯୁଦ୍ଧ ବୁଡାଜାହାଜ ପଠାଇଲା ଆମେରିକା, ଚାଇନା ସହ ଯୁଦ୍ଧ ସଙ୍କେତ! ୩ ମହାସାଗରରେ ହଲଚଲ…

ବେଜିଂ,୨୪।୩: ଚୀନ ଏକ ବିଶାଳ ଜଳମଗ୍ନ ସର୍ଭେ ଏବଂ ମ୍ୟାପିଂ ଅପରେସନ ଆରମ୍ଭ କରୁଛି। ଏହାର ଉଦ୍ଦେଶ୍ୟ ହେଉଛି ସମୁଦ୍ର ବିଷୟରେ ଗଭୀର ସୂଚନା ସଂଗ୍ରହ କରିବା,…

ନୂଆ ଗ୍ୟାସ କନେକ୍ସନ ନେଉଥିଲେ ବଡ଼ ଘୋଷଣା, ଏପ୍ରିଲ ୩୦ ଯାଏ ମାଗଣା ମିଳିବ ଗ୍ୟାସ…

ନୂଆଦିଲ୍ଲୀ,୨୪।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଯୋଗୁଁ ତରଳ ପେଟ୍ରୋଲିୟମ ଗ୍ୟାସ (LPG) ବ୍ୟବହାରକାରୀମାନେ ସମ୍ମୁଖୀନ ହେଉଥିବା ଅସୁବିଧା ମଧ୍ୟରେ, ପାଇପଲାଇନ ମାଧ୍ୟମରେ ପ୍ରାକୃତିକ ଗ୍ୟାସ ଯୋଗାଣ କରୁଥିବା…

ଚିର ନିଦ୍ରାରେ ହରିଶ ରାଣା: ୧୩ ବର୍ଷର ଯନ୍ତ୍ରଣାରୁ ମୁକ୍ତି, ସୁପ୍ରିମକୋର୍ଟଙ୍କ ଅନୁମତି ପରେ ମିଳିଲା ‘ଇଚ୍ଛାମୃତ୍ୟୁ’

ନୂଆଦିଲ୍ଲୀ,୨୪।୩: ଦୀର୍ଘ ୧୩ ବର୍ଷ ଧରି କୋମାରେ ରହି ମୃତ୍ୟୁ ସହ ସଂଗ୍ରାମ କରୁଥିବା ହରିଶ ରାଣା ଶେଷରେ ଆଖି ବୁଜିଛନ୍ତି। ଭାରତର ସର୍ବୋଚ୍ଚ ନ୍ୟାୟାଳୟଙ୍କ ଐତିହାସିକ…

ଆମେରିକାକୁ ସମର୍ଥନ କରି ଯୁଦ୍ଧକୁ ଡେଇଁବେ ଏହି ୨ ମୁସଲିମ ଦେଶ, ଛାନିଆ ହେଲା ଇରାନ

ଓ୍ବାଶିଂଟନ୍‌,୨୪।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ଯୁଦ୍ଧରେ ଏବେ ଦୁଇଟି ପ୍ରମୁଖ ମୁସଲିମ ଦେଶ ଆମେରିକାକୁ ସମର୍ଥନ କରି ଯୁଦ୍ଧରେ ଡେଇଁବାକୁ ପ୍ରସ୍ତୁତ ହେଉଛନ୍ତି। ଏହାର ଅର୍ଥ…

ଯୁଦ୍ଧ ଭିତରେ ୫୦ବର୍ଷର ରେକର୍ଡ ଭାଙ୍ଗିଲା ସୁନା, ଏତେ ଖସିଲା ଯେ ବିଶେଷଜ୍ଞ ହୋଇଗଲେ ତାଜୁବ!

ନୂଆଦିଲ୍ଲୀ,୨୪।୩: ବିଶ୍ୱ ବଜାରରେ ଚାଲିଥିବା ଅସ୍ଥିରତା ମଧ୍ୟରେ, ସୁନା ମୂଲ୍ୟ ନିବେଶକମାନଙ୍କୁ ଏକ ବଡ଼ ଝଟ୍‌କା ଦେଇଛି। ଗତ 25 ଦିନ ମଧ୍ୟରେ ସୁନା ମୂଲ୍ୟରେ ହ୍ରାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri