କେନାଲ ଜଳସେଚନ କାଗଜପତ୍ରରେ ଚାଲିଛି

କେନ୍ଦ୍ରାପଡ଼ା ଅଫିସ, ୨୬।୩: କେନ୍ଦ୍ରାପଡ଼ା ଜିଲାରେ ଶିଳ୍ପ ନାହିଁ। କୃଷିକୁ ୬୯ ପ୍ରତିଶତ ପରିବାର ଜୀବିକା କରିଛନ୍ତି। ହେଲେ ଜିଲାରେ କେନାଲ ଜଳସେଚିତ ଅଞ୍ଚଳ ଭାବେ ଯାହା କାଗଜପତ୍ରରେ ଦେଖାଯାଉଛି, ତାହା ବାସ୍ତବିକ ସତ୍ୟ ନୁହେଁ ବୋଲି ରାଜସ୍ବ ବୈଠକରେ ବହୁବାର ଆଲୋଚନା ହେଉଛି। ଚିହ୍ନଟ ଜମିର ଜଳକର ମିଳୁ ନ ଥିବାବେଳେ ପ୍ରଶାସନିକସ୍ତରରେ ଏଥିପାଇଁ ସମନ୍ବୟ କମିଟି ବସିବା ସମ୍ଭବ ହେଉନାହିଁ। ପୂର୍ବତନ ଜିଲା ପରିଷଦ ସଭ୍ୟ ଗଣେଶ ଚନ୍ଦ୍ର ସାମଲ କହିଛନ୍ତି ଯେ, ଏ ନେଇ ବିଭିନ୍ନ ବିଭାଗକୁ ସୂଚନା ଅଧିକାର ଆଇନରେ ତଥ୍ୟ ମଗାଯାଇଥିଲା। ରାଜସ୍ବ ବିଭାଗ ତଥ୍ୟ ଅନୁଯାୟୀ, ଜିଲାର ମୋଟ ୮୫,୯୨୦ ଏକର ଜମି ପାଇଁ ଜଳ କର ଧାର୍ଯ୍ୟ ହୋଇଛି। ଅପରପକ୍ଷରେ କୃଷି ବିଭାଗ, ଜଳ ସମ୍ପଦ ବିଭାଗ ଓ ଉଠା ଜଳସେଚନ ବିଭାଗ ତଥ୍ୟ ଅନୁଯାୟୀ, କେନାଲ ମାଧ୍ୟମରେ ୪୬,୭୨୭ ହେକ୍ଟର ଅର୍ଥାତ ୧,୧୫,୪୪୫ ଏକର ଜମିକୁ ଜଳ ଯୋଗାଣ ହେଉଛି। ଯାହା ରାଜସ୍ବ ବିଭାଗ ତଥ୍ୟଠାରୁ ୨୯,୫୪୫ ଏକର ଅଧିକ। ଜିଲାର ଆଳି, ରାଜନଗର, ରାଜକନିକା ବ୍ଲକ ଅଞ୍ଚଳରେ କେନାଲ ନାହିଁ।
ଡେରାବିଶ ତହସିଲ ଅଞ୍ଚଳରେ କୃଷି ବିଭାଗ ୨୬,୬୯୦ ଏକର ଜମିରେ ପାଣି ମାଡୁଥିବା ଦର୍ଶାଯାଇଥିବା ବେଳେ ରାଜସ୍ବ ବିଭାଗ ପକ୍ଷରୁ ୨୪,୨୩୧ ଏକର ଜମି ପାଇଁ କର ଧାର୍ଯ୍ୟ ହୋଇଛି। ଗରଦପୁର ତହସିଲ ଅଞ୍ଚଳରେ କୃଷି ବିଭାଗର ୨୫୯୨ ଏକରରୁ ରାଜସ୍ବ ବିଭାଗ ୨୦୯୪ ଏକର, କେନ୍ଦ୍ରାପଡ଼ାରେ ୩୩,୪୮୫ ଏକରରୁ ୩୦,୦୮୪ ଏକର, ମାର୍ଶାଘାଇରେ ୧୧,୦୩୦ ଏକରରୁ ୮୦୫୦ ଏକର, ମହାକାଳପଡ଼ାରେ ୭୪୩୦ ଏକରରୁ ୫୪୧୯ ଏକର ଓ ପଟ୍ଟାମୁଣ୍ଡାଇ ତହସିଲ ଅଞ୍ଚଳରେ ୨୭,୩୬୨ ଏକରରୁ ୧୬,୦୮୭ ଏକର ଜମିରେ ଜଳ କର ପାଇଁ ଲକ୍ଷ୍ୟ ଧାର୍ଯ୍ୟ ହୋଇଛି। ଏ ସମ୍ପର୍କରେ ଅଇନଜୀବୀ ସରୋଜରାଜ ସିଂହ କହିଛନ୍ତି, ଜିଲାପାଳଙ୍କ ଅଧ୍ୟକ୍ଷତାରେ ରାଜସ୍ବ, ଜଳସମ୍ପଦ, ଉଠା ଜଳସେଚନ, କୃଷି ବିଭାଗୀୟ ଅଧିକାରୀଙ୍କର ଏକ ସମନ୍ବୟ କମିଟି ବସିବା ପାଇଁ ନିୟମ ହୋଇଛି। କମିଟିର ଏହି ବୈଠକରେ ଜଳସେଚିତ ଜମିର ଆକଳନ ସହ ଅର୍ଥକରୀ ଫସଲ ଉତ୍ପାଦନ ସମ୍ପର୍କରେ ଯୋଜନା ପ୍ରସ୍ତୁତ ହୋଇଥାଏ। ଫଳରେ ଜିଲାର କୃଷିନୀତି ସଫଳ ହେବା ସହ ରାଜସ୍ବ ଆଦାୟ ପଥ ସୁଗମ ହୁଏ। ତେବେ ୧୦ ବର୍ଷ ମଧ୍ୟରେ ଏପରି ସମନ୍ବୟ ବୈଠକ ବସିଥିବା ଜଣାପଡ଼ିନାହିଁ। ଫଳରେ ରାଜସ୍ବ ଆଦାୟ ବାଧାପ୍ରାପ୍ତ ସହ ପ୍ରକୃତ ଜଳସେଚନ ଜମିର ଆକଳନ ହୋଇପାରୁନାହିଁ। ଏହା ବ୍ୟତୀତ ପ୍ରତିବର୍ଷ ଜନସଂଖ୍ୟା ବୃଦ୍ଧି ପାଉଥିବାରୁ ଜଳସେଚିତ ଚାଷ ଜମିକୁ ଘରବାଡି କିସମକୁ ପରିବର୍ତ୍ତନ କରାଯାଉଛି। ଏହି କିସମ ପରିବତ୍ତର୍ର୍ନ ଜିଲା ପାଇଁ ଏକ ସମସ୍ୟା ଆଣିଛି। ପ୍ରାୟ ହଜାରରୁ ଅଧିକ ଚାଷ ଜମିର କିସମ ପରିବର୍ତ୍ତନ ପାଇଁ ତହସିଲଗୁଡ଼ିକରେ ଆବେଦନ ପତ୍ର ପଡ଼ି ରହିଥିବା ସେ ଦର୍ଶାଇଛନ୍ତି। ବୁଦ୍ଧିଜୀବୀ ଚିତ୍ତରଞ୍ଜନ ଦାସ କୁହନ୍ତି, ରାଜ୍ୟ ସରକାର ପ୍ରତି ବ୍ଲକ ଅଞ୍ଚଳର ଚାଷ ଜମି ମଧ୍ୟରୁ ଅନୂ୍ୟନ ୩୫ ପ୍ରତିଶତ ଜମିକୁ ଜଳସେଚନ ପାଇଁ ଘୋଷଣା କରିଛନ୍ତି। ତେବେ ଜିଲାରେ ୨୫ ବର୍ଷ ମଧ୍ୟରେ ଗୋଟିଏ ଇଞ୍ଚ କେନାଲ ଖୋଳା ଯାଇନାହିଁ। ଜିଲାର ବହୁ କେନାଲ ପୋତି ହୋଇପଡ଼ିବାରୁ ଖେଳ ପଡ଼ିଆରେ ପରିଣତ ହୋଇଛି। ଉନ୍ନତୀକରଣ ନାମରେ ଅର୍ଥ ବ୍ୟୟ ହେଉଥିଲେ ମଧ୍ୟ କେନାଲର ଶେଷ ମୁଣ୍ଡରେ ପାଣି ପହଞ୍ଚତ୍ ପାରୁନାହିଁ। ଏପରି କି କେନାଲ ନିକଟସ୍ଥ ଜମି ଜଳସେଚିତ ନ ହେବାରୁ ଜଳକର ନ ଦେବାକୁ ଚାଷୀମାନଙ୍କ ପକ୍ଷରୁ ଆନ୍ଦୋଳନ ହେଉଛି। ତୁରନ୍ତ ଏଥିପ୍ରତି ଜିଲାପାଳ, ଆରଡିସି ଓ ଜଳ ସମ୍ପଦ ବିଭାଗ ନଜର ଦେବା ଆବଶ୍ୟକ ବୋଲି ସେ ମତ ଦେଇଛନ୍ତି। ଏ ସମ୍ପର୍କରେ ଏଡିଏମ୍‌ ପୀତାମ୍ବର ସାମଲଙ୍କୁ ପଚାରିବାରେ ନୂତନ କେନାଲ ଖନନ ସମୟରେ ରାଜସ୍ବ ବିଭାଗ ସହ ଜଳସମ୍ପଦ ବିଭାଗ ଓ ଅନ୍ୟ ବିଭାଗର ସମନ୍ବୟ କମିଟି ବସିଥାଏ। ଏଥିରେ ଜଳସେଚନ ଯୋଗ୍ୟ କ୍ଷେତ୍ରଫଳ ହିସାବକୁ ନିଆଯାଇଥାଏ। ଜିଲାରେ ଜଳକର ଆଦାୟ ହେଉଥିବା ଜମିର ପୁନଃ ସମୀକ୍ଷା ହେଲେ ରାଜସ୍ବ ବଢ଼ିବା ସହିତ କୃଷି ନୀତି ସଫଳ ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆୟ ବର୍ହିଭୂତ ସମ୍ପତ୍ତି ଠାବ, PEO କାର୍ତ୍ତିକେଶ୍ୱର ବେହେରା ଗିରଫ

ବରଗଡ଼,୨୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କଟାବାହାଲ ଗ୍ରାମ ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) କାର୍ତ୍ତିକେଶ୍ୱର ବେହେରାଙ୍କୁ ଗିରିଫ କରିଛି ଭିଜିଲାନ୍ ଟିମ୍ । ତାଙ୍କ ଜଣାଶୁଣା ଆୟର…

କେସିଙ୍ଗାରେ ରେକର୍ଡ ବର୍ଷା, ଆତଙ୍କିତ ସ୍ଥାନୀୟ ବାସିନ୍ଦା

କେସିଙ୍ଗା,୨୩।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ବର୍ଷାରେ କେସିଙ୍ଗା ବ୍ଲକର ୨୬ଟି ଗ୍ରାମ ପଞ୍ଚାୟତରେ ଦୀର୍ଘ ଦୁଇଦିନ ଧରି ବର୍ଷା ଲାଗି ରହିଛି ।କେତେବେଳେ ବର୍ଷା ହେଉଛି ତ ଆଉ…

IPL ଅକ୍ସନ୍‌କୁ ନେଇ ବଡ଼ ଘୋଷଣା: ଡିସେମ୍ବରରେ ଏହି ସ୍ଥାନରେ ହେବ….

ନୂଆଦିଲ୍ଲୀ,୨୩।୯: IPLର ଆଗାମୀ ସିଜନ୍‌କୁ ନେଇ ପ୍ରସ୍ତୁତି ଜୋରଦାର ହେଉଥିବା ବେଳେ ଅକ୍ସନକୁ ନେଇ ବଡ଼ ଅପଡେଟ୍ ସାମ୍ନାକୁ ଆସିଛି । BCCI ସଚିବ ଦେବଜିତ ସାଇକିଆଙ୍କ…

ନାଗାବଳୀ କୂଳରେ ଝଲସୁଛି କାଶତଣ୍ଡି, ଧରାପୃଷ୍ଠକୁ ଆସିବେ ଜଗତଜନନୀ

କଲ୍ୟାଣସିଂହପୁର,୨୩ା୯(ଦୀପକ କୁମାର ପରିଡା ): ​ପ୍ରକୃତିର କୋଳରେ ଏବେ ଉତ୍ସବର ଋତୁ । ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ବେଲକନା ଗାଁ ନିକଟସ୍ଥ ନାଗାବଳୀ ନଦୀ…

ଗଞ୍ଜାମ ଜିଲାରେ ଲଗାଣ ବର୍ଷା; ମା’ ତାରାତାରିଣୀ ପାହାଡ଼ରୁ ଧସିଲା ମାଟି ଆତଡା-ପଥର ଖଣ୍ଡ

ପୁରୁଷୋତ୍ତମପୁର,୨୩ା୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦୁଇଦିନ ହେଲା ବର୍ଷା ଲାଗିରହିଛି । ଏହାର ପ୍ରଭାବରେ ଦକ୍ଷିଣ…

ଫୁଲୁଛି ତାମ୍ପରା ହ୍ରଦ, ତୁରନ୍ତ ଗେଟ୍‌ ଲଗାଇବାକୁ ଚାଷୀଙ୍କ ଦାବି

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ଛତ୍ରପୁର ଏବଂ ଏହାର ଆଖପାଖ ଅଞ୍ଚଳରେ ତୁହାକୁତୁହା ବର୍ଷା ଲାଗିରହିଛି। ଛତ୍ରପୁର ଉପକଣ୍ଠରେ ଥିବା ତାମ୍ପରା…

୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ବିଷୟରେ ବଡ଼ ବୟାନ ଦେଲେ କୋଚ, କହିଲେ,‘ମୁଁ ତାଙ୍କୁ ଅପେକ୍ଷା କରିଛି…’

ନୂଆଦିଲ୍ଲୀ,୨୩।୯: ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ଭାରତୀୟ କ୍ରିକେଟ ଟିମ ସହିତ ଜାପାନରେ ଅଛନ୍ତି। ସେ ୨୦୨୬ ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରୁଛନ୍ତି ଏବଂ ସେଠାରେ ତାଙ୍କର…

କଳାହାଣ୍ଡିରେ ପ୍ରବଳ ବର୍ଷା; ଗୁରୁବାର ସବୁ ସ୍କୁଲ ଛୁଟି, NH୨୬ରେ ଗଛ ପଡିବାରୁ ରାସ୍ତା ଜାମ୍

ଭବାନୀପାଟଣା ୨୩।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ଯୋଗୁଁ ମଙ୍ଗଳବାର ଠାରୁ କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେଉଛି । ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?