କାନାଡା ପ୍ରତିରକ୍ଷା ମନ୍ତ୍ରୀଙ୍କ ବଦଳିଲା ସ୍ବର: କହିଲେ, ଭାରତ ସହ ସମ୍ପର୍କ ଗୁରୁତ୍ୱପୂର୍ଣ୍ଣ

ଅଟାଓ୍ବା,୨୫।୯: ଖଲିସ୍ତାନୀ ଆତଙ୍କବାଦୀ ହରଦୀପ ସିଂ ନିଜ୍ଜରଙ୍କ ହତ୍ୟାକୁ ନେଇ ଭାରତ ଏବଂ କାନାଡା ମଧ୍ୟରେ ତିକ୍ତତା ଜାରି ରହିଛି। ଏହି ହତ୍ୟା ପାଇଁ ଭାରତକୁ ଦାୟୀ କରୁଥିବା କାନାଡା ପ୍ରତିରକ୍ଷା ମନ୍ତ୍ରୀଙ୍କ ସ୍ବର ବଦଳିଛି। ପ୍ରତିରକ୍ଷା ମନ୍ତ୍ରୀ ବିଲ ବ୍ଲେୟାର କହିଛନ୍ତି ଯେ, ଭାରତ ସହ ସମ୍ପର୍କ ଗୁରୁତ୍ୱପୂର୍ଣ୍ଣ। ତାଙ୍କ ଦେଶ ଇଣ୍ଡୋ-ପାସିଫିକ ରଣନୀତି ଭଳି ସହଭାଗିତା ଜାରି ରଖିବ।
ଗ୍ଲୋବାଲ ନ୍ୟୁଜ ଦ୍ୱାରା ଆୟୋଜିତ ୱେଷ୍ଟ ବ୍ଲକ୍‌ରେ ପ୍ରସାରିତ ଏକ ସାକ୍ଷାତକାରରେ କାନାଡାର ପ୍ରତିରକ୍ଷା ମନ୍ତ୍ରୀ ବ୍ଲେୟାର କହିଛନ୍ତି ଯେ, ଭାରତ ବିରୋଧରେ ଅଭିଯୋଗର ତଦନ୍ତ ଜାରି ରହିଥିବା ବେଳେ କାନାଡା ଭାରତ ସହ ସହଭାଗିତା ଜାରି ରଖିବ। ଭାରତ ସହିତ ସମ୍ପର୍କ ଗୁରୁତ୍ୱପୂର୍ଣ୍ଣ। ଆଇନର ସୁରକ୍ଷା ଆମର ଦାୟିତ୍ୱ ଅଟେ। ଆମର ନାଗରିକମାନଙ୍କୁ ସୁରକ୍ଷା ଦେବା ସହିତ ସୁନିଶ୍ଚିତ କରିବା ଯେ ଆମେ ପୁଙ୍ଖାନୁପୁଙ୍ଖ ଅନୁସନ୍ଧାନ କରି ସତ୍ୟକୁ ଯାଇପାରିବା। ଯଦି ଏହି ଅଭିଯୋଗ ସତ୍ୟ ପ୍ରମାଣିତ ହୁଏ, ତେବେ କାନାଡା ମାଟିରେ କାନାଡା ନାଗରିକଙ୍କ ହତ୍ୟା ଆମର ସାର୍ବଭୌମତ୍ୱର ଉଲ୍ଲଂଘନ କରିବ, ଯାହା କାନାଡା ପାଇଁ ଚିନ୍ତାର ବିଷୟ ହେବ ବୋଲି ସେ କହିଛନ୍ତି।
ଚଳିତ ବର୍ଷ ଜୁନ ମାସରେ କାନାଡାର ଜଣେ ଖଲିସ୍ତାନୀ ନେତା ହରଦୀପ ସିଂ ନିଜ୍ଜରଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା। କାନାଡାର ସରେର ଗୁରୁ ନାନକ ଶିଖ ଗୁରୁଦ୍ୱାର ନିକଟରେ ନିଜାରଙ୍କୁ ଦୁଇଜଣ ଅଜ୍ଞାତ ଆକ୍ରମଣକାରୀ ଆକ୍ରମଣ କରିଥିଲେ। ଏହି ଆକ୍ରମଣରେ ତାଙ୍କର ମୃତ୍ୟୁ ଘଟିଥିଲା। ନିଜାରଙ୍କ ହତ୍ୟା ପଛରେ ଭାରତ ସରକାର ଷଡଯନ୍ତ୍ର କରିଥାଇ ପାରନ୍ତି ବୋଲି କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ଅଭିଯୋଗ କରିଛନ୍ତି। ଟ୍ରୁଡୋ ଭାରତ ବିରୋଧରେ ଗୁରୁତର ଅଭିଯୋଗ କରିବା ପରେ ଉଭୟ ଦେଶର ମଧ୍ୟରେ ତିକ୍ତତା ବଢିଛି। ତେବେ ଟ୍ରୁଡୋଙ୍କ ଅଭିଯୋଗକୁ ଭାରତ ସରକାର ସମ୍ପୂର୍ଣ୍ଣ ଭାବେ ପ୍ରତ୍ୟାଖ୍ୟାନ କରିଛନ୍ତି। କାନାଡାର ଏହି ଅଭିଯୋଗ ପରେ ଭାରତ ମଧ୍ୟ କାନାଡାର ବରିଷ୍ଠ କୂଟନୀତିଜ୍ଞଙ୍କୁ ୫ ଦିନ ମଧ୍ୟରେ ଦେଶ ଛାଡିବାକୁ ନିର୍ଦ୍ଦେଶ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri