ଦାରିଙ୍ଗବାଡ଼ି,୨୮ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ କାର୍ଯ୍ୟାଳୟର ପିଇଓ ଏବଂ ଜିଆରଏସ୍ମାନଙ୍କ ବାରମ୍ବାର ବଦଳି ରୋକାଯିବା ଏବଂ ଏବେ ବଦଳି କରାଯାଇଥିବା ପିଇଓ ପାର୍ବ ପ୍ରଧାନ ଏବଂ ଜିଆରଏସ ଶଙ୍କର କୁମାର ପ୍ରଧାନ ଙ୍କ ବଦଳି ଦାବିରେ ବୁଧବାର ପଞ୍ଚାୟତ କାର୍ଯ୍ୟାଳୟରେ ସରପଞ୍ଚ, ନାଏବ ସରପଞ୍ଚ ଓ ଓ୍ବାର୍ଡ ସଭ୍ୟାସଭମାନେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଆଜି ହେବାକୁ ଥିବା ଏମ୍ଆଇଏସ (ମ୍ୟାନେଜମେଣ୍ଟ ଇନ୍ଫର ମେଶିନ ସିଷ୍ଟମ ) ବୈଠକକୁ ବର୍ଜନ କରିଛନ୍ତି। ଏନେଇ ପଞ୍ଚାୟତରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ବାଧାପ୍ରାପ୍ତ ହେଉଥିବା ନେଇ ସରପଞ୍ଚ ଚନ୍ଦ୍ରିକା ମଲିକ, ନାଏବ ସରପଞ୍ଚ ଦୀପକ କୁମାର ପ୍ରଧାନ ପ୍ରମୁଖ ଅଭିଯୋଗ କରିଛନ୍ତି। ତୁରନ୍ତ ସେମାନଙ୍କ ବଦଳି ବାତିଲ କରାଯାଇ ପଞ୍ଚାୟତ କାର୍ଯ୍ୟାଳୟର ପୂର୍ବଭଳି କାର୍ଯ୍ୟ କରିବାକୁ ପଞ୍ଚାୟତର ସମସ୍ତ ଲୋକପ୍ରତିନିଧି ଦାରିଙ୍ଗବାଡ଼ି ବିଡିଓ ଗଦାଧର ପାତ୍ରଙ୍କ ନିକଟରେ ପହଞ୍ଚି ଦାବି କରିଛନ୍ତି। ଏନେଇ ଏକ ଲିଖିତ ଅଭିଯୋଗ ପଞ୍ଚାୟତର ଲୋକ ପ୍ରତିନିଧିମାନେ ବିଡିଓଙ୍କୁ ଦେଇଛନ୍ତି। ସେମାନେ ବିଡିଓଙ୍କୁ କହିଛନ୍ତି ଯେ, ଦାରିଙ୍ଗବାଡ଼ି ଏକ ପର୍ଯ୍ୟଟନକ୍ଷେତ୍ର। ଏଠି ପଞ୍ଚାୟତରେ ବିଭିନ୍ନ ସମୟରେ ଅନେକ ପ୍ରକଳ୍ପ ଆରମ୍ଭ କରାଯାଇଥିବା ବେଳେ ଅନେକ ପ୍ରକଳ୍ପ କାର୍ଯ୍ୟକାରୀ ହେବାକୁ ରହିଛି। ସେହିପରି ଆବାସ ଯୋଜନାରେ ଲୋକଙ୍କୁ ଗୃହ ଯୋଗାଇ ଦିଆଯାଇଥିବା ବେଳେ ସେଗୁଡ଼ିକର ବିଲ୍ ସଠିକ ଭାବେ ପୈଠ କରାଯାଇପାରୁନି। ପିଇଓ ଏବଂ ଜିଆର୍ଏସ୍ ଦୁହେଁ ପଞ୍ଚାୟତରେ ସଠିକ୍ ଭାବେ ତାଙ୍କ ଦାୟିତ୍ୱ ତୁଲାଉଥିବା ବେଳେ ଜାଣିଶୁଣି ତାଙ୍କୁ ବଦଳି କରାଯାଇଥିବା ଓ ଏଥିରେ ରାଜନୈତିକ ହାତ ଥିବା ପଞ୍ଚାୟତ ଲୋକ ପ୍ରତିନିଧିମାନେ ଅଭିଯୋଗ କରିଛନ୍ତି। ଶୀଘ୍ର ଏହି ସମସ୍ୟାର ସମାଧାନ କରା ନ ଗଲେ ଅଞ୍ଚଳବାସୀ ରାଜରାସ୍ତାକୁ ଓହ୍ଲାଇବେ ବୋଲି ଚେତାବନୀ ଦେଇଛନ୍ତି।
Posted inHome, Home Left, ଆମ ଜିଲା ଖବର, କନ୍ଧମାଳ View All
ବିମାନ ବନ୍ଦରରେ ଯାତ୍ରୀଙ୍କ ବନ୍ଧୁକରୁ ଫୁଟିଲା ଗୁଳି; ୨ କର୍ମଚାରୀ ଆହତ
ବାରାଣସୀ,୧୬।୮: ରବିବାର (ଅଗଷ୍ଟ ୧୬, ୨୦୨୬) ବାରାଣସୀ ବିମାନବନ୍ଦରରେ ସୁରକ୍ଷା ଯାଞ୍ଚ ସମୟରେ ହଠଶତ ଗୁଳି ଫୁଟିଥିଲା। ଏହି ଘଟଣାରେ ବିମାନବନ୍ଦରରେ ନିୟୋଜିତ ଦୁଇଜଣ AAICLAS ସ୍କ୍ରିନର…
ବ୍ୟବସାୟୀ ଅପହରଣ ଘଟଣାର ପର୍ଦ୍ଦାଫାଶ: ସାମ୍ନାକୁ ଆସିଲା ବଡ଼ କାରଣ: ‘ହନୁମାନ ପଇସା’ କାରବାରରୁ…
ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ‘ହନୁମାନ ପଇସା’ କାରବାରକୁ କେନ୍ଦ୍ର କରି ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍ ଗୁଣ୍ଡାଙ୍କୁ ଅପହରଣ କରାଯାଇଥିବା ଜଣାପଡ଼ିଛି। ଭୁବନେଶ୍ୱରରୁ…
ହର୍ମୁଜକୁ ନେଇ ଆସିଲା ଭଲ ଖବର: ଇରାନ-ଓମାନ ମଧ୍ୟରେ ଚୁକ୍ତି ଚୂଡ଼ାନ୍ତ
ତେହରାନ,୧୬।୮: ଇରାନ ଏବଂ ଓମାନ ମଧ୍ୟରେ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଚାଲିଥିବା ଚୁକ୍ତିକୁ ନେଇ ସକାରାତ୍ମକ ଖବର ଆସିଛି। ରିପୋର୍ଟଗୁଡ଼ିକ ସୂଚାଇଛି ଯେ ଏହି ରଣନୈତିକ ଜଳପଥ…
ନିଜ ନକ୍ଷତ୍ରରେ ପ୍ରବେଶ କରିବେ ବୁଧ; ୪ ରାଶିଙ୍କ ଗୋଲ୍ଡେନ୍ ଟାଇମ୍ ଆରମ୍ଭ, ଯାଚିକି ଟଙ୍କା ଦେବେ ଲୋକ…
ଗ୍ରହଗୁଡ଼ିକର ଚଳନ ଏବଂ ଅବସ୍ଥାନରେ ପରିବର୍ତ୍ତନ ଯୋଗୁଁ ବିଭିନ୍ନ ରାଶିର ବ୍ୟକ୍ତିବିଶେଷଙ୍କ ଜୀବନରେ ପ୍ରଭାବ ପଡ଼ିଥାଏ। ଏବେ ବୁଧ ୨୨ ଅଗଷ୍ଟ ପର୍ଯ୍ୟନ୍ତ ଏହି ନକ୍ଷତ୍ରରେ ରହିବେ।…
ଦବିଲା ୫୩ ନମ୍ବର ଜାତୀୟ ରାଜପଥ: ଓଲଟିଲା ୩ ଟ୍ରକ୍, ନିମ୍ନମାନର ନିର୍ମାଣ ନେଇ…
ମହାକାଳପଡ଼ା, ୧୬/୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍ ଅଧୀନ ନୀଳାଚଳ ଛକ ନିକଟରେ ୫୩ ନମ୍ବର ଜାତୀୟ ରାଜପଥର ପାର୍ଶ୍ୱ ରାସ୍ତା ଭୁଶୁଡ଼ି…
ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି – କହିଲେ ‘ଦେଶକୁ ଏକ ନୂତନ ଦିଗଦର୍ଶନ ଦେଇଥିଲେ’
ନୂଆଦିଲ୍ଲୀ,୧୬।୮: ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଦେଶ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି…
ଭଦ୍ରକରେ ପୁଣି ବନ୍ୟା: ବିପଦ ସଙ୍କେତ ଟପିଲା ବୈତରଣୀ, ସଙ୍କେତ ଛୁଇଁବ ସାଳନ୍ଦୀ
ଭଦ୍ରକ, ୧୬/୮ (ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ପ୍ରଭାବିତ କରୁଥିବା ଦୁଇ ପ୍ରମୁଖ ନଦୀ ବୈତରଣୀ ଓ ସାଳନ୍ଦୀରେ ରବିବାର ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି…
ରାଷ୍ଟ୍ରପତି କଲେ ଅନୁମୋଦନ: କଳାହାଣ୍ଡି ପୁଅ ପାଇବେ ବୀରତ୍ବ ସେନାପଦକ
ଭବାନୀପାଟଣା,୧୬।୮(ଉତ୍ତମ କୁମାର ଦାଶ): ସ୍ୱାଧୀନତା ଦିବସ ପୂର୍ବ ସଂନ୍ଧ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରତିରକ୍ଷା ବାହିନୀ ଏବଂ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀର କର୍ମଚାରୀମାନଙ୍କୁ ୧୩ ଟି…
Archives

