୭ ଦିନ ପାଇଁ ୧୦ ଜିଲା ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ଭୁବନେଶ୍ବର, ୧୬ା୮(ବ୍ୟୁରୋ): ଉପରମୁଣ୍ଡରେ ଅଧିକ ବର୍ଷା ଯୋଗୁ ରାଜ୍ୟର ବିଭିନ୍ନ ନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୧୦ଟି ଜିଲାର ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟିକୁ ସପ୍ତାହକ ପାଇଁ ବାତିଲ କରାଯାଇଛି। ଯେଉଁ କର୍ମଚାରୀମାନେ ଛୁଟିରେ ଅଛନ୍ତି ସେମାନଙ୍କୁ ତୁରନ୍ତ କାର୍ଯ୍ୟରେ ଯୋଗଦେବାକୁ କୁହାଯାଇଛି।

ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି ସୂଚନା ଅନୁଯାୟୀ, କଟକ ମୁଣ୍ଡଳୀଠାରେ ଏବେ ପ୍ରାୟ ୧୨ ଲକ୍ଷ ୧ ହଜାର ୪୨୬ କ୍ୟୁସେକ୍‌ ଜଳ ପ୍ରବାହିତ ହେଉଥିବା ବେଳେ ମହାନଦୀ ଓ ତା’ର ଶାଖା ନଦୀଗୁଡିକ ଅଧିକାଂଶ ସ୍ଥାନରେ ବିପଦ ସଙ୍କେତ ଊର୍ଦ୍ଧ୍ୱରେ ପ୍ରବାହିତ ହେଉଛି। ବନ୍ୟାଜଳ ପ୍ରବେଶ ଯୋଗୁ ଲୋକମାନେ ଏବେ ଜଳବନ୍ଦୀ ଅବସ୍ଥାରେ ଥିବାବେଳେ ବନ୍ୟା ପ୍ରଭାବିତ ଅଞ୍ଚଳରେ ଶିକ୍ଷାନୁଷ୍ଠାନଗୁଡିକ ବନ୍ଦ ରଖିବା ପାଇଁ ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲାପାଳମାନଙ୍କୁ ନିଷ୍ପତ୍ତି ନେବାକୁ କୁହାଯାଇଛି। ଆସନ୍ତା ୪୮ ଘଣ୍ଟା ଅତ୍ୟନ୍ତ ଜରୁରୀ ହୋଇଥିବାରୁ ସମ୍ବଲପୁର, ସୁବର୍ଣ୍ଣପୁର, ବୌଦ୍ଧ, ଅନୁଗୋଳ, ନୟାଗଡ, ଖୋର୍ଦ୍ଧା, କଟକ, ପୁରୀ, ଜଗତ୍‌ସିଂହପୁର ଓ କେନ୍ଦ୍ରାପଡ଼ା ଭଳି ୧୦ ଜିଲାରେ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ୭ ଦିନ ପାଇଁ ବାତିଲ କରିଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଲକୁ ଯାଇ ଘରକୁ ଫେରି ନ ଥିଲେ ଯୁବକ, ଆଜି ମିଳିଲା ମୃତଦେହ, ହତ୍ୟା ଅଭିଯୋଗ ଆଣି…

ପାଟଣାଗଡ଼,୧୨ା୧୦(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୋଏଲପିଟା ଗାଁର ଜାମଜୋର ନଦୀ ପାର୍ଶ୍ୱରୁ ସୋମବାର ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି। ମୃତ…

ବାୟାବାବା କଲେଜ ନିର୍ବାଚନ: ବିସିଜେଡି-ଏବିଭିପି କଡ଼ା ଟକ୍କର, ଭୋଟ୍‌ ହାତେଇବାକୁ ଆପଣାଉଛନ୍ତି ଏହି…

ମହାକାଳପଡ଼ା, ୧୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ଛାତ୍ର ସଂସଦ ନିର୍ବାଚନ ପାଇଁ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ସଦର ମହକୁମାସ୍ଥିତ ବାୟା ବାବା କଲେଜ କ୍ୟାମ୍ପସ ଚଳଚଞ୍ଚଳ ହୋଇଛି। ସଂସଦ…

ବଡ଼ ଖୁଲାସା କଲେ ପୂର୍ବତନ କ୍ରିକେଟର, ବିରାଟଙ୍କ ଟେଷ୍ଟ ସନ୍ନ୍ୟାସ ପଛରେ ଥିଲା ଏହି ବ୍ୟକ୍ତିଙ୍କ ହାତ

ନୂଆଦିଲ୍ଲୀ,୧୨।୧୦: ଭାରତୀୟ କ୍ରିକେଟ୍‌ର ଦୁଇ ଅଭିଜ୍ଞ ଖେଳାଳି ବିରାଟ କୋହଲି ଓ ରୋହିତ ଶର୍ମାଙ୍କ ଟେଷ୍ଟ କ୍ରିକେଟ୍‌ରୁ ଅବସର ଘୋଷଣା ଏବେ ବି କ୍ରିକେଟ୍‌ପ୍ରେମୀଙ୍କ ମନରେ ରହିଛି…

ଆଖିରୁ ଝରାଇଲାଣି ଲୁହ, କେବେ କମିବ ପିଆଜ ଦର? ଆସିଲା ବଡ଼ ଅପଡେଟ

ନୂଆଦିଲ୍ଲୀ,୧୨।୧୦: ଦଶହରା, ଦୀପାବଳି ଏବଂ ଛଠ ପରି ପ୍ରମୁଖ ପର୍ବପର୍ବାଣୀ ଗୋଟିଏ ପରେ ଗୋଟିଏ ଆସୁଥିବା ବେଳେ, ପିଆଜର ବୃଦ୍ଧି ପାଉଥିବା ଦର ସାଧାରଣ ଲୋକଙ୍କ ପାଇଁ…

କେଶୁରାରେ ସିରିଜ୍‌ ଦୁର୍ଘଟଣା ନୁହେଁ, ସିସିଟିଭି ଫୁଟେଜରୁ ସାମ୍ନାକୁ ଆସିଲା ସାଂଘାତିକ ସତ, ଫିଲ୍ମ ଷ୍ଟାଇଲ୍‌ରେ…

ଭୁବନେଶ୍ୱର,୧୨ା୧୦: ରାଜଧାନୀର କେଶୁରା ଅଞ୍ଚଳରେ ଘଟିଥିବା ସିରିଜ ଦୁର୍ଘଟଣାରେ ଆସିଛି ନୂଆ ଟୁଇଷ୍ଟ୍‌। ସିସିଟିଭି ଫୁଟେଜରୁ ସାମ୍ନାକୁ ଆସିଛି ସାଙ୍ଘାତିକ ସତ। ପ୍ରଥମେ ଏହାକୁ ସିରିଜ୍‌ ଦୁର୍ଘଟଣା…

କାହିଁକି ବିରୋଧୀ ଦଳକୁ ଭେଟିବାକୁ ମନା କଲେ CJI ସୂର୍ଯ୍ୟ କାନ୍ତ? ଏହି ୫ କାରଣ ମାଧ୍ୟମରେ ବୁଝନ୍ତୁ ସମ୍ପୂର୍ଣ୍ଣ ଘଟଣାକୁ

ନୂଆଦିଲ୍ଲୀ,୧୨।୧୦: ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ସୂର୍ଯ୍ୟ କାନ୍ତ ବିରୋଧୀ ଦଳର ନେତାମାନଙ୍କୁ ଭେଟିବାକୁ ମନା କରିଦେଇଛନ୍ତି। ରାହୁଲ ଗାନ୍ଧୀଙ୍କ ବ୍ୟତୀତ ମଲ୍ଲିକାର୍ଜୁନ ଖାର୍ଗେ ଏବଂ ଅନ୍ୟାନ୍ୟ କଂଗ୍ରେସ…

ଧର୍ମଶାଳା ABEOଙ୍କ ଘରେ ଭିଜିଲାନ୍ସ ରେଡ୍, ଏକକାଳୀନ ୭ ଠିକଣାରେ ଚଢ଼ାଉ

ଧର୍ମଶାଳା,୧୨।୧୦(ଶିବପ୍ରସାଦ ମହାନ୍ତି): ଯାଜପୁର ଧର୍ମଶାଳା ABEOଙ୍କ ଘରେ ଭିଜିଲାନ୍ସ ରେଡ୍ । ମୋଟ ୭ଟି ସ୍ଥାନରେ ଚଢାଉ ଜାରି ରହିଥିବା ସୂଚନା ରହିଛି । ଆୟ ବହିର୍ଭୂତ…

ବଲାଙ୍ଗୀର-ଦେଓଗାଁ ରାସ୍ତାରେ ଦୁର୍ଘଟଣା, ଜଙ୍ଗଲକୁ ପଶିଗଲା ଟମାଟୋ ବୋଝେଇ ଟ୍ରକ୍

ବଲାଙ୍ଗୀର,୧୨।୧୦(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର-ଦେଓଗାଁ ମୁଖ୍ୟ ରାସ୍ତା ଏନଏଚ ୨୬ରେ ଦୁର୍ଘଟଣା ଘଟିଛି । ଦେଓଗାଁ ଚିନିକଳ କଲୋନୀ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଜଙ୍ଗଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?