କର୍କଟ ରୋଗ ନିରାକରଣ ସଚେତନତା 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଗୁରୁବାର  କର୍କଟ ରୋଗ ନିରାକରଣ ସଚେତନତା ଏବଂ ରୋଗୀ ଚିହ୍ନଟ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସରପଞ୍ଚ ପ୍ରତିନିଧି ପଲ୍ଲବୀ ଗୌଡ଼  ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ କଟକ ସ୍ଥିତ ଏକ ଘରୋଇ ହସ୍ପିଟାଲ ଓ ବ୍ରହ୍ମପୁର ଲାୟନ୍ସ କ୍ଳବ ଗୋଲ୍ଡର ମିଳିତ ଆନୁକୂଲ୍ୟ ରେ  ଆୟୋଜିତ ସଚେତନତା କାର୍ଯ୍ୟକ୍ରମ ରେ ଲାୟନ୍ସ କ୍ଳବ ସଭାପତି ସଙ୍ଗୀତା ବାବୁ ସଭାପତିତ୍ବ କରିଥିଲେ ।

କର୍କଟ ରୋଗ ବିଶେଷଜ୍ଞ ଡାକ୍ତର. ପ୍ରକାଶ କୁମାର ସ୍ଵାଇଁ , ସହଯୋଗୀ ଡାକ୍ତର. ସମୀର କାନ୍ତ ମିଶ୍ର , ଦିଗପହଣ୍ଡି ବ୍ଳକ ପ୍ରକଳ୍ପ ଅଧିକାରୀ ସଙ୍ଗୀତା ପଣ୍ଡା , କ୍ଳବ ସଂଯୋଜକ ଶ୍ୟାମାପ୍ରସାଦ ପାଢୀ , କର୍ମକର୍ତ୍ତା ଶିଶିର କୁମାର ଦାସ , ଦିଲେସୁ ରେଡ୍ଡୀ , ଅମର ପାତ୍ର , ଦିନବନ୍ଧୁ ଗୈାଡ , ନମିତା ମହାପାତ୍ର , ଅଜୟ ପାତ୍ର , ସଙ୍ଗୀତା ପାତ୍ର , ସଞ୍ଜୀବ ରାଓ ପୃଷ୍ଟି , କୁରେଶୁ ପାତ୍ର , ପଞ୍ଚାୟତ ନିର୍ବାହୀ ଅଧିକାରୀ ଗୁପ୍ତେଶ୍ୱରୀ ମଣ୍ଡଳ ପ୍ରମୁଖ ଉପସ୍ଥିତ ଥିଲେ ।  କର୍କଟ ଭଳି ମାରାତ୍ମକ ରୋଗର ଲକ୍ଷଣ ମନୁଷ୍ୟ ଶରୀରରେ ଦେଖାଗଲେ ଏହାକୁ ଭୟ ନ କରି ତାହାର ସଠିକ ନିରାକରଣ ନିମନ୍ତେ ଡାକ୍ତରଙ୍କ ପରାମର୍ଶ ନେବାକୁ କାର୍ଯ୍ୟକ୍ରମରେ ଉପସ୍ଥିତ ଜନସାଧାରଣଙ୍କୁ ସଚେତନ କରାଯାଇଥିଲା।

ଉପସ୍ଥିତ ଡାକ୍ତରଙ୍କ ଦ୍ବାରା ବହୁ ମହିଳା ନିଜର ସ୍ବାସ୍ଥ୍ୟ ପରୀକ୍ଷା କରିଥିଲେ।  ଆଗାମୀ ଦିନରେ ସମଗ୍ର କଇଠଖଣ୍ଡି ପଞ୍ଚାୟତରେ କର୍କଟ ରୋଗ ଚିହ୍ନଟ କରାଯାଇ ତାର ନିରାକରଣ ପରେ ସମଗ୍ର ପଞ୍ଚାୟତକୁ କର୍କଟ  ମୁକ୍ତ ପଞ୍ଚାୟତରେ ପରିଣତ କରିବା କାର୍ଯ୍ୟକ୍ରମର ମୂଳଲକ୍ଷ୍ୟ ବୋଲି ସଭାରେ ଆଲୋଚନା କରାଯାଇଥିଲା। କାର୍ଯ୍ୟକ୍ରମରେ ପଞ୍ଚାୟତ ଅଧିନ ବିଭିନ୍ନ ଗ୍ରାମର ବହୁ ସଂଖ୍ୟକ ମହିଳା ସ୍ବୟଂ ସହାୟିକା  ଗୋଷ୍ଠୀ ର ସଦସ୍ୟା ବୃନ୍ଦ  ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସରକାରଙ୍କ ଅନୁଦାନପ୍ରାପ୍ତ ଶିକ୍ଷକଙ୍କ ଦାବି ପୂରଣରେ ଟାଳଟୁଳ ନୀତି: ତେଜିଲା ଆନ୍ଦୋଳନ

ଗୁଣପୁର,୫ା୮(ସୁଜାତା ପାଢ଼ୀ): ରାଜ୍ୟ ସରକାର ଅନୁଦାନପ୍ରାପ୍ତ ଶିକ୍ଷକମାନଙ୍କ ମୌଳିକ ଦାବି ଯଥା ଚାକିରି ସର୍ତ୍ତାବଳୀ ଲାଗୁ, ପୁରୁଣା ପେନ୍‌ସନ୍‌ ପ୍ରଦାନ, ଅବସର ସୀମା ୬୨କୁ ବୃଦ୍ଧି, ଅନୁଦାନପ୍ରାପ୍ତ…

ବନ୍ୟାଞ୍ଚଳରେ ଉପମୁଖ୍ୟମନ୍ତ୍ରୀ: କୃଷି ଋଣ ଛାଡ଼ ସହ କ୍ଷତିପୂରଣ ପାଇ ଦାବି କଲେ ବିପନ୍ନ

ତିହିଡି଼, ୫।୮(ସଞ୍ଜିତ ବଳ): ତିହିଡି଼ ବ୍ଲକର ବନ୍ୟାଞ୍ଚଳକୁ ବୁଧବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗସ୍ତ କରିଛନ୍ତି । ବାରସର ପଞ୍ଚାୟତର ତିଆଡ଼ିସାହି ଓ ଗୋବିନ୍ଦପୁର ପଞ୍ଚାୟତର ତଳହଂସପାଟ…

ରାସ୍ତାକଡ଼ରେ ବିତୁଛି ନୀଳାଚଳଙ୍କ ଜୀବନ, ଘର ଖଣ୍ଡିଏ ପାଇଁ ସରକାରଙ୍କୁ କଲେ ନିବେଦନ

ଗଞ୍ଜାମ,୫।୮ (ବିଦ୍ୟାଧର ସାହୁ ): ଗରିବ ଜନ ସାଧାରଣଙ୍କ ପାଇଁ ସରକାର କେତେ କଣ ଯୋଜନା କରିଛନ୍ତି । କିନ୍ତୁ କିଛି ଯୋଜନା ଲୋକଙ୍କ ପାଖରେ ପହଞ୍ଚି…

ଆନନ୍ଦପୁର ରିଂ ରୋଡ଼ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ପଞ୍ଚାୟତରାଜ ମନ୍ତ୍ରୀ, ଦାବି ଜଣାଇଲେ ସ୍ଥାନୀୟ ଲୋକେ

ବଞ୍ଚୋ, ୫।୮:(ପ୍ରଦୋଷ ବିଶ୍ୱାଳ ): ଆନନ୍ଦପୁର ନିର୍ବାଚନମଣ୍ଡଳୀର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ତଥା ଆନନ୍ଦପୁର ରିଂ ରୋଡ଼କୁ ଆଜି ଓଡ଼ିଶା ସରକାରଙ୍କ ପଞ୍ଚାୟତରାଜ ଏବଂ ପାନୀୟ ଜଳ…

ମୁଖ୍ୟମନ୍ତ୍ରୀଙ୍କ ଜିଲାରେ ତାତିଲେ Gen-G: ଏହି ଦାବିକୁ ନେଇ ରାଜରାସ୍ତାକୁ ଓହ୍ଲାଇଲେ ଛାତ୍ରୀଛାତ୍ର

କେନ୍ଦୁଝର,୫।୮ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଐତିହ୍ୟ ସମ୍ପନ୍ନ ଧରଣୀ ଧର ସୟଂ ଶାସିତ ମହାବିଦ୍ୟାଳୟର ସୁରକ୍ଷା ଦାବି ଜୋର୍‌ ଧରିଛି। ଜିଲାର ଏକ ମାତ୍ର ସାଧାରଣ…

୭୫ ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ ପାଇଁ ରହିଛନ୍ତି ଜଣେ ମହିଳା ସୂପରଭାଇଜର-ସିଡ଼ିପିଓ: ଖାଲି ପଦବୀ ପୂରଣ ଦାବି

କର୍ଲାମୁଣ୍ଡା,୫।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ୧୨ଟି ପଞ୍ଚାୟତରେ ରହିଛି ୬୨ଟି ରାଜସ୍ବ ଗ୍ରାମ। ଶିଶୁ, ଗର୍ଭବତୀ, ପ୍ରସୂତୀ, କିଶୋରୀ ବାଳିକାମାନଙ୍କ ପାଇଁ ସରକାରଙ୍କ…

ଜଣେ ଶିକ୍ଷକରେ ଚାଲିଛି ଶିକ୍ଷାଦାନ: ସମସ୍ୟା ସମାଧାନର ପ୍ରତିଶ୍ରୁତି ଦେଲେ ବିଇଓ

କର୍ଲାମୁଣ୍ଡା,୫।୮(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ବୋରପଦର ଗ୍ରାମ ପଞ୍ଚାୟତ ବତିକୁପା ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘଦିନ ଧରି ମାତ୍ର ଜଣେ ଶିକ୍ଷକଙ୍କ ଭରସାରେ ପାଠପଢ଼ା ଚାଲିଥିବାରୁ…

ରେଭେନ୍ସା ୱାର୍ଡେନଙ୍କୁ ଦୁର୍ବ୍ୟବହାର କଲେ ବିଧାୟକ: ଇସ୍ତଫା ପରେ ରାଜରାସ୍ତାକୁ ଓହ୍ଲାଇଲେ ୱାର୍ଡେନ

କଟକ,୫।୮(ପ୍ରଭୁ କଲ୍ୟାଣ ପାଲ୍‌): ରେଭେନ୍ସା ବିଶ୍ୱବିଦ୍ୟାଳୟରେ ନ୍ୟାୟ ଦାବି ପାଇଁ ରାଜରାସ୍ତାକୁ ଓହ୍ଲାଇଛନ୍ତି ଶିକ୍ଷକ ଓ ୱାର୍ଡେନ। ପଦଯାତ୍ରା କରି କୁଳପତିଙ୍କୁ ଦାବି ଜଣାଇଛନ୍ତି ଆନ୍ଦୋଳନକାରୀ। ଗତକାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri