Posted inଖେଳ

ଟି୨୦ ବିଶ୍ୱକପ୍‌ ଖେଳିବ କାନାଡା

ଓଣ୍ଟାରିଓ(କାନାଡା),୨୩ା୬: ଆମେରିକାରେ ଅନୁଷ୍ଠତି କ୍ୱାଲିଫାୟର୍ସରେ ବାହାମାସକୁ ୭ଉଇକେଟରେ ପରାସ୍ତ କରି କାନାଡାର ପୁରୁଷ କ୍ରିକେଟ ଦଳ ଆସନ୍ତା ବର୍ଷ ଭାରତ ଓ ଶ୍ରୀଲଙ୍କାରେ ଅନୁଷ୍ଠିତ ହେବାକୁଥିବା ଆଇସିସି ଟି୨୦ ବିଶ୍ୱକପ୍‌ ପାଇଁ ଯୋଗ୍ୟତା ଅର୍ଜନ କରିଛି।

ଦଳ ଟୁର୍ନାମେଣ୍ଟରେ ୫ଟି ମ୍ୟାଚ ଖେଳିଥିବା ବେଳେ ସମସ୍ତ ମ୍ୟାଚରେ ବିଜୟ ଲାଭ କରିଥିଲା। କାନାଡା ଗତବର୍ଷ ଆମେରିକାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ରେ ମଧ୍ୟ ସ୍ଥାନ ପାଇଥିଲା। ଏହି ଦଳ ବର୍ତ୍ତମାନ ଆସନ୍ତା ଟି୨୦ ଇଭେଣ୍ଟ ଲାଗି ଗତ ଥରର ଚାମ୍ପିୟନ ଭାରତ, ଶ୍ରୀଲଙ୍କା, ଆଫଗାନିସ୍ତାନ, ଅଷ୍ଟ୍ରେଲିଆ, ବାଂଲାଦେଶ, ଇଂଲଣ୍ଡ, ଦକ୍ଷିଣ ଆଫ୍ରିକା, ଯୁକ୍ତରାଷ୍ଟ୍ର ଆମେରିକା, ଓ୍ବେଷ୍ଟଇଣ୍ଡିଜ, ଆୟର୍ଲାଣ୍ଡ, ନ୍ୟୁଜିଲାଣ୍ଡ ଓ ପାକିସ୍ତାନ ଦଳ ସହିତ ଯୋଗଦେଇଛି।

ଆହୁରି ୭ଟି ଦଳ ଇଭେଣ୍ଟ ପାଇଁ ଯୋଗ୍ୟତା ଅର୍ଜନ କରିବେ। ୟୁରୋପିଆନ କ୍ୱାଲିଫାୟର୍ସ (ଜୁଲାଇ ୫ରୁ ୧୧) ଦୁଇଟି, ଆଫ୍ରିକା କ୍ୱାଲିଫାୟର (ସେପ୍ଟେମ୍ବର ୧୯ରୁ ଅକ୍ଟୋବର ୪) ଦୁଇଟି ଏବଂ ଏସିଆ-ଇଏପି କ୍ୱାଲିଫାୟର (ଅକ୍ଟୋବର ୧ରୁ ୧୭)ରୁ ୩ଟି ଦଳ ଆଞ୍ଚଳିକ କ୍ୱାଲିଫାୟର୍ସ ଯୋଗେ ପୁରୁଷ ଟି୨୦ ବିଶ୍ୱକପ୍‌ରେ ଅଂଶଗ୍ରହଣ କରିବେ ବୋଲି ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ତରଫରୁ କୁହାଯାଇଛି।

ସ୍ଥାନୀୟ କିଙ୍ଗ୍‌ ସିଟି ଅନ୍ତର୍ଗତ ମାପଲ ଲିଫ୍‌ ନର୍ଥ-ଓ୍ବେଷ୍ଟ ଗ୍ରାଉଣ୍ଡରେ କାନାଡା ଏହାର ଫାଇନାଲ ଗେମ୍‌ରେ ଟସ୍‌ ଜିତି ବୋଲିଂ ନେଇଥିଲା। ବାହାମାସ ପ୍ରଥମେ ବ୍ୟାଟିଂ କରିବାକୁ ଯାଇ ୧୯.୫ ଓଭରରେ ୫୬ରନ୍‌ କରି ଅଲ୍‌ଆଉଟ ହୋଇଯାଇଥିଲା। କାନାଡାର ପେସ୍‌-ସ୍ପିନ୍‌ ଯୋଡ଼ି କଲିମ ସାନା (୩/୬) ଓ ଶିଭମ ଶର୍ମା (୩/୧୬) ଚମତ୍କାର ବୋଲିଂ କରି ମିଳିତ ଭାବେ ୬ ଉଇକେଟ ଅକ୍ତିଆର କରିଥିଲେ। କାନାଡା ମାତ୍ର ୫.୩ ଓଭରରେ ବିଜୟ ଲକ୍ଷ୍ୟ ହାସଲ କରିନେଇଥିଲା। ଦଳ ପକ୍ଷରୁ ପ୍ରଭାବୀ ବ୍ୟାଟିଂ ସହ ଦିଲପ୍ରୀତ ବାଜଓ୍ବା ୩୬ ରନ୍‌ କରି ଅପରାଜିତ ରହିଥିଲେ। ନିକୋଲାସ କିର୍ଟନଙ୍କ ନେତୃତ୍ୱରେ କାନାଡା ୧୧୦ରନରେ ବରମୁଡାକୁ ପରାସ୍ତ କରି ପ୍ରତିଯୋଗିତାରେ ଏହାର ଅଭିଯାନ ଆରମ୍ଭ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL 2026 ପ୍ଲେଅଫରେ ପହଞ୍ଚିବ କେଉଁ ୪ଟି ଟିମ୍‌? ବଡ଼ ଭବିଷ୍ୟବାଣୀ କଲେ ପୂର୍ବତନ କ୍ରିକେଟର!

ନୂଆଦିଲ୍ଲୀ,୨୫।୧୨: IPL 2026 ଖେଳାଳିଙ୍କ ମିନି-ନିଲାମ ନିକଟରେ ଶେଷ ହୋଇଛି। ଡିସେମ୍ବର ୧୬ରେ ଆବୁଧାବିରେ IPL ମିନି-ନିଲାମ ହୋଇଥିଲା, ଯେଉଁଥିରେ ୨୯ ବିଦେଶୀ ଖେଳାଳିଙ୍କ ସମେତ...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Vijay Hazare Trophy: ବିରାଟ କୋହଲିଙ୍କ ଧୂଆଁଧାର ବ୍ୟାଟିଂ, ୧୬ ବର୍ଷ ପରେ ଏପରି ଶତକ ମାରିଲେ…

ନୂଆଦିଲ୍ଲୀ,୨୪।୧୨: ବିରାଟ କୋହଲିଙ୍କ ବ୍ୟାଟ୍ ବନ୍ଦ ହେବାର କୌଣସି ସଙ୍କେତ ଦେଖାଯାଉନାହିଁ । ଏହା ଅନ୍ତର୍ଜାତୀୟ କ୍ରିକେଟ୍ ହେଉ କି ଘରୋଇ କ୍ରିକେଟ୍ ସବୁ ସ୍ଥାନରେ...

ମାତ୍ର ୧୪ ବର୍ଷ ବୟସରେ ବଡ଼ ରେକର୍ଡ ଭାଙ୍ଗିଦେଲେ ବୈଭବ ସୂର୍ଯ୍ୟବଂଶୀ: କ୍ରିକେଟ୍‌ ଜଗତରେ ପଡ଼ିଗଲା ଚହଳ

ନୂଆଦିଲ୍ଲୀ,୨୪।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ ବୈଭବ ସୂର୍ଯ୍ୟବଂଶୀ ଏବଂ ତାଙ୍କ ଦଳ ବିହାର ପାଇଁ ଏକ ଭଲ ଆରମ୍ଭ ହୋଇଛି। ବିହାରର ଉପ-ଅଧିନାୟକ ବୈଭବ...

ନେମାରଙ୍କ ଅସ୍ତ୍ରୋପଚାର ସଫଳ

ସାଓ ପାଉଲୋ,୨୪ା୧୨: ବ୍ରାଜିଲର ଷ୍ଟାର ଖେଳାଳି ନେମାରଙ୍କ ବାମ ଆଣ୍ଠୁରେ ଅସ୍ତ୍ରୋପଚାର ହୋଇଛି। ତାଙ୍କ କ୍ଲବ ସାଣ୍ଟୋସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ବର୍ଷୀୟ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri