ଦାରିଙ୍ଗବାଡ଼ି,୨୮ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ କାର୍ଯ୍ୟାଳୟର ପିଇଓ ଏବଂ ଜିଆରଏସ୍ମାନଙ୍କ ବାରମ୍ବାର ବଦଳି ରୋକାଯିବା ଏବଂ ଏବେ ବଦଳି କରାଯାଇଥିବା ପିଇଓ ପାର୍ବ ପ୍ରଧାନ ଏବଂ ଜିଆରଏସ ଶଙ୍କର କୁମାର ପ୍ରଧାନ ଙ୍କ ବଦଳି ଦାବିରେ ବୁଧବାର ପଞ୍ଚାୟତ କାର୍ଯ୍ୟାଳୟରେ ସରପଞ୍ଚ, ନାଏବ ସରପଞ୍ଚ ଓ ଓ୍ବାର୍ଡ ସଭ୍ୟାସଭମାନେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଆଜି ହେବାକୁ ଥିବା ଏମ୍ଆଇଏସ (ମ୍ୟାନେଜମେଣ୍ଟ ଇନ୍ଫର ମେଶିନ ସିଷ୍ଟମ ) ବୈଠକକୁ ବର୍ଜନ କରିଛନ୍ତି। ଏନେଇ ପଞ୍ଚାୟତରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ବାଧାପ୍ରାପ୍ତ ହେଉଥିବା ନେଇ ସରପଞ୍ଚ ଚନ୍ଦ୍ରିକା ମଲିକ, ନାଏବ ସରପଞ୍ଚ ଦୀପକ କୁମାର ପ୍ରଧାନ ପ୍ରମୁଖ ଅଭିଯୋଗ କରିଛନ୍ତି। ତୁରନ୍ତ ସେମାନଙ୍କ ବଦଳି ବାତିଲ କରାଯାଇ ପଞ୍ଚାୟତ କାର୍ଯ୍ୟାଳୟର ପୂର୍ବଭଳି କାର୍ଯ୍ୟ କରିବାକୁ ପଞ୍ଚାୟତର ସମସ୍ତ ଲୋକପ୍ରତିନିଧି ଦାରିଙ୍ଗବାଡ଼ି ବିଡିଓ ଗଦାଧର ପାତ୍ରଙ୍କ ନିକଟରେ ପହଞ୍ଚି ଦାବି କରିଛନ୍ତି। ଏନେଇ ଏକ ଲିଖିତ ଅଭିଯୋଗ ପଞ୍ଚାୟତର ଲୋକ ପ୍ରତିନିଧିମାନେ ବିଡିଓଙ୍କୁ ଦେଇଛନ୍ତି। ସେମାନେ ବିଡିଓଙ୍କୁ କହିଛନ୍ତି ଯେ, ଦାରିଙ୍ଗବାଡ଼ି ଏକ ପର୍ଯ୍ୟଟନକ୍ଷେତ୍ର। ଏଠି ପଞ୍ଚାୟତରେ ବିଭିନ୍ନ ସମୟରେ ଅନେକ ପ୍ରକଳ୍ପ ଆରମ୍ଭ କରାଯାଇଥିବା ବେଳେ ଅନେକ ପ୍ରକଳ୍ପ କାର୍ଯ୍ୟକାରୀ ହେବାକୁ ରହିଛି। ସେହିପରି ଆବାସ ଯୋଜନାରେ ଲୋକଙ୍କୁ ଗୃହ ଯୋଗାଇ ଦିଆଯାଇଥିବା ବେଳେ ସେଗୁଡ଼ିକର ବିଲ୍ ସଠିକ ଭାବେ ପୈଠ କରାଯାଇପାରୁନି। ପିଇଓ ଏବଂ ଜିଆର୍ଏସ୍ ଦୁହେଁ ପଞ୍ଚାୟତରେ ସଠିକ୍ ଭାବେ ତାଙ୍କ ଦାୟିତ୍ୱ ତୁଲାଉଥିବା ବେଳେ ଜାଣିଶୁଣି ତାଙ୍କୁ ବଦଳି କରାଯାଇଥିବା ଓ ଏଥିରେ ରାଜନୈତିକ ହାତ ଥିବା ପଞ୍ଚାୟତ ଲୋକ ପ୍ରତିନିଧିମାନେ ଅଭିଯୋଗ କରିଛନ୍ତି। ଶୀଘ୍ର ଏହି ସମସ୍ୟାର ସମାଧାନ କରା ନ ଗଲେ ଅଞ୍ଚଳବାସୀ ରାଜରାସ୍ତାକୁ ଓହ୍ଲାଇବେ ବୋଲି ଚେତାବନୀ ଦେଇଛନ୍ତି।
Posted inHome, Home Left, ଆମ ଜିଲା ଖବର, କନ୍ଧମାଳ View All
ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ
ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...
ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି
କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...
ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….
ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...
ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର
ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...
ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….
କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...
ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ
ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...
ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ
ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...
୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର
ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...
Archives


