କାନାଡା ପ୍ରତିରକ୍ଷା ମନ୍ତ୍ରୀଙ୍କ ବଦଳିଲା ସ୍ବର: କହିଲେ, ଭାରତ ସହ ସମ୍ପର୍କ ଗୁରୁତ୍ୱପୂର୍ଣ୍ଣ

ଅଟାଓ୍ବା,୨୫।୯: ଖଲିସ୍ତାନୀ ଆତଙ୍କବାଦୀ ହରଦୀପ ସିଂ ନିଜ୍ଜରଙ୍କ ହତ୍ୟାକୁ ନେଇ ଭାରତ ଏବଂ କାନାଡା ମଧ୍ୟରେ ତିକ୍ତତା ଜାରି ରହିଛି। ଏହି ହତ୍ୟା ପାଇଁ ଭାରତକୁ ଦାୟୀ କରୁଥିବା କାନାଡା ପ୍ରତିରକ୍ଷା ମନ୍ତ୍ରୀଙ୍କ ସ୍ବର ବଦଳିଛି। ପ୍ରତିରକ୍ଷା ମନ୍ତ୍ରୀ ବିଲ ବ୍ଲେୟାର କହିଛନ୍ତି ଯେ, ଭାରତ ସହ ସମ୍ପର୍କ ଗୁରୁତ୍ୱପୂର୍ଣ୍ଣ। ତାଙ୍କ ଦେଶ ଇଣ୍ଡୋ-ପାସିଫିକ ରଣନୀତି ଭଳି ସହଭାଗିତା ଜାରି ରଖିବ।
ଗ୍ଲୋବାଲ ନ୍ୟୁଜ ଦ୍ୱାରା ଆୟୋଜିତ ୱେଷ୍ଟ ବ୍ଲକ୍‌ରେ ପ୍ରସାରିତ ଏକ ସାକ୍ଷାତକାରରେ କାନାଡାର ପ୍ରତିରକ୍ଷା ମନ୍ତ୍ରୀ ବ୍ଲେୟାର କହିଛନ୍ତି ଯେ, ଭାରତ ବିରୋଧରେ ଅଭିଯୋଗର ତଦନ୍ତ ଜାରି ରହିଥିବା ବେଳେ କାନାଡା ଭାରତ ସହ ସହଭାଗିତା ଜାରି ରଖିବ। ଭାରତ ସହିତ ସମ୍ପର୍କ ଗୁରୁତ୍ୱପୂର୍ଣ୍ଣ। ଆଇନର ସୁରକ୍ଷା ଆମର ଦାୟିତ୍ୱ ଅଟେ। ଆମର ନାଗରିକମାନଙ୍କୁ ସୁରକ୍ଷା ଦେବା ସହିତ ସୁନିଶ୍ଚିତ କରିବା ଯେ ଆମେ ପୁଙ୍ଖାନୁପୁଙ୍ଖ ଅନୁସନ୍ଧାନ କରି ସତ୍ୟକୁ ଯାଇପାରିବା। ଯଦି ଏହି ଅଭିଯୋଗ ସତ୍ୟ ପ୍ରମାଣିତ ହୁଏ, ତେବେ କାନାଡା ମାଟିରେ କାନାଡା ନାଗରିକଙ୍କ ହତ୍ୟା ଆମର ସାର୍ବଭୌମତ୍ୱର ଉଲ୍ଲଂଘନ କରିବ, ଯାହା କାନାଡା ପାଇଁ ଚିନ୍ତାର ବିଷୟ ହେବ ବୋଲି ସେ କହିଛନ୍ତି।
ଚଳିତ ବର୍ଷ ଜୁନ ମାସରେ କାନାଡାର ଜଣେ ଖଲିସ୍ତାନୀ ନେତା ହରଦୀପ ସିଂ ନିଜ୍ଜରଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା। କାନାଡାର ସରେର ଗୁରୁ ନାନକ ଶିଖ ଗୁରୁଦ୍ୱାର ନିକଟରେ ନିଜାରଙ୍କୁ ଦୁଇଜଣ ଅଜ୍ଞାତ ଆକ୍ରମଣକାରୀ ଆକ୍ରମଣ କରିଥିଲେ। ଏହି ଆକ୍ରମଣରେ ତାଙ୍କର ମୃତ୍ୟୁ ଘଟିଥିଲା। ନିଜାରଙ୍କ ହତ୍ୟା ପଛରେ ଭାରତ ସରକାର ଷଡଯନ୍ତ୍ର କରିଥାଇ ପାରନ୍ତି ବୋଲି କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ଅଭିଯୋଗ କରିଛନ୍ତି। ଟ୍ରୁଡୋ ଭାରତ ବିରୋଧରେ ଗୁରୁତର ଅଭିଯୋଗ କରିବା ପରେ ଉଭୟ ଦେଶର ମଧ୍ୟରେ ତିକ୍ତତା ବଢିଛି। ତେବେ ଟ୍ରୁଡୋଙ୍କ ଅଭିଯୋଗକୁ ଭାରତ ସରକାର ସମ୍ପୂର୍ଣ୍ଣ ଭାବେ ପ୍ରତ୍ୟାଖ୍ୟାନ କରିଛନ୍ତି। କାନାଡାର ଏହି ଅଭିଯୋଗ ପରେ ଭାରତ ମଧ୍ୟ କାନାଡାର ବରିଷ୍ଠ କୂଟନୀତିଜ୍ଞଙ୍କୁ ୫ ଦିନ ମଧ୍ୟରେ ଦେଶ ଛାଡିବାକୁ ନିର୍ଦ୍ଦେଶ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ବିଜେଡି କାର୍ଯ୍ୟକାରିଣୀରେ ସ୍ଥାନ ପାଇଲେ ପାଟଣା ନିର୍ବାଚନମଣ୍ଡଳୀର ତୁଙ୍ଗ ନେତା

ପାଟଣା,୨୮ା୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜେଡିର ନୂତନ ଜିଲା କାର୍ଯ୍ୟକାରୀ କମିଟିକୁ ବିଜେଡି ସଭାପତି ତଥା ସୁପ୍ରିମୋ ନବୀନ ପଟ୍ଟନାୟକ ପୁନର୍ଗଠନ କରିଛନ୍ତି। ଏହି...

୧୦୨ ହୋମ୍‌ଗାର୍ଡ ପଦବୀ ପାଇଁ ୪୦୪୦ ପରୀକ୍ଷାର୍ଥୀ, ଚାଲିଛି ଲିଖିତ ପରୀକ୍ଷା

ଝାରସୁଗୁଡ଼ା,୨୮ା୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲାରେ ଖାଲି ପଡ଼ିଥିବା ୧୦୨ଟି ହୋମଗାର୍ଡ ପଦ ପାଇଁ ରବିବାର ଲିଖିତ ପରୀକ୍ଷା ଅନୁଷ୍ଠିତ ହେଉଛି। ଏହି ପରୀକ୍ଷାରେ ମୋଟ୍‌...

ନେତାନ୍ୟାହୁ-ଟ୍ରମ୍ପଙ୍କ ସାକ୍ଷାତ ପୂର୍ବରୁ ମାସୁଦ୍‌ଙ୍କ ବଡ଼ ଘୋଷଣା: କହିଲେ ଆମ ଦେଶ ଏବେ ଯୁଦ୍ଧ ପାଇଁ…

ତେହରାନ,୨୮ା୧୨: ଇରାନ ରାଷ୍ଟ୍ରପତି ମାସୁଦ୍‌ ପେଜେସ୍କିଆନ କହିଛନ୍ତି, ତାଙ୍କ ଦେଶ ବର୍ତ୍ତମାନ ଆମେରିକା, ଇସ୍ରାଏଲ ଏବଂ ୟୁରୋପ ସହିତ ଏକ ପୂର୍ଣ୍ଣାଙ୍ଗ ଯୁଦ୍ଧରେ ଲିପ୍ତ। ସୋମବାର...

ଭରସା କଲେ ନବୀନ: ସିଲୁଙ୍କୁ ମିଳିଲା ଗୁରୁଦାୟତ୍ୱ, କହିଲେ…

କେସିଙ୍ଗା,୨୮।୧୨(ତୁମେଶ୍ୱର ସାହୁ): ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ...

ଶୀତ ମହୋତ୍ସବ ଲାଗି ଗାଁ ଗାଁରେ ଉତ୍କଣ୍ଠା, ଉତ୍ସାହ

ଦାରିଙ୍ଗବାଡି, ୨୮।୧୨ (ଅରୁଣ ସାହୁ ): ଆଉ କିଛି ଦିନର ଅପେକ୍ଷା। ଶୀତ ମହୋତ୍ସବ ୨୦୨୬ ପାଇଁ ଦାରିଙ୍ଗବାଡି ଏବେ ଠାରୁ ଉତ୍ସବମୁଖର ହୋଇପଡିଛି। ଗାଁ...

ଧନୁଯାତ୍ରା ରାଜ ଦରବାରରେ ଉଚ୍ଚଶିକ୍ଷା, ସଂସ୍କୃତି ମନ୍ତ୍ରୀ କହିଲେ ଅସ୍ମିତାର କଥା…

ମଥୁରାନଗରୀ,୨୮।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଚତୁର୍ଥ ଦିବସରେ ଗୋପପୁର ଦୃଶ୍ୟାଭନିନୟ ଗୁଡ଼ିକ ଚିତ୍ତାକର୍ଷକ ଥିଲା। କୃଷ୍ଣଙ୍କ ବାଲ୍ୟଲୀଳା ଦେଖିବାକୁ ନାହିଁ...

ଚୋରକୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧିଲେ ଲୋକେ, ପ୍ରବଳ ମାଡ଼ ମାରିବା ପରେ…

ଭଦ୍ରକ,୨୮ା୧୨(ସନାତନ ରାଉତ): ଚୋରି କରୁଥିବାବେଳେ ଜଣେ ନିଶାଡ଼ି ଯୁବକଙ୍କୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ଦେଲେ ଗ୍ରାମବାସୀ। ପ୍ରବଳ ମାଡ଼ ମାରିବା ପରେ ପୋଲିସକୁ...

ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷଙ୍କୁ ଝୁରୁଛନ୍ତି ଅଞ୍ଚଳବାସୀ, କଂଗ୍ରେସ ପତାକା ଉପରେ ଢାଙ୍କି ଦେଇ ନେତା…

ଦାରିଙ୍ଗବାଡ଼ି,୨୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଓଡ଼ିଶା ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷ ଦିଗାଲଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ପ୍ରକାଶ ଯେ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri