କାନାରା ବ୍ୟାଙ୍କର ପୁରସ୍କାର ବିତରଣ ସମାରୋହ

ଭୁବନେଶ୍ୱର,୧।୧୦: କାନାରା ବ୍ୟାଙ୍କର ଭୁବନେଶ୍ୱର ଅଞ୍ଚଳ କାର୍ଯ୍ୟାଳୟ ପକ୍ଷରୁ ହିନ୍ଦୀ ପଖୱାଡା ଦିବସ ଓ ପୁରସ୍କାର ବିତରଣ ସମାରୋହ-୨୦୨୪ ନିକଟରେ ଆୟୋଜିତ ହୋଇଯାଇଛି। ଏହି ଅବସରରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ (ଗୃହମନ୍ତ୍ରୀ ଭାରତ ସରକାର) ଙ୍କ ସନ୍ଦେଶ ସହିତ ବ୍ୟାଙ୍କର ପରିଚାଳନା ନିର୍ଦ୍ଦେଶକ ତଥା କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ସନ୍ଦେଶ କର୍ମଚାରୀମାନଙ୍କୁ ପଢି ଶୁଣାଯାଇଥିଲା। ସେହିଭଳି ବ୍ୟାଙ୍କର ମହାପ୍ରବନ୍ଧକ ତଥା ଅଞ୍ଚଳ ମୁଖ୍ୟ ଜଗଦୀଶ ଚନ୍ଦରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଭୁବନେଶ୍ୱର କମଳା ନେହେରୁ ମହାବିଦ୍ୟାଳୟର ହିନ୍ଦୀ ରିଡର ବେଦୁଲା ରାମଲକ୍ଷ୍ମୀ ମୁଖ୍ୟ ଅତିଥି ରୂପେ ଯୋଗ ଦେଇଥିଲେ। ଏହି ପରିପ୍ରେକ୍ଷୀରେ ବେଦୁଲା ମହାଲକ୍ଷ୍ମୀ ଭାଷା ଆଦାନ ପ୍ରଦାନର ମାଧ୍ୟମ ହୋଇଥିବାବେଳେ ଏହା କୌଣସି ଦେଶର ସଂସ୍କୃତି, ପରମ୍ପରା ଓ ମୂଲ୍ୟବୋଧର ଧରୋହର ବୋଲି ସେ ବିସ୍ତୃତ ଭାବେ ଆଲୋକପାତ କରିଥିଲେ। ସେହିଭଳି ଜଗଦୀଶ ଚନ୍ଦର ସମସ୍ତଙ୍କୁ ସମ୍ବୋଧନ କରି ରାଜଭାଷା ହିନ୍ଦୀର ପ୍ରୟୋଗ ଅଧିକରୁ ଅଧିକ କରିବା ଆମର ସାମ୍ବିଧାନିକ ଦାୟିତ୍ୱ ବୋଲି କହିଥିଲେ। ଭୁବନେଶ୍ୱର ଅଞ୍ଚଳ କାର୍ଯ୍ୟାଳୟର ସହାୟକ ମହାପ୍ରବନ୍ଧକ ଡ.ମୋନିକାଶ୍ରୀ ସ୍ବାଗତ ସମ୍ବୋଧନ କରିଥିଲାବେଳେ ରାଜଭାଷାର ବରିଷ୍ଠ ପ୍ରବନ୍ଧକ ଡି ବାଳକୃଷ୍ଣ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଭୁବନେଶ୍ୱର ଅଞ୍ଚଳ କାର୍ଯ୍ୟାଳୟର ସମସ୍ତ ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ଥିଲେ।
ଉଲ୍ଲେଖଯୋଗ୍ୟ, ୨୦୨୪ ସେପ୍ଟେମ୍ବର ୧୪ରୁ ୨୯ ପର୍ଯ୍ୟନ୍ତ କାନାରା ବ୍ୟାଙ୍କର ହିନ୍ଦୀ ପଖୱାଡା ସମାରୋହ ନିକଟରେ ଆୟୋଜିତ ହୋଇଯାଇଛି। ଏହି ଅବସରରେ ବ୍ୟାଙ୍କ ପକ୍ଷରୁ ବିଭିନ୍ନ ପ୍ରକାରର ହିନ୍ଦୀ ପ୍ରତିଯୋଗିତା ମାନ ଆୟୋଜନ କରାଯାଇଥିଲା। ଉକ୍ତ ପ୍ରତିଯୋଗିତାର ବିଜୟୀ ପ୍ରତିଯୋଗୀମାନଙ୍କୁ ପ୍ରୋତ୍ସାହିତ ଓ ପୁରସ୍କୃତ କରିବା ଉଦ୍ଦେଶ୍ୟରେ ପୁରସ୍କାର ବିତରଣ ସମାରୋହର ଆୟୋଜନ କରାଯାଇଥିଲାବେଳେ ମୁଖ୍ୟ ଅତିଥି ବିଜେତାମାନଙ୍କୁ ପୁରସ୍କୃତ କରିଥିଲେ। ପରିଶେଷରେ ଅଶୋକ କୁମାର ମେହେରା ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri