‘ଦାନା’କୁ ନେଇ ସମସ୍ତ  ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ଭୁବନେଶ୍ୱର,୨୧।୧୦: ସାମ୍ଭାବ୍ୟ  ବାତ୍ୟା ‘ଦାନା’କୁ ନେଇ ସମସ୍ତ  ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ ହୋଇଛି। ରବିବାର ସାରେ ବାତ୍ୟା ମୁକାବିଲା ପାଇଁ  ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା। ଏଥିରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ ପାଇଁ ନିଷ୍ପତ୍ତି ହୋଇଥିଲା। ସ୍ବତନ୍ତ୍ର ରିଲିଫ କମିଶନର (ଏସଆରସି) ଏବଂ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିଥିଲା।
ବୈଠକ ପରେ ଏସଆର୍‌ସି ଦେଓ ରଞ୍ଜନ ସିଂହ  କହିଥିଲେ ସମ୍ଭାବ୍ୟ ଘୂର୍ଣ୍ଣିବଳୟକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି।
ତେବେ ରାଜସ୍ବ ମନ୍ତ୍ରୀ କହିଛନ୍ତି, ସ୍ଥିତିର ମୁକାବିଲା ପାଇଁ ସରକାର ପ୍ରସ୍ତୁତ ଅଚନ୍ତି। ଲୋକେ ଅଯଥାରେ ଭୟଭୀତ ହୁଅନ୍ତୁ ନାହିଁ।
ଅନ୍ୟପକ୍ଷେ ଅତ୍ୟାବଶ୍ୟକୀୟ ସାମଗ୍ରୀର ଦରଦାମ ବଢି଼ବା ଆଶଙ୍କା ଥିବାରୁ ଏହା ଉପରେ ତୀକ୍ଷ୍ଣ ନଜର ରଖାଯାଇଛି।
ସମ୍ଭାବ୍ୟ ବାତ୍ୟାକୁ ସରକାରୀ ସ୍ତରରେ ତତ୍ପରତା ମୁକାବିଲା ପାଇଁ ଆଗୁଆ ପ୍ରସ୍ତୁତିଆରମ୍ଭ ହୋଇଛି। ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, ଯେ କୌଣସି ପରିସ୍ଥିତିର ମୁକାବିଲା ପାଇଁ ସରକାର ପ୍ରସ୍ତୁତ ଅଛନ୍ତି ।
ବାତ୍ୟା ମୁକାବିଲା ପାଇଁ ଜିଲା ସ୍ତରରେ ଆଗୁଆ ସତର୍କତା କରାଯାଇଛି । ବାତ୍ୟା ଆଶ୍ରୟସ୍ଥଳ ପ୍ରସ୍ତୁତ ରଖିବାକୁ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଅଯଥାରେ ଭୟଭୀତ ନ ହେବା ପାଇଁ ଲୋକଙ୍କୁ ରାଜସ୍ବ ମନ୍ତ୍ରୀଙ୍କ ପରାମର୍ଶ ଦେଇଛନ୍ତି। ବିଶେଷ କରି ଉପକୂଳ ଜିଲା ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ବର ଜିଲାକୁ ଆଲର୍ଟ ମୋଡ଼ରେ ରଖାଯାଇଛି।
ବାତ୍ୟା ଆଶ୍ରୟସ୍ଥଳୀ ଗୁଡ଼ିକୁ ପ୍ରସ୍ତୁତ ରଖିବାକୁ କୁହାଯାଇଛି।

Enter your email to get our daily news in your inbox.

All Right Reserved By Dharitri.Com

ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ…

ଗୋଟିଏ ଦିନରେ ୩ ଦୁର୍ଘଟଣା

ମୋରଡ଼ା/ରାସଗୋବିନ୍ଦପୁର,୬ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ମୟୂରଭଞ୍ଜ ଜିଲା ମୋରଡ଼ା ଓ଼ ରାସଗୋବିନ୍ଦପୁର ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ରାସଗୋବିନ୍ଦପୁର…

ସି କେ ନାଇଡୁ ଟ୍ରଫି: ବେଙ୍ଗଲ ଦଳ ୩୦୧/୬ , ଆୟୁଷ ସିଂଙ୍କ ଶତକ

ବରଗଡ଼,୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡରେ ଓଡ଼ିଶା ଓ ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ସି.କେ ନାଇଡୁ ଟ୍ରଫିର ଏଲାଇଟ୍ ଗ୍ରପ୍‌ – ବି…

୮୫ କି.ଗ୍ରା. ଗଞ୍ଜେଇ ଜବତ: ୩ ଅଟକ

ଆନନ୍ଦପୁର, ୬ା୨(ସୁଶାନ୍ତ କୁମାର ସାହୁ): ଗଞ୍ଜେଇ ଭର୍ତ୍ତି ୨ଟି ଚାରିଚକିଆ ଗାଡି କେନ୍ଦୁଝର ସ୍ପେଶାଲ ସ୍କ୍ବାଡ୍‌ ଦ୍ୱାରା ଜବତ କରାଯାଇଛି। ଏଥିରେ ୮୫ କି.ଗ୍ରା. ଗଞ୍ଜେଇ ଥିବା…

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍‌ ପହଞ୍ଚିଲା ପୋଲିସ

ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

ଛାନିଆ ହୋଇଗଲେ କି ଯାତ୍ରା ମାଲିକ ନାଣ୍ଡୁ! ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ…

ଭୁବନେଶ୍ୱର,୬।୨: ଖଳନାୟକ ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ ଖଣ୍ଡଗିରି ଥାନାରେ ହାଜର ହେଲେ ‘ତୁଳସୀ’ ଗଣନାଟ୍ୟ ମାଲିକ ଅନନ୍ତ ଧଳ ଓରଫ ନାଣ୍ଡୁ। ସାଇଙ୍କ ମା’ଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri