ଫର୍‌ମେଟିଭ ଆସେସ୍‌ମେଣ୍ଟ ପରୀକ୍ଷା ବାତିଲ

ପାଟଣା,୧୮ା୨(ସ୍ବ.ପ୍ର): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ୍‌ କୁଣ୍ଡଳା ପଞ୍ଚାୟତ ମିରିଗିଖୋଜି କୁଣ୍ଡୁଳା ହାଇସ୍କୁଲରେ ଓ୍ବାଚମ୍ୟାନ ଓ ସୁଇପର ନିଯୁକ୍ତି ନେଇ ବିବାଦ ଲାଗିରହିଛି। ଏନେଇ ଗୁରୁବାର ୧୨ ସ୍ବୟଂ ସାହାୟକ ଗୋଷ୍ଠୀର ଶତାଧିକ ମହିଳା ବିଦ୍ୟାଳୟ ଫାଟକରେ ତାଲା ପକାଇ ଦେଇଥିବା ଧାରଣା ଶୁକ୍ରବାର ବଳବତର ରହିଥିଲା। ଫଳରେ ସ୍କୁଲରେ ଚାଲିଥିବା ଫରମେଟିଭ ଆସେସମେଣ୍ଟ ପରୀକ୍ଷା ବାତିଲ ହୋଇଛି।
ମହିଳାମାନେ ଜିଦ୍‌ରେ ଅଟଳ ରହି ହାଇସ୍କୁଲ ଓ ପ୍ରାଥମିକ ବିଦ୍ୟାଳୟର ମୁଖ୍ୟ ଫାଟକ ଆଗରୁ ଉଠି ନ ଥିଲେ। ବିଦ୍ୟାଳୟ ଭିତରକୁ ଛାତ୍ରୀଛାତ୍ର, ଶିକ୍ଷକ ଓ କର୍ମଚାରୀ ପ୍ରବେଶ କରି ପାରି ନ ଥିଲେ। ଫଳରେ ଚାଲିଥିବା ନବମ ଓ ଦଶମ ଶ୍ରେଣୀର ଏଫଏଫୋର( ଫରମେଟିଭ ଆସେସ ମେଣ୍ଟ) ପରୀକ୍ଷାକୁ ଭାରପ୍ରାପ୍ତ ପ୍ରଧାନଶିକ୍ଷକ ତାରା ଚାନ୍ଦ ମହାନ୍ତ ବାତିଲ କରିଥିଲେ। ମଧ୍ୟାହ୍ନ ୧.୩୦ରେ ସ୍ଥାନୀୟ ସରପଞ୍ଚ ଶତ୍ରୁଘନ ନାଏକଙ୍କୁ ସିଡିପିଓ ଦୀପ୍ତିମୟୀ ନାଏକ ପଠାଇ ଆସନ୍ତା ବୁଧବାର ବିଡିଓ ବିଜୟ ନାୟକ, ସିଡିପିଓ ନାୟକ, ମିଶନ ଶକ୍ତିର ଏମବିକେ ମେନକା ମହାନ୍ତଙ୍କ ଉପସ୍ଥିତିରେ ସମସ୍ୟା ଉପରେ ଆଲୋଚନା କରିବାକୁ ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା। ବୁଧବାର ସମସ୍ୟା ସମାଧାନ ନ ହେଲେ ପୁନର୍ବାର ଆନ୍ଦୋଳନକୁ ଓହ୍ଲାଇବାକୁ ମହିଳା ଗୋଷ୍ଠୀ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସା ୭ଟାରେ ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା ପୂର୍ବରୁ...

ଠାକରେ ବ୍ରଦର୍ସଙ୍କୁ ଏକାଠି କଲା ବିଏମସି ନିର୍ବାଚନ, ଶିବସେନା, ୟୁବିଟି ଏବଂ ଏମଏନଏସ ଘୋଷଣା କଲା ମେଣ୍ଟ

ମୁମ୍ବାଇ,୨୪।୧୨: ବାଲାସାହେବ ଠାକରେଙ୍କ ଶିବସେନା ମହାରାଷ୍ଟ୍ରରେ ପୁଣି ଥରେ ଶକ୍ତିଶାଳୀ ହେଉଥିବା ଦେଖାଯାଉଛି। ତାଙ୍କ ପୁଅ ଉଦ୍ଧବ ଠାକରେ ଏବଂ ଭଣଜା ରାଜ ଠାକରେ, ଯେଉଁମାନେ...

୨୦ ବର୍ଷ ପରେ ଏକାଠି ହେବେ ବାଲ ଠାକରେ-ଉଦ୍ଧବ ଠାକରେ, କହିଲେ ମହାରାଷ୍ଟ୍ରକୁ ନେଇ ଆମର ଚିନ୍ତାଧାରା ଗୋଟିଏ

ମୁମ୍ବାଇ,୨୪।୧୨: ବୃହନମୁମ୍ବାଇ ନଗର ନିଗମ ନିର୍ବାଚନକୁ ନେଇ ରାଜନୈତିକ କାର୍ଯ୍ୟକଳାପ ଜୋରଦାର। ରାଜନୈତିକ ଦଳଗୁଡ଼ିକ ନିର୍ବାଚନ ପାଇଁ ପ୍ରସ୍ତୁତି, ଭୋଟର ସମର୍ଥନ ସଂଗ୍ରହ ପାଇଁ ଦାବି...

କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଆଗରେ ଧାରଣା

ମୋରଡ଼ା,୨୪ା୧୨(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ବ୍ଲକର ମୁଖ୍ୟ ବାରମାଇଲସ୍ଥିତ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନ ୧୦ଟାରୁ ୧ଟା ପର୍ଯ୍ୟନ୍ତ ଝାଡ଼ଖଣ୍ଡ ମୁକ୍ତି...

ମାତ୍ର ୧୪ ବର୍ଷ ବୟସରେ ବଡ଼ ରେକର୍ଡ ଭାଙ୍ଗିଦେଲେ ବୈଭବ ସୂର୍ଯ୍ୟବଂଶୀ: କ୍ରିକେଟ୍‌ ଜଗତରେ ପଡ଼ିଗଲା ଚହଳ

ନୂଆଦିଲ୍ଲୀ,୨୪।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ ବୈଭବ ସୂର୍ଯ୍ୟବଂଶୀ ଏବଂ ତାଙ୍କ ଦଳ ବିହାର ପାଇଁ ଏକ ଭଲ ଆରମ୍ଭ ହୋଇଛି। ବିହାରର ଉପ-ଅଧିନାୟକ ବୈଭବ...

ତାଳଚେରରେ ଚାଞ୍ଚଲ୍ୟ: ପାଇପଲାଇନ ନିକଟରୁ ମିଳିଲା ୨ ମୃତଦେହ, ହତ୍ୟା ସନ୍ଦେହ

ତାଳଚେର,୨୪।୧୨(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଥାନାର ୧୪୯ନଂ ଜାତୀୟ ରାଜପଥର ଲିଙ୍ଗରାକଟା ଗ୍ରାମ ନିକଟସ୍ଥ ନାଲକୋର ପାଇପଲାଇନ ନିକଟରେ ବୁଧବାର ସକାଳ ସମୟରେ ରାସ୍ତାର...

ପ୍ରିୟଙ୍କା ଗାନ୍ଧୀ ହେବେ ପ୍ରଧାନମନ୍ତ୍ରୀ? ଚମକାଇବା ଭଳି ଉତ୍ତର ଦେଲେ ରବର୍ଟ ଭଦ୍ରା, ରାହୁଲଙ୍କୁ ଟାର୍ଗେଟ କରୁଛି ଭାଜପା

ନୂଆଦିଲ୍ଲୀ,୨୪।୧୨: କଂଗ୍ରେସ ଏମପି ଇମ୍ରାନ ମାସୁଦ ପ୍ରିୟଙ୍କା ଗାନ୍ଧୀଙ୍କୁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ କରିବାକୁ ଦାବି କରିଥିଲେ। ରବର୍ଟ ଭଦ୍ରା ମଧ୍ୟ ତାଙ୍କ ବକ୍ତବ୍ୟକୁ ସମର୍ଥନ କରିଥିଲେ।...

ଜିଦରେ ଅଟଳ ରହିପାରିଲାନି ବାଂଲାଦେଶ, ଏବେ ଭାରତକୁ କହିଲାଣି…

ଢାକା,୨୪।୧୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ଆର୍ଥିକ ପରାମର୍ଶଦାତା ସାଲେହୁଦ୍ଦିନ ଅହମ୍ମଦ ମଙ୍ଗଳବାର (ଡିସେମ୍ବର ୨୩, ୨୦୨୫) କହିଛନ୍ତି ଯେ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ନୂଆଦିଲ୍ଲୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri