କାନାରା ବ୍ୟାଙ୍କର ପ୍ରତିଷ୍ଠାତାଙ୍କ ଦିବସ

ଭୁବନେଶ୍ୱର,୨୧ା୧୧ (ଅଭୟ ଦାଶ): କାନାରା ବ୍ୟାଙ୍କର ଭୁବନେଶ୍ୱର ଅଞ୍ଚଳ କାର୍ଯ୍ୟାଳୟ ପକ୍ଷରୁ ବ୍ୟାଙ୍କର ପ୍ରତିଷ୍ଠାତାଙ୍କ ୧୧୮ତମ ଦିବସ ନିକଟରେ ପାଳିତ ହୋଇଯାଇଛି। ଏପରିକି ବ୍ୟାଙ୍କର ଅଞ୍ଚଳ ମୁଖ୍ୟ ଜଗଦୀଶ ଚନ୍ଦରଙ୍କ ନେତୃତ୍ୱରେ ଏକ ସ୍ବତନ୍ତ୍ର ଶ୍ରଦ୍ଧାଞ୍ଜଳି ସଭା (କାର୍ଯ୍ୟକ୍ରମ)ର ଆୟୋଜନ କରାଯାଇଥିଲା। ବିଶେଷକରି ବ୍ୟାଙ୍କର ଭୁବନେଶ୍ୱର ଅଞ୍ଚଳ କାର୍ଯ୍ୟାଳୟ ସମେତ ୫ଟି କ୍ଷେତ୍ରୀୟ କାର୍ଯ୍ୟାଳୟ ଓ ଏହାର ସମସ୍ତ ଶାଖା କାର୍ଯ୍ୟାଳୟରେ ଉକ୍ତ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏହି ପରିପ୍ରେକ୍ଷୀରେ ପ୍ରଦୀପ ପ୍ରଜ୍ୱଳନ ସହ ବ୍ୟାଙ୍କର ପ୍ରତିଷ୍ଠାତା ଆମେମ୍ବାଲ ସୁବାରାଓ ପାଇଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇ ଉକ୍ତ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଥିଲା। ଏହି ଅବସରରେ ବ୍ୟାଙ୍କର ଭୁବନେଶ୍ୱର ଅଞ୍ଚଳ କାର୍ଯ୍ୟାଳୟ ପକ୍ଷରୁ ଭୁବନେଶ୍ୱରର ଘାଟିକିଆ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଏକ ମେଗା ବୃକ୍ଷରୋପଣ କାର୍ଯ୍ୟକ୍ରମ କରାଯାଇଥିବାବେଳେ କାନାରା ବିଦ୍ୟା ଜ୍ୟୋତି ଅନ୍ତର୍ଗତ ୫ମ ଶ୍ରେଣୀରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତିର ଛାତ୍ରୀମାନଙ୍କୁ ବୃତ୍ତି ପ୍ରଦାନ କରାଯାଇଥିଲା। ସେହିଭଳି ପ୍ରତିଷ୍ଠାତାଙ୍କ ଦିବସ ଅବସରରେ ରୁଡ୍‌ସେଟ ଭୁବନେଶ୍ୱରଠାରେ ରେଫ୍ରିଜରେଟର ଓ ଏୟାର କଣ୍ଡିଶନରର ପ୍ରଶିକ୍ଷଣ ନେଉଥିବା ପ୍ରାର୍ଥୀମାନଙ୍କୁ ବ୍ୟାଙ୍କ ପକ୍ଷରୁ ଟୁଲ କିଟ୍‌ ପ୍ରଦାନ କରାଯାଇଥିଲା। ପରିଶେଷରେ କାନାରା ବ୍ୟାଙ୍କର ସମ୍ମାନିତ ଏଚ୍‌ଏନ୍‌ଆଇ ଗ୍ରାହକ, କାନାରା ବ୍ୟାଙ୍କର ସର୍ବଶ୍ରେଷ୍ଠ କର୍ମଚାରୀ ଓ ସ୍କେଚ୍‌ ପ୍ରତିଯୋଗିତାର ପୁରସ୍କାର ବିଜେତାମାନଙ୍କୁ ଅଞ୍ଚଳ ମୁଖ୍ୟ ଜଗଦୀଶ ଚନ୍ଦର ସମ୍ମାନିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

LPGକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଏଣିକି ତେଲ-ଗ୍ୟାସ ସପ୍ଲାଏରେ…

ନୂଆଦିଲ୍ଲୀ,୧୨।୪: ପଶ୍ଚିମ ଏସିଆରେ ଉତ୍ତେଜନା ମଧ୍ୟରେ, ଭାରତ ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି ଏବଂ ସାଧାରଣ ଜନତାଙ୍କୁ ଆଶ୍ୱସ୍ତି ପ୍ରଦାନ କରିବା ପାଇଁ ଅନେକ ପଦକ୍ଷେପ ନେଉଛନ୍ତି।…

‘ସବୁକିଛି ଶେଷ…’ ଲେବାନନ୍ ଉପରେ ବଡ଼ ଆକ୍ରମଣ କଲା ଇସ୍ତ୍ରାଏଲ, ସମ୍ପୂର୍ଣ୍ଣ ଗାଁ ଧ୍ୱଂସ

ନୂଆଦିଲ୍ଲୀ,୧୨।୪:  ଇରାନ ଏବଂ ଆମେରିକା ମଧ୍ୟରେ ଦୁଇ ସପ୍ତାହ ଧରି ଯୁଦ୍ଧବିରତି ହୋଇଥିବା ସତ୍ତ୍ୱେ, ଇସ୍ରାଏଲ ଲେବାନନ ଉପରେ ନିରନ୍ତର ଆକ୍ରମଣ ଆରମ୍ଭ କରିଛି । ଏହି ଆକ୍ରମଣରେ…

ନୀତୀଶ ରାଣାଙ୍କୁ ବଡ଼ ଜରିମାନା, କାହିଁକି ଜାଣନ୍ତୁ…

ଚେନ୍ନାଇ,୧୨ା୪:ଦିଲ୍ଲୀ କ୍ୟାପିଟାଲ୍ସ ବ୍ୟାଟର ନୀତୀଶ ରାଣାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୨୫ ପ୍ରତିଶତ ଜରିମାନା କରାଯାଇଛି। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ବିପକ୍ଷ ଇଣ୍ଡିଆନ ପ୍ରିମିୟର ଲିଗ୍‌…

କାଠ ବୋଝେଇ ପିକଅପ୍ ଭ୍ୟାନକୁ ଜବତ କଲା ପଦ୍ମପୁର ବନ ବିଭାଗ, ମିଳିଲା….

ପଦ୍ମପୁର,୧୨।୪(ପ୍ରଦୀପ୍ତ ଦାଶ): ପଦ୍ମପୁର ବନ ବିଭାଗକୁ ସଫଳତା । ଶନିବାର ଜଗଦଳପୁର ଥାନା ଅନ୍ତର୍ଗତ ଲୋହରା କୋଟ ଗ୍ରାମ ପାଖରୁ ଏକ ସାଗୁଆନ ଗଣ୍ଡି ବୋଝେଇ ମେକ୍ସ…

ବରଗଡରେ ୨ଟି ଫୁଲମାଳା ବିନିମୟରେ ବାଛିଲେ ଜୀବନସାଥୀ… ନା ଦେଖିଥିଲେ ଜାତି, ନା ଦେଇଥିଲେ ଯୌତୁକ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ): ବିବାହରେ ନ ଥିଲା ଯାନି ଯୌତୁକ । ନ ଥିଲା ଜାତି ଭେଦଭାବ। ବାହାରି ନ ଥିଲା ବରାତି ଶୋଭାଯାତ୍ରା। କେବଳ ୨ଟି ଫୁଲମାଳା…

ଦୋକାନରେ ଚାଲିଥିଲା ଗଞ୍ଜେଇ ବିକ୍ରି, ପୋଲିସ ଅତର୍କିତ ଚଢ଼ାଉ କରି…

ତିହିଡ଼ି,୧୨ା୪(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବଜାରରେ ଥିବା ଏକ ବେଆଇନ ଗଞ୍ଜେଇ ଦୋକାନ ଉପରେ ତିହିଡ଼ି ପୋଲିସ ଅତର୍କିତ ଚଢ଼ାଉ କରି ଜଣେ ଗଞ୍ଜେଇ ବିକ୍ରେତା…

US Iran Peace Talks In Pakistan: ବିଫଳ ହେଲା ଶାନ୍ତି ଆଲୋଚନା, କିନ୍ତୁ କାହିଁକି ପାକିସ୍ତାନକୁ ଧନ୍ୟବାଦ ଦେଲା ଇରାନ? ଜାଣନ୍ତୁ ଏହାର ବଡ଼ କାରଣ

ଇସଲାମାବାଦ,୧୨।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ସମ୍ପୂର୍ଣ୍ଣ ବିଫଳତାରେ ଶେଷ ହୋଇଥିଲା। ୨୧ ଘଣ୍ଟା ଧରି ଚାଲିଥିବା ଆଲୋଚନା…

୧୦ଦିନ କମିଗଲା ଖରାଛୁଟି! ସ୍କୁଲ ଖୋଲୁଖୋଲୁ ପରୀକ୍ଷା; ଜାଣନ୍ତୁ କେଉଁଠି…

ନୂଆଦିଲ୍ଲୀ,୧୨।୪: ଶିକ୍ଷା ବିଭାଗ 2026-27 ବର୍ଷର ନୂତନ ଶିକ୍ଷା ଅଧିବେଶନ ପାଇଁ ବହୁ ପ୍ରତୀକ୍ଷିତ ‘ଶିକ୍ଷା କ୍ୟାଲେଣ୍ଡର’ ପ୍ରକାଶ କରିଛି। ଏହି ନୂତନ ଅଧିବେଶନ ଏପ୍ରିଲ 1…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri