ଭାଙ୍ଗିଲା କେନାଲ: ଉଜୁଡିଲା ଚାଷୀଙ୍କ ଫସଲ

ରିଷିଡା,୫।୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ଉତେଇ ଜଳସେଚନ ବିଭାଗ ପକ୍ଷରୁ କର୍ଲାମୁଣ୍ଡା ବ୍ଲକ ରାଜପୁର ଗ୍ରାମର ଭୋରପଡା( ଆର ୧) ସବମାଇନର କେନାଲ ବିଭିନ୍ନ ସ୍ଥାନରେ ନୂତନ ଭାବେ କଂକ୍ରିଟକରଣ କରାଯାଇଛି। ପ୍ରକଳ୍ପ କାର୍ଯ୍ୟ ବିନା ସୂଚନା ଫଳକରେ କିଛି ସ୍ଥାନରେ କରାଯାଇଛି। ଯାହା ଫଳରେ ଯେଉଁ ଯାଗାରେ ଅତ୍ୟନ୍ତ ଜରୁରୀ ପୁରୁଣା ଫାଟ ଏବଂ ଭାଙ୍ଗି ଯାଇଥିବା କେନାଲ ସେହି ଯାଗା ସ୍ଥାନରେ ମରାମତି କି ନୂତନ କାମ ନ କରି ସାଧାରଣ ଲୋକଙ୍କୁ ଅନ୍ଧାରରେ ରଖି ଯନ୍ତ୍ରୀଙ୍କ ମଧୁଚନ୍ଦ୍ରିକାରେ ଠିକାସଂସ୍ଥା କିଭଳି କାମ କରିଛି। ଏହି କାର୍ଯ୍ୟକୁ ନେଇ ସନ୍ଦେହ ସୃଷ୍ଟି ହେଉଛି । ଏହା ସହ ପ୍ରକଳ୍ପ କାର୍ଯ୍ୟର ସ୍ବଚ୍ଛତା ଓ ସ୍ଥାୟୀତ୍ୱ ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି।
ପ୍ରକାଶ ଯେ, ତଳି ଅଞ୍ଚଳ ଥିବାରୁ ପାଣି ଯିବାର ଅସୁବିଧା ହେତୁ ପୁରୁଣା ଫାଟ ସୃଷ୍ଟି ହୋଇଥିବା କିଛି ମାସ ତଳେ ଅଞ୍ଚଳର ଉଗ୍ରସେନ ସାହୁ, ସୁଭଳୟା ସାହୁ, ପ୍ରେମାନନ୍ଦ ସାହୁ, ସମେତ ବହୁ ଚାଷୀମାନେ ବିଭାଗୀୟ ଯନ୍ତ୍ରୀଙ୍କୁ ଜଣାଇଥିବାବେଳେ କିଛି ପଦକ୍ଷେପ ନ ନେଇ ଅଣଦେଖାରୁ ଆଜି ରାଜପୁର ଗ୍ରାମର (ଆର ୧) ସବ ମାଇନର କେନାଲ ସଂପୂର୍ଣ୍ଣ ଭାବେ ଭୁଶୁଡି ଯାଇଛି। ଯାହା ଫଳରେ ଶତାଧିକ ଚାଷୀଙ୍କ ଚାଷ ଉପରେ ପାଣି ମାଡ଼ି ଯାଇ ବହୁ କ୍ଷତିଗ୍ରସ୍ତ ହୋଇଥିବା ଜଣାପଡିଛି। ଏସମ୍ପର୍କରେ ଦାୟିତ୍ୱରେ ଥିବା ଉତେଇଜଳ ସେଚନ ବିଭାଗୀୟ କନିଷ୍ଠଯନ୍ତ୍ରୀ ସୁଶାନ୍ତ ଖୁରାଙ୍କୁ ଯୋଗାଯୋଗ କରିଥିଲେ ହେଁ କୌଣସି କାରଣରୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ଏପଟେ ଚାଷୀମାନେ ଫୋନ ଲଗାଇ ଜଣାଇବାକୁ ଚେଷ୍ଟା କରିଥିଲେ ମଧ୍ୟ ଫୋନ ଉଠାଉ ନାହାନ୍ତି। ଏହି କ୍ଷୟକ୍ଷତି ପାଇଁ ବିଭାଗୀୟ ଯନ୍ତ୍ରୀ ସୁଶାନ୍ତ ଖୁରା ହିଁ ଦାୟୀ ବୋଲି ଅଞ୍ଚଳର ଶତାଧିକ ଚାଷୀ ଅଭିଯୋଗ କରିଛନ୍ତି।
ପ୍ରକାଶଥାଉ କି,ଶ୍ରୀ ଖୁରା ୧୦ବର୍ଷରୁ ଉଦ୍ଧର୍‌ବ ରହି ଥିବାରୁ ତାଙ୍କର ଛତ୍ରଛାୟା ତଳେ ବହୁ ହାତ ଥିବାରୁ ତାଙ୍କ ବଦଳି ଅଦ୍ୟାବଧି ହୋଇନାହିଁ । ତୁରନ୍ତ ଏଥିପ୍ରତି ଜିଲା ପ୍ରଶାସନ ଦୃଷ୍ଟିଦେଇ ଅନ୍ୟତ୍ର ବଦଳି କରିବାକୁ ଚାଷୀମାନେ ଦାବି କରିଛନ୍ତି ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କନ୍ୟା ରାଶିରେ ସୂର୍ଯ୍ୟଙ୍କ ଏଣ୍ଟ୍ରି: ମାସେ ଯାଏ ୫ ରାଶିଙ୍କୁ ଫାଇଦା ହିଁ ଫାଇଦା, ମାଲାମାଲ ହେବେ…

ନବଗ୍ରହଙ୍କ ମଧ୍ୟରେ ରାଜାର ପଦବୀ ପାଇଥିବା ସୂର୍ଯ୍ୟଦେବ ୧୭ ସେପ୍ଟେମ୍ୱରରେ ନିଜର ମିତ୍ର ଗ୍ରହ ବୁଧଙ୍କ ରାଶି କନ୍ୟାରେ ପ୍ରବେଶ କରିସାରିଛନ୍ତି। ସେ ୧୭ ଅକ୍ଟୋବର ୨୦୨୬…

ଶ୍ରୀଗୁଣ୍ଡିଚା ମନ୍ଦିର ପରିଦର୍ଶନ ସହ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟ ପ୍ରଶାସକ

ପୁରୀ,୨୦ା୯(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟସ୍ଥିତ ସମ୍ମିଳନୀ କକ୍ଷରେ ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ କୁମାର ପାଢ଼ୀଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ…

ସେପ୍ଟେମ୍ୱର ଶେଷ ସପ୍ତାହରେ ଗୋଟିଏ ଦିନ ଖୋଲା ରହିବ ବ୍ୟାଙ୍କ୍‌, ଜରୁରୀ କାମ ଥିଲେ…

ନୂଆଦିଲ୍ଲୀ,୨୦।୯: ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (RBI)ର ଛୁଟି ତାଲିକା (ହଲିଡେ କ୍ୟାଲେଣ୍ଡର) ଦେଖିଲେ ମନେହେଉଛି ଯେ ଆସନ୍ତା ସପ୍ତାହରେ ବ୍ୟାଙ୍କ କେବଳ ଗୋଟିଏ ଦିନ ହିଁ…

ଲଟାବୁଦାରେ ଭର୍ତ୍ତି ହୋଇଛି ଗାଁ ଶ୍ମଶାନ, ସଫେଇ ପାଇଁ ଏକାଠି ହେଲେ ଯୁବବର୍ଗ, ଅଧାପନ୍ତରିଆ ହୋଇଥିବା…

ଦାରିଙ୍ଗବାଡ଼ି,୨୦ା୯(ଅରୁଣ ସାହୁ): ସରକାରଙ୍କ ପକ୍ଷରୁ ଶ୍ମଶାନ ଗୃହ ନିର୍ମାଣ ପାଇଁ ଲକ୍ଷଲକ୍ଷ ଟଙ୍କା ଅନୁଦାନ ଖର୍ଚ୍ଚ କରାଯାଇ ସ୍ବଚ୍ଛତା ଓ ସୌନ୍ଦର୍ଯ୍ୟ ପାଇଁ ପଦକ୍ଷେପ ନିଆଯାଉଛି। କିନ୍ତୁ…

ପାରିବାରିକ କଳହର କରୁଣ ପରିଣତି: ସ୍ତ୍ରୀଙ୍କୁ ହତ୍ୟାପରେ, ସ୍ୱାମୀଙ୍କ ଆତ୍ମହତ୍ୟା

ପରଜଙ୍ଗ, ୨୦/୯ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅଧୀନ ଦଦରାଘାଟି ଫାଣ୍ଡି ଅଞ୍ଚଳର ଆଖୁଆପାଳ ପଞ୍ଚାୟତ ଅନ୍ତର୍ଗତ ୩ ନମ୍ବର କଲୋନୀରେ ପାରିବାରିକ କଳହକୁ…

ପେନଶନଭୋଗୀଙ୍କ ପାଇଁ ବଡ଼ ଖବର, UPI ରେ ଟଙ୍କା ଖର୍ଚ୍ଚ କରୁଥିଲେ…

ନୂଆଦିଲ୍‌ଲୀ,୨୦।୯: ପେନଶନ ଫଣ୍ଡ ନିୟାମକ ଏବଂ ବିକାଶ ପ୍ରାଧିକରଣ (PFRDA) କହିଛି ଯେ, ଇ-ଶ୍ରମ (e-Shram) ଡାଟାବେସରେ ପଞ୍ଜୀକୃତ ହୋଇଥିବା ଅସଂଗଠିତ କ୍ଷେତ୍ରର କର୍ମଚାରୀମାନେ ଖୁବ ଶୀଘ୍ର…

ରେଙ୍ଗାଲିରେ ଏନକାଉଣ୍ଟର: କୋଡିନ୍‌ କଫ୍‌ସିରପ୍‌ ଚାଲାଣକାରୀଙ୍କୁ….

ସମ୍ବଲପୁର, ୨୦।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ନିଶା କାରବାର ବିରୋଧରେ ପୋଲିସର ବଡ଼ଧରଣର କାର୍ଯ୍ୟାନୁଷ୍ଠାନ ଦେଖିବାକୁ ମିଳିଛି। ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ଅନ୍ତର୍ଗତ ରେଙ୍ଗାଲି ଥାନା…

ଏହି ୭ ପ୍ରକାରର UPI ପେମେଣ୍ଟ୍‌ ଉପରେ କୌଣସି ଚାର୍ଜ ଲାଗିବ ନାହିଁ; ଜାଣନ୍ତୁ କ’ଣ?

ନୂଆଦିଲ୍ଲୀ,୨୦ା୯: UPI ବ୍ୟବହାର କରୁଥିବା ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର। ୧୫ ଅକ୍ଟୋବର, ୨୦୨୬ ଠାରୁ, ଏକ ନୂତନ ବାଣିଜ୍ୟ ରିହାତି ହାର (MDR) ଢାଞ୍ଚା କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?