ଟ୍ରମ୍ପଙ୍କ ଟାରିଫ୍‌କୁ ନେଇ ଆକ୍ସନରେ ଟ୍ରୁଡୋ, କହିଲେ ଯଦି ନିଷ୍ପତ୍ତି ଫେରାଇ ନ ନିଆଯାଏ ତେବେ…

ଓଟାଓ୍ବା,୪।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୂର୍ବରୁ ମେକ୍ସିକୋ ଏବଂ କାନାଡାରୁ ହୋଉଥିବା ଆମଦାନୀ ଉପରେ ୨୫ ପ୍ରତିଶତ ଟାରିଫ୍‌ ଘୋଷଣା କରିଛନ୍ତି। ସେହି ସମୟରେ, ଚାଇନାରୁ ଆମଦାନୀ ଉପରେ ଅତିରିକ୍ତ ୧୦% ଟାରିଫ୍‌ ଘୋଷଣା କରାଯାଇଛି। ନିକଟରେ କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ରାଜା ଚାଲର୍‌ସ ତୃତୀୟଙ୍କୁ ଭେଟିଥିଲେ, ଯେଉଁଥିରେ ସେମାନେ କାନାଡାର ସାର୍ବଭୌମତ୍ୱ ଏବଂ ସ୍ବାଧୀନତା ବିଷୟରେ ଆଲୋଚନା କରିଛନ୍ତି।

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କାନାଡାକୁ ଆମେରିକାର ୫୧ତମ ରାଜ୍ୟ କରିବା ପାଇଁ ପରାମର୍ଶ ଦେବା ପରେ ଏହି ବୈଠକ ଅନୁଷ୍ଠିତ ହୋଇଛି, ଯାହାକୁ କାନାଡା ଦୃଢ଼ ଭାବରେ ପ୍ରତ୍ୟାଖ୍ୟାନ କରିଛି। ରାଷ୍ଟ୍ରପତି ହେବା ପରେ, ଡୋନାଲ୍ଡ ଟ୍ରମ୍ପ ବାରମ୍ବାର କାନାଡାକୁ ଆମେରିକାର ୫୧ତମ ରାଜ୍ୟ କରିବା ବିଷୟରେ କଥା ହୋଇଛନ୍ତି। କାନାଡାର ରାଷ୍ଟ୍ରମୁଖ୍ୟ ଭାବରେ ମଧ୍ୟ କାର୍ଯ୍ୟ କରୁଥିବା ରାଜା ଚାଲର୍‌ସ ଏପର୍ଯ୍ୟନ୍ତ ଏହି ବିଷୟରେ କୌଣସି ମନ୍ତବ୍ୟ ଦେଇନାହାଁନ୍ତି।

ମଙ୍ଗଳବାର ଟ୍ରୁଡୋ ବ୍ରିଟିଶ ରାଜାଙ୍କ ସହ ନିଜର ଏକ ଫଟୋ ଶେୟାର କରିଛନ୍ତି। ଯେଉଥିରେ ସେ ଲେଖିଛନ୍ତି, ମୁଁ ଆଜି ସକାଳେ ମହାମହିମ ରାଜା ଚାଲର୍‌ସ ତୃତୀୟଙ୍କୁ ଭେଟିଥିଲି। ଆମେ କାନାଡିଆନମାନଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ବିଷୟଗୁଡ଼ିକ ଉପରେ ଆଲୋଚନା କରିଥିଲୁ । ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, କାନାଡାର ସାର୍ବଭୌମ ଏବଂ ସ୍ବାଧୀନ ଭବିଷ୍ୟତ।

ଟ୍ରମ୍ପ ପ୍ରଶାସନ କାନାଡା ଏବଂ ମେକ୍ସିକୋରୁ ଆସୁଥିବା ଉତ୍ପାଦଗୁଡ଼ିକ ଉପରେ ୨୫% ଟାରିଫ୍‌ ଘୋଷଣା କରିଛନ୍ତି। ଯାହାକୁ ନେଇ କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ କହିଛନ୍ତି ଯେ ଯଦି ଟ୍ରମ୍ପ ପ୍ରଶାସନ ଏହାର ଯୋଜନାକୁ ଆଗକୁ ବଢ଼ାଏ, ତେବେ ତାଙ୍କ ଦେଶ ମଙ୍ଗଳବାରଠାରୁ ୩୦ ବିଲିୟନ କାନାଡା ଡଲାର ମୂଲ୍ୟର ଆମେରିକୀୟ ସାମଗ୍ରୀ ଉପରେ ୨୫ ପ୍ରତିଶତ ଟାରିଫ୍‌ ଲାଗୁ କରିବ। ଟ୍ରୁଡୋ କହିଥିଲେ ଯେ ୧୨୫ ବିଲିୟନ କାନାଡିଆନ ଡଲାର ମୂଲ୍ୟର ଆମେରିକୀୟ ସାମଗ୍ରୀ ଉପରେ ବାକି ପ୍ରତିଶୋଧମୂଳକ ଟାରିଫ୍‌ ୨୧ ଦିନ ମଧ୍ୟରେ ଲାଗୁ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

IAS ସ୍ତରରେ ଛୋଟ ଅଦଳବଦଳ: ଭାସ୍କର ଜ୍ୟୋତି ଶର୍ମାଙ୍କୁ ମିଳିଲା…

ଭୁବନେଶ୍ୱର,୩୧।୩: IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ୱ ଦିଆଯାଇଥିବା ବେଳେ…

ଚାଉଳ ନପାଇ ଫେରି ଯାଉଛନ୍ତି ଲୋକେ: ସାନଖେମୁଣ୍ଡିରେ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ..

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗ୍ରାମାଞ୍ଚଳମାନଙ୍କରେ ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ନେଇ ସିଙ୍ଗପୁର ପଞ୍ଚାୟତ ସରପଞ୍ଚ…

୧୬ ନମ୍ବର ଜାତୀୟ ରାଜପଥ ବଡ଼ ଘାଟି ଉପରେ ଓଲଟିଲା ଏସିଡି ଟ୍ୟାଙ୍କର

ଖଲ୍ଲିକୋଟ,୩୧।୩(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥ ବଡ଼ଘାଟି ଉପରେ ମଙ୍ଗଳବାର ଅପରାହ୍ନରେ ଏକ ଏସିଡି ବୋଝେଇ ଟ୍ୟାଙ୍କର ଓଲଟି ପଡିଛି।…

ରବି ଧାନ ବିକ୍ରି ପଞ୍ଜିକରଣ ଅବଧି ବୃଦ୍ଧି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

କୋକସରା,୩୧।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଇନ୍ଦ୍ରାବତୀ ଉଠା ଜଳସେଚନ ଅଞ୍ଚଳର ଚାଷୀମାନେ ଚଳିତ ବର୍ଷ ରବି ଚାଷ ଧାନ ବିକ୍ରି ପଞ୍ଜିକରଣରୁ ବାଦ ପଡ଼ିଛନ୍ତି। ଫଳରେ କୋକସରା ବ୍ଳକ…

ଉତ୍କଳ ପ୍ରଦେଶ ଗଠନରେ ବଡ଼ଖେମୁଣ୍ଡିର ଅବଦାନ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଉତ୍କଳ ସମ୍ମିଳନୀ ଗଞ୍ଜାମ ଜିଲା ଶାଖା ଆନୁକୂଲ୍ୟରେ ପବିତ୍ର ଉତ୍କଳ ଦିବସ ଅବ୍ୟବହିତ…

ଲୁଚାଇ ରଖିଥିଲେ: ମିଳିଲା ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର, ମାଓବାଦୀ ସାମଗ୍ରୀ

ଫୁଲବାଣୀ,୩୧।୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଦାରିଙ୍ଗିବାଡି ଥାନା ଅଞ୍ଚଳରେ କୋମ୍ବିଂ ଅପରେଶନ ବେଳେ ସୁରକ୍ଷାକର୍ମୀ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜଙ୍ଗଲରୁ ଜବତ କରିଛନ୍ତି। ଜବତ…

କଢ଼ାଗଲା ଝଡ଼ ବତାସରେ ଛିଣ୍ଡିଥିବା ତ୍ରିରଙ୍ଗା: ପୁଣି ଗାନ୍ଧିଛକରେ ଉଡିଲା …

ବରଗଡ଼,୩୧।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଗାନ୍ଧିଛକରେ ଉଡୁଥିବା ଛିଣ୍ଡା ତ୍ରିରଙ୍ଗାକୁ ମଙ୍ଗଳବାର ଅପସାରିତ କରାଯାଇଛି। ଅପସାରଣ ପରେ ସେଠାରେ ନୂଆ ତ୍ରିରଙ୍ଗା ଉଡୁଛି। ଏଠାରେ ଉଲ୍ଲେଖନୀୟ, ସହର…

ଆପଣାଇଥିଲେ ଅନ୍ୟ ଧର୍ମ: ୧୭ ଘଣ୍ଟା ହେଲା ପଡ଼ିଛି ମୃତଦେହ, ଶ୍ମଶାନରେ ମିଳୁନି

ଉମରକୋଟ,୩୧।୩(ସନ୍ତୋଷ ଶତପଥୀ): ଦୀର୍ଘ ୧୭ ଘଣ୍ଟା ହେବ ଘରେ ପଡି ରହିଛି ମୃତଦେହ। ଏଭଳି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲାଉମରକୋଟ ଥାନା ପୂଜାରୀଭରଣ୍ଡୀ ଗ୍ରାମରେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri