କ୍ୟାନସର ହସପିଟାଲକୁ ପୂର୍ଣ୍ଣ କାର୍ଯ୍ୟକ୍ଷମ କରାଯାଉ: ସାଂସଦ ପ୍ରଦୀପ ପୁରୋହିତ

ବରଗଡ,୧୦।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ କ୍ୟାନସର ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହି ଦୃଷ୍ଟିରୁ ବରଗଡ଼ କ୍ୟାନସର ହସପିଟାଲକୁ ଶୀଘ୍ର ପୂର୍ଣ୍ଣ କାର୍ଯ୍ୟକ୍ଷମ କରିବା ଦିଗରେ ତ୍ବରିତ ପଦକ୍ଷେପ ନେବାକୁ ବରଗଡ଼ ଲୋକସଭା ସାଂସଦ ସାଂସଦ ପ୍ରଦୀପ ପୁରୋହିତ ଚିଠା ଲେଖି ସରକାରଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଚିଠିରେ ସେ ଉଲ୍ଲେଖ କରିଛନ୍ତି, ସରକାରୀ ତଥ୍ୟ ଅନୁଯାୟୀ, ୨୦୧୩ ମସିହାରେ ଓଡ଼ିଶାରେ କ୍ୟାନସର ରୋଗୀଙ୍କ ସଂଖ୍ୟା ୪୩ ହଜାର ୨୧୦ ଥିଲା। ୨୦୨୨ ମସିହା ବେଳକୁ ଏହା ୫୨ ହଜାର ୯୬୦କୁ ବୃଦ୍ଧି ପାଇଥିଲା । ସେହିପରି ସେତେବେଳେ ବେଳେ କ୍ୟାନସର ରୋଗୀଙ୍କ ମୃତ୍ୟୁ ୨୩ହଜାର ୮୮୬ରୁ ୨୯ ହଜାର ୨୮୭କୁ ବୃଦ୍ଧି ପାଇଥିଲା। (ଇସିଏମଆର୍ )ର ଜାତୀୟ କ୍ୟାନସର ପଞ୍ଜିକା କାର୍ଯ୍ୟକ୍ରମ ଅନୁଯାୟୀ, ୨୦୨୫ ମସିହା ସୁଦ୍ଧା ଏହି ସଂଖ୍ୟା ୫୫,୦୦୦ ଅତିକ୍ରମ କରିଥିବ ବୋଲି ଆଶା କରାଯାଉଛି। ପଶ୍ଚିମ ଓଡ଼ିଶାରେ ୨୦୨୧-୨୩ ମଧ୍ୟରେ ବରଗଡ଼, ସମ୍ବଲପୁର ଏବଂ ବଲାଙ୍ଗୀର ଭଳି ଜିଲା ସମେତ ପ୍ରାୟ ୨୨ହଜାର ୦୦୦ ନୂତନ ମାମଲା ରିପୋର୍ଟ ହୋଇଥିଲା, ଯେଉଁଥିରେ ବହୁ ସଂଖ୍ୟକ ଲୋକଙ୍କୁ ଚିକିତ୍ସା ପାଇଁ ରାଜ୍ୟ ବାହାରକୁ ଯିବାକୁ ବାଧ୍ୟ କରାଯାଇଥିଲା। ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ, କେନ୍ଦ୍ର ସରକାର ଆୟୁଷ୍ମାନ ଭାରତ ଭଳି ଯୋଜନା ମାଧ୍ୟମରେ ଗରିବ ଲୋକଙ୍କୁ ଉନ୍ନତ ସ୍ୱାସ୍ଥ୍ୟ ସୁରକ୍ଷା ଯୋଗାଇ ଦେଇଛନ୍ତି ଏବଂ ବର୍ତ୍ତମାନର କେନ୍ଦ୍ର ସରକାର “ସବକା ସାଥ, ସବକା ବିକାଶ” ର ପ୍ରତିବଦ୍ଧତା ସହିତ ସ୍ୱାସ୍ଥ୍ୟ ଭିତ୍ତି ଭୂମିକୁ ସୁଦୃଢ଼ କରୁଛନ୍ତି। ଏହି ପରିପ୍ରେକ୍ଷୀରେ, ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ଦାବି କରି କହିଛନ୍ତି, ୧୩୮ କୋଟି ଟଙ୍କା ବ୍ୟୟରେ ନିର୍ମିତ ବରଗଡ଼ କ୍ୟାନସର ହସ୍ପିଟାଲରେ ସମସ୍ତ ମଞ୍ଜୁର ପଦବୀ ତୁରନ୍ତ ପୂରଣ କରାଯାଉ ଏବଂ ଓଡ଼ିଶାର ଗରିବ ରୋଗୀମାନେ ସମୟୋଚିତ, ସୁଗମ ଏବଂ ଗୁଣାତ୍ମକ ଚିକିତ୍ସା ପାନ୍ତୁ ଏଥିସହ ପିଇଟି – ସିଟି ବିକିରଣ ଏବଂ ଆଇସିୟୁ ଭଳି ସେବା ମଧ୍ୟ ତୁରନ୍ତ ଆରମ୍ଭ କରାଯାଉ ବୋଲି ସେ ଦାବି କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟ-ଗୁରୁଙ୍କ ଯୋଗରେ ୫ ରାଶି ପାଇଁ ଭାରି ଭଲ; ପ୍ରଚୁର ଧନଲାଭକୁ ଅମାପ ସମ୍ପତ୍ତି ମିଳିବ…

ଦ୍ରିକ ପାଞ୍ଜି ଅନୁସାରେ, ୨୩ ଅଗଷ୍ଟ, ୨୦୨୬ ରେ ସୂର୍ଯ୍ୟ ଏବଂ ବୃହସ୍ପତି କେବଳ ୧୮° ଦୂରତାରେ ଅବସ୍ଥିତ ହେବେ। ଜ୍ୟୋତିଷ ଶାସ୍ତ୍ରରେ ଏହାକୁ ଅଷ୍ଟଦଶ ଯୋଗ…

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

କେମିତି ଅଛନ୍ତି ଜେପି ନଡ୍ଡା? ଏମ୍ସ ଜାରି କଲା ବୟାନ

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଏମ୍ସ ଏକ ଅପଡେଟ ପ୍ରଦାନ କରିଛି। ହସ୍ପିଟାଲ ଅନୁଯାୟୀ, ତାଙ୍କ ଅବସ୍ଥା ବର୍ତ୍ତମାନ ସ୍ଥିର ଅଛି, ଏବଂ…

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

ଅଭିଜିତ ଦୀପକେଙ୍କ ବଡ଼ ବୟାନ: ‘ସୌରଭଙ୍କ ଗୋଟିଏ ଭିଡିଓ ଯୋଗୁଁ…’

ନୂଆଦିଲ୍ଲୀ,୧୪।୮: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଶୁକ୍ରବାର (୧୪ ଅଗଷ୍ଟ) କହିଛନ୍ତି ଯେ ସୌରଭ ଦାସ ଯେଉଁ କାମ କରୁଛନ୍ତି ତାହା ଦେଶର ହିତ…

କାହିଁକି ଅପରେଶନ ସିନ୍ଦୂର କଥା ମନେ ପକାଇ ଦେଲେ ଅଜିତ ଡୋଭାଲ? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୧୪।୮: ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ କହିଛନ୍ତି ଯେ ଭାରତର ଉଦାରତା ଏବଂ ସହନଶୀଳତାକୁ ଦୁର୍ବଳତା ଭାବିବା ଏକ ଗୁରୁତର ଭୁଲ ହେବ। ସେ ଦୃଢ଼ୋକ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri