ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ଭୁବନେଶ୍ୱର,୨୯ା୭: ବନ୍ୟା ପ୍ରଭାବିତ ଜିଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି। ଜିଲାପାଳମାନଙ୍କୁ ସ୍କୁଲ ଛୁଟି ଘୋଷଣା ସମ୍ପର୍କିତ କ୍ଷମତା ଦିଆଯାଇଛି। ସ୍ଥିତି ଦେଖି ଜିଲାପାଳ ସ୍କୁଲ ଛୁଟି ବାବଦରେ ନିଷ୍ପତ୍ତି ନେବେ ବୋଲି ମନ୍ତ୍ରୀ କହିଛନ୍ତି।

ରାଜ୍ୟର ବର୍ଷା ବିତ୍ପାତ ସମୀକ୍ଷା ପରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ବନ୍ୟାରେ ୬ ଜିଲାର ୪୪ ବ୍ଲକ ପ୍ରଭାବିତ ହୋଇଛି। ବାଲେଶ୍ୱରର ୧୨, ଭଦ୍ରକର ୫, ଢେଙ୍କାନାଳର ୮ଟି ବ୍ଲକ ପ୍ରଭାବିତ ହୋଇଛି। ସେହିପରି ଯାଜପୁରର ୩, ମୟୂରଭଞ୍ଜର ୧୩, ସମ୍ବଲପୁରର ୩ ବ୍ଲକ ପ୍ରଭାବିତ ହୋଇଛି। ମୋଟ ୨୩୩ ପଞ୍ଚାୟତର ୭୪୮ ଗାଁ ପ୍ରଭାବିତ ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟରୁ ସୂଚନା ମିଳିଛି। ୨ ଲକ୍ଷ ୩ ହଜାରରୁ ଅଧିକ ଲୋକ କ୍ଷତିଗ୍ରସ୍ତ ହୋଇଛନ୍ତି। ଢେଙ୍କାନାଳ ଜିଲାରେ ୪ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ପ୍ରାୟ ୨୮ ହଜାର ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି।

ଉତ୍ତର ଓଡ଼ିଶାରେ ଆଗକୁ ପ୍ରଭାବ କମିବ, ଦକ୍ଷିଣ ଓ ପଶ୍ଚିମରେ ବଢ଼ିବ। ମହାନଦୀରେ ମଧ୍ୟ ପାଣି ବଢ଼ିବାର ସମ୍ଭାବନା ରହିଛି। ମାତ୍ର ନରାଜରେ ଆମେ ୯ ଲକ୍ଷ କ୍ୟୁସେକରୁ ଅଧିକ ଜଳ ଯିବାକୁ ଦେବୁନି। ହୀରାକୁଦରେ ଆଉ ଜଳସ୍ତର ବଢ଼ିବା ପରେ ଗେଟ୍‌ ଖୋଲା ନିଷ୍ପତ୍ତି ନିଆଯାଇଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ନୂଆପଡ଼ାରେ ବର୍ଷା ଲାଗି ରହିଛି। ବଲାଙ୍ଗିର, ରାୟଗଡ଼ା, ଗଜପତି, ମାଲକାନଗିରିରେ ବର୍ଷା ହେଉଥିବା ରାଜସ୍ବ  ମନ୍ତ୍ରୀ ସୂଚନା ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବର୍ଷର ଶେଷ ଚନ୍ଦ୍ରଗ୍ରହଣ! ପ୍ରବଳ ଇନକମ କରିବେ ୪ ରାଶି, ଅଜଣା ଲୋକ ସାଜିବେ ଦେବଦୂତ!

ମାସ ମାନଙ୍କ ମଧ୍ୟରେ ଶ୍ରାବଣ ମାସ ହେଉଛି ଏକ ଗୁରୁତ୍ୱପୂର୍ଣ୍ଣ ମାସ। ଏହି ପବିତ୍ର ମାସ ଆହୁରି ଗୁରୁତ୍ୱପୂର୍ଣ୍ଣ କାରଣ ଅଗଷ୍ଟ ୨୮ରେ ଆଶିଂକ ଚନ୍ଦ୍ରଗ୍ରହଣ ଲାଗିବାକୁ…

ପ୍ରବଳ ବର୍ଷାରେ ବୁଡ଼ିଗଲାଣି ଧାନଜମି, ଚାଷକାର୍ଯ୍ୟ ବ୍ୟାହତ, ଚାଷୀ ମୁଣ୍ଡରେ ଚଡ଼କ

କେସିଙ୍ଗା,୨୯ା୭(ତୁମେଶ୍ୱର ସାହୁ): କଳହାଣ୍ଡି ଜିଲାର କେସିଙ୍ଗା ବ୍ଲକ ଅଞ୍ଚଳରେ ଦୀର୍ଘ ୪ଦିନ ହେଲା ଲଗାଣ ବର୍ଷା ଲାଗି ରହିଥିବାରୁ ଚାଷଜମିରେ ବର୍ଷାଜଳ ଭରି ଯାଇଥିବାରୁ ଧାନଗଜା ବୁଡି…

ରାହୁଲଙ୍କ ଅଭିଯୋଗକୁ ନେଇ ସରକାରଙ୍କ କଡ଼ା ଜବାବ, ଗୁଳି ନୁହେଁ କେବଳ….

ନୂଆଦିଲ୍ଲୀ,୨୯।୭: ଲୋକ ସଭାରେ ପେପର ଲିକ ବିରୋଧୀ ବିଲ ଉପରେ ରାହୁଲ ଗାନ୍ଧୀଙ୍କ ବକ୍ତବ୍ୟକୁ ନେଇ ପ୍ରବଳ ହଟ୍ଟଗୋଳ ଦେଖାଦେଇଥିଲା । ଏହାପରେ କେନ୍ଦ୍ର ସରକାରଙ୍କ ପକ୍ଷରୁ…

କୌଣସି ପ୍ରମାଣ ନାହିଁ… ୧୧ ବର୍ଷ ପୁରୁଣା ମାମଲାରେ ମନମୋହନ ସିଂଙ୍କୁ କ୍ଲିନଚିଟ୍

ନୂଆଦିଲ୍ଲୀ,୨୯ା୭: କୋଇଲା ବ୍ଲକ ଆବଣ୍ଟନ ମାମଲାରେ ସ୍ବର୍ଗତ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ବିରୋଧରେ ଜାରି ସମନକୁ ରଦ୍ଦ କରିଛନ୍ତି ସୁପ୍ରିମକୋର୍ଟ । ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ମୃତ୍ୟୁର…

ସିଭିଲ କୋର୍ଟ ପ୍ରତିଷ୍ଠାର ବର୍ଷ ପୂର୍ତ୍ତି ପାଳନରେ ସମ୍ବର୍ଦ୍ଧିତ ହେଲେ ୩ ମାଜିଷ୍ଟ୍ରେଟ୍‌

ଦିଗପହଣ୍ଡି,୨୯ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଗତ ୨୦୨୫ ଜୁଲାଇ ୨୯ରେ ନୂତନ ଭାବେ ଦେଓ୍ବାନୀ କୋର୍ଟ (ସିଭିଲ ଜଜ ସିନିୟର ଡିଭିଜନ) ଶୁଭାରମ୍ଭ ହୋଇଥିଲା।…

ବଢୁଛି ସାପ ଆତଙ୍କ: ଅଧ୍ୟାପକଙ୍କ ଘରେ ବିରାଟ ନାଗ, ଆଉ ତା’ ପରେ……

ଭଞ୍ଜନଗର,୨୯ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ଆଜକୁ କିଛିଦିନ ହେବ ମଝିରେ ମଝିରେ ବର୍ଷା ହେଉଛି। ତେଣୁ ଖାଲଖମାଗୁଡ଼ିକ ପାଣିରେ ଭର୍ତ୍ତି ହୋଇଥିବା ଯୋଗୁ ସାପ…

ବିରୋଧୀଙ୍କ ହଙ୍ଗାମା ମଧ୍ୟରେ ଲୋକ ସଭାରେ ପାରିତ ହେଲା ଆଣ୍ଟି ପେପର ଲିକ୍ ବିଲ୍

ନୂଆଦିଲ୍ଲୀ,୨୯ା୭: ଲୋକ ସଭାରେ ଆଣ୍ଟି ପେପର ଲିକ୍ ବିଲ୍ ପାରିତ ହୋଇଛି । ପରୀକ୍ଷାରେ ସଂସ୍କାର ନେଇ ଆସିଥିବା ବିଲ୍ ପାରିତ ହୋଇଛି । ପରୀକ୍ଷାରେ ପେପର…

ଲଗାଣ ବର୍ଷାରେ ପଦ୍ମପୁର ସହର ବେହାଲ: ୱାର୍ଡ ବୁଲି କ୍ଷୟକ୍ଷତି ଅନୁଧ୍ୟାନ କଲେ ବିଧାୟିକା

ପଦ୍ମପୁର,୨୯।୭(ପ୍ରଦୀପ୍ତ ଦାଶ): ଲଗାଣ ବର୍ଷାରେ ପଦ୍ମପୁର ସହରର ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗତ ୨୪ ଘଣ୍ଟା ମଧ୍ୟରେ ପଦ୍ମପୁରରେ ୧୪୮ ମିଲିମିଟର ବର୍ଷା ରେକର୍ଡ ହୋଇଥିବାବେଳେ ବର୍ତ୍ତମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri