Posted inଖେଳ

ଟି୨୦ ବିଶ୍ୱକପ୍‌ ଖେଳିବ କାନାଡା

ଓଣ୍ଟାରିଓ(କାନାଡା),୨୩ା୬: ଆମେରିକାରେ ଅନୁଷ୍ଠତି କ୍ୱାଲିଫାୟର୍ସରେ ବାହାମାସକୁ ୭ଉଇକେଟରେ ପରାସ୍ତ କରି କାନାଡାର ପୁରୁଷ କ୍ରିକେଟ ଦଳ ଆସନ୍ତା ବର୍ଷ ଭାରତ ଓ ଶ୍ରୀଲଙ୍କାରେ ଅନୁଷ୍ଠିତ ହେବାକୁଥିବା ଆଇସିସି ଟି୨୦ ବିଶ୍ୱକପ୍‌ ପାଇଁ ଯୋଗ୍ୟତା ଅର୍ଜନ କରିଛି।

ଦଳ ଟୁର୍ନାମେଣ୍ଟରେ ୫ଟି ମ୍ୟାଚ ଖେଳିଥିବା ବେଳେ ସମସ୍ତ ମ୍ୟାଚରେ ବିଜୟ ଲାଭ କରିଥିଲା। କାନାଡା ଗତବର୍ଷ ଆମେରିକାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ରେ ମଧ୍ୟ ସ୍ଥାନ ପାଇଥିଲା। ଏହି ଦଳ ବର୍ତ୍ତମାନ ଆସନ୍ତା ଟି୨୦ ଇଭେଣ୍ଟ ଲାଗି ଗତ ଥରର ଚାମ୍ପିୟନ ଭାରତ, ଶ୍ରୀଲଙ୍କା, ଆଫଗାନିସ୍ତାନ, ଅଷ୍ଟ୍ରେଲିଆ, ବାଂଲାଦେଶ, ଇଂଲଣ୍ଡ, ଦକ୍ଷିଣ ଆଫ୍ରିକା, ଯୁକ୍ତରାଷ୍ଟ୍ର ଆମେରିକା, ଓ୍ବେଷ୍ଟଇଣ୍ଡିଜ, ଆୟର୍ଲାଣ୍ଡ, ନ୍ୟୁଜିଲାଣ୍ଡ ଓ ପାକିସ୍ତାନ ଦଳ ସହିତ ଯୋଗଦେଇଛି।

ଆହୁରି ୭ଟି ଦଳ ଇଭେଣ୍ଟ ପାଇଁ ଯୋଗ୍ୟତା ଅର୍ଜନ କରିବେ। ୟୁରୋପିଆନ କ୍ୱାଲିଫାୟର୍ସ (ଜୁଲାଇ ୫ରୁ ୧୧) ଦୁଇଟି, ଆଫ୍ରିକା କ୍ୱାଲିଫାୟର (ସେପ୍ଟେମ୍ବର ୧୯ରୁ ଅକ୍ଟୋବର ୪) ଦୁଇଟି ଏବଂ ଏସିଆ-ଇଏପି କ୍ୱାଲିଫାୟର (ଅକ୍ଟୋବର ୧ରୁ ୧୭)ରୁ ୩ଟି ଦଳ ଆଞ୍ଚଳିକ କ୍ୱାଲିଫାୟର୍ସ ଯୋଗେ ପୁରୁଷ ଟି୨୦ ବିଶ୍ୱକପ୍‌ରେ ଅଂଶଗ୍ରହଣ କରିବେ ବୋଲି ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ତରଫରୁ କୁହାଯାଇଛି।

ସ୍ଥାନୀୟ କିଙ୍ଗ୍‌ ସିଟି ଅନ୍ତର୍ଗତ ମାପଲ ଲିଫ୍‌ ନର୍ଥ-ଓ୍ବେଷ୍ଟ ଗ୍ରାଉଣ୍ଡରେ କାନାଡା ଏହାର ଫାଇନାଲ ଗେମ୍‌ରେ ଟସ୍‌ ଜିତି ବୋଲିଂ ନେଇଥିଲା। ବାହାମାସ ପ୍ରଥମେ ବ୍ୟାଟିଂ କରିବାକୁ ଯାଇ ୧୯.୫ ଓଭରରେ ୫୬ରନ୍‌ କରି ଅଲ୍‌ଆଉଟ ହୋଇଯାଇଥିଲା। କାନାଡାର ପେସ୍‌-ସ୍ପିନ୍‌ ଯୋଡ଼ି କଲିମ ସାନା (୩/୬) ଓ ଶିଭମ ଶର୍ମା (୩/୧୬) ଚମତ୍କାର ବୋଲିଂ କରି ମିଳିତ ଭାବେ ୬ ଉଇକେଟ ଅକ୍ତିଆର କରିଥିଲେ। କାନାଡା ମାତ୍ର ୫.୩ ଓଭରରେ ବିଜୟ ଲକ୍ଷ୍ୟ ହାସଲ କରିନେଇଥିଲା। ଦଳ ପକ୍ଷରୁ ପ୍ରଭାବୀ ବ୍ୟାଟିଂ ସହ ଦିଲପ୍ରୀତ ବାଜଓ୍ବା ୩୬ ରନ୍‌ କରି ଅପରାଜିତ ରହିଥିଲେ। ନିକୋଲାସ କିର୍ଟନଙ୍କ ନେତୃତ୍ୱରେ କାନାଡା ୧୧୦ରନରେ ବରମୁଡାକୁ ପରାସ୍ତ କରି ପ୍ରତିଯୋଗିତାରେ ଏହାର ଅଭିଯାନ ଆରମ୍ଭ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

IPL ମଧ୍ୟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କଲେ ଏହି ଷ୍ଟାର ବ୍ୟାଟସ୍‌ମ୍ୟାନ, ୩୭ ବର୍ଷ ବୟସରେ…

ନୂଆଦିଲ୍ଲୀ,୨।୪: କ୍ରିକେଟ ଜଗତ ବର୍ତ୍ତମାନ IPL ୨୦୨୬ ଉପରେ ଧ୍ୟାନ ଦେଇଛି। ଇଣ୍ଡିଆନ ପ୍ରିମିୟର ଲିଗ ୨୮ ମାର୍ଚ୍ଚରୁ ଆରମ୍ଭ ହୋଇଛି ଏବଂ ପ୍ରତିଦିନ ପ୍ରମୁଖ ମ୍ୟାଚ…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ଜୁଲାଇରେ ଜିମ୍ବାୱେ ଗସ୍ତ କରିବ ଟିମ୍ ଇଣ୍ଡିଆ, ଟି-୨୦ ସିରିଜରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିବ କି ସୁଯୋଗ ?

ନୂଆଦିଲ୍ଲୀ,୧।୪: ଟିମ୍ ଇଣ୍ଡିଆର ଜିମ୍ବାୱେ ଗସ୍ତର କାର୍ଯ୍ୟସୂଚୀ ପ୍ରକାଶ ପାଇଛି । ଭାରତୀୟ ଦଳର ଏହି ଗସ୍ତ ଜୁଲାଇରେ ହେବାକୁ ଯାଉଛି। ଏହି ଗସ୍ତ ସମୟରେ ତିନି ମ୍ୟାଚ୍…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…

ଅନ୍ତର୍ଜାତୀୟ ସ୍ତରର ଅପମାନ ପାଇଲା ପାକିସ୍ତାନ, ଭିଡିଓ ହେଉଛି ଭାଇରାଲ

ଇସଲାମାବାଦ,୧।୪: PSL 2026 ରେ, ପାକିସ୍ତାନ ପାଇଁ ଅନ୍ତର୍ଜାତୀୟ ଲଜ୍ଜାର କାରଣ ପାଲଟିଥିବା ଘଟଣାଗୁଡ଼ିକର ଏକ ଶୃଙ୍ଖଳା ସାମ୍ନାକୁ ଆସିଛି। ଟୁର୍ଣ୍ଣାମେଣ୍ଟର ପ୍ରଥମ ମ୍ୟାଚରେ, ଜର୍ସିରୁ ରଙ୍ଗ…

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri