କାନାଡାରେ ୫୦ ବର୍ଷ ମଧ୍ୟରେ ପ୍ରଥମଥର ଲାଗୁ ହେଲା ଏମରଜେନ୍ସି

ଓଟାୱା,୧୫ ।୨: କାନାଡାରେ କରୋନା ମହାମାରୀକୁ ନେଇ ଲାଗିଥିବା ପ୍ରତିବନ୍ଧକକୁ ବିରୋଧ କରି କରାଯାଉଥିବା ପ୍ରଦର୍ଶନକୁ ରୋକିବା ପାଇଁ ସେଠାରେ ସୋମବାରଠାରୁ ଏମରଜେନ୍ସି ଲାଗୁ କରାଯାଇଛି । ଏଏନ୍‌ଆଇର ସୂଚନା ଅନୁଯାୟୀ, କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ଦେଶରେ ଜରୁରୀକାଳୀନ ପରିସ୍ଥିତି ଅଧିନିୟମ ଲାଗୁ କରିଛନ୍ତି । କରୋନା ମହାମାରୀକୁ ନେଇ ଲାଗିଥିବା ପ୍ରତିବନ୍ଧକକୁ ବିରୋଧ କରି ସେଠାରେ ବିରୋଧ ପ୍ରଦର୍ଶନ ଚାଲିଛି । ଦେଶବ୍ୟାପୀ ଟ୍ରକ୍ ଡ୍ରାଇଭରମାନେ ଉଗ୍ର ପ୍ରଦର୍ଶନ କରିବାରୁ ପ୍ରଧାନମନ୍ତ୍ରୀ ଦେଶରେ ଏମରଜେନ୍ସି ଲାଗୁ କରିଛନ୍ତି । ୫୦ ବର୍ଷ ମଧ୍ୟରେ ଏହା ପ୍ରଥମଥର ଲାଗି କରାଯାଇଛି । ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ କହିଛନ୍ତି ଟ୍ରକ୍ ଡ୍ରାଇଭରମାନଙ୍କ ବିରୋଧକୁ ଶେଷ କରିବାକୁ ସେ ଦେଶରେ ଏମରଜେନ୍ସି ଲାଗୁ କରିଛନ୍ତି ଯାହା ଅତ୍ୟନ୍ତ ଜରୁରୀ ପରିସ୍ଥିତରେ ଲାଗୁ କରାଯାଇଥାଏ । ପ୍ରଧାନମନ୍ତ୍ରୀ କହିଛନ୍ତି ଏହାଦ୍ୱାରା ଜନତାଙ୍କର ସୁରକ୍ଷା ସହ ଅର୍ଥନୀତିର ବି ସୁରକ୍ଷା ହୋଇପାରିବ । ଆମେ ଅବୈଧ ଗତିବିଧିକୁ ଆଗକୁ ବଢିବାକୁ ଦେବୁନାହିଁ ବୋଲି ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବଞ୍ଚିଗଲା ସମସ୍ତ ସ୍କୁଲ ପିଲା, ଶିକ୍ଷକଙ୍କ ଜୀବନ, କେମିତି ଜାଣନ୍ତୁ…

କାଠମାଣ୍ଡୁ,୩୦ା୮: ନେପାଳରେ ପ୍ରଳୟଙ୍କରୀ ବନ୍ୟା ମାଡ଼ିଆସିବା ବେଳେ ଜଣେ ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ୧,୬୪୩ ଜଣ ପିଲାଙ୍କ ଜୀବନ ବଞ୍ଚତ୍ୟାଇଛି। ନୁଓ୍ବାକୋଟ୍‌ ଜିଲା ତ୍ରିଭୁବନ…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

ମଝି ସମୁଦ୍ରରେ ବୁଡ଼ିଗଲା ବୋଟ୍‌, ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି , ନିଖୋଜ ଅଛନ୍ତି ଅନେକ ଯାତ୍ରୀ

ନିକୋସିଆ,୩୦ା୮: ଉତ୍ତର ସାଇପ୍ରସ୍‌ ଉପକୂଳରେ ଏକ ବୋଟ୍‌ ରବିବାର ବୁଡ଼ିଯାଇ ୭ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକ ଯାତ୍ରୀ ନିଖୋଜ ଅଛନ୍ତି। ଏନେଇ ମୃତ୍ୟୁ ସଂଖ୍ୟା…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

ଓଡ଼ିଆ ସାହିତ୍ୟର ଜଣେ ଅମର ନକ୍ଷତ୍ର ଥିଲେ ସ୍ବଭାବ କବି ଗଙ୍ଗାଧର ମେହେର, ତାଙ୍କ କଲମ ଚାଳନାରେ ଥିଲା…

କେସିଙ୍ଗା,୩୦ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ସମାରୋହ ଅନୁଷ୍ଠାନର ସଭାପତି ଯାଜ୍ଞସେନୀ ସାହାଙ୍କ…

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

ଭୟଙ୍କର ଦୁର୍ଘଟଣା: ୨୭୦ ଲୋକଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ିଲା, ଏବେ ବି ଜାରିରହିଛି…

ଆଙ୍କରା,୩୦ା୮: ଉତ୍ତର ସାଇପ୍ରସ ଉପକୂଳରେ ଏକ ଭୟଙ୍କର ଡଙ୍ଗା ବୁଡ଼ି ଦୁର୍ଘଟଣା ଘଟିଛି। ରବିବାର ଅପରାହ୍ନରେ ଉତ୍ତର ସାଇପ୍ରସର କାଇରେନିଆ ବନ୍ଦରରୁ ତୁର୍କୀର ମର୍ସିନ ପ୍ରଦେଶସ୍ଥିତ ତାସୁକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri