୨୦୨୩ ସୁଦ୍ଧା ସରିବ କ୍ୟାନ୍‌ସର ହସ୍ପିଟାଲ: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୧୫ା୩(ବ୍ୟୁରୋ): ଭୁବନେଶ୍ୱର ଉପକଣ୍ଠ ଇନ୍‌ଫୋଭ୍ୟାଲି-୨ ନିକଟରେ ୨୦ ଏକର ଜମିରେ ପ୍ରାୟ ୨୨୦ କୋଟି ଟଙ୍କାରେ ନିର୍ମାଣ ହେବାକୁ ଯାଉଥିବା ବାଗ୍‌ଚୀ-ଶଙ୍କର କ୍ୟାନ୍‌ସର ହସ୍ପିଟାଲ୍‌ ଓ ଗବେଷଣା କେନ୍ଦ୍ର ୨୦୨୩ ଜୁଲାଇ ସୁଦ୍ଧା ଶେଷ କରିବାକୁ ଲକ୍ଷ୍ୟଧାର୍ଯ୍ୟ କରାଯାଇଛି। ଏହି ହସ୍ପିଟାଲ୍‌ ଓ ଗବେଷଣା କେନ୍ଦ୍ର ନିର୍ମାଣ କାର୍ଯ୍ୟରେ ଉଲ୍ଲେଖନୀୟ ଅଗ୍ରଗତି ହୋଇଛି। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କ୍ଷେତ୍ର ପରିଦର୍ଶନ କରିବା ସହ ନିର୍ମାଣ ଅଗ୍ରଗତି ସମୀକ୍ଷା ବୈଠକରୁ ଏହି ସୂଚନା ମିଳିଛି। ଏହି ହସ୍ପିଟାଲ୍‌ ପାଇଁ ରାଜ୍ୟ ସରକାର ଇନ୍‌ଫୋଭ୍ୟାଲି-୨ରେ ୨୦ ଏକର ଜମି ଯୋଗାଇ ଦେଇଛନ୍ତି। ମୁଖ୍ୟ ଶାସନ ସଚିବ ଏବଂ ଓଡ଼ିଶା ଦକ୍ଷତା ବିକାଶ କର୍ତ୍ତୃପକ୍ଷ ଅଧ୍ୟକ୍ଷ ସୁବ୍ରତୋ ବାଗ୍‌ଚୀ ସୋମବାର ହସ୍ପିଟାଲର ନିର୍ମାଣ କାର୍ଯ୍ୟର କ୍ଷେତ୍ରସ୍ତରୀୟ ସମୀକ୍ଷା କରିଛନ୍ତି। ସମୀକ୍ଷାରୁ ଜଣାପଡ଼ିଛି, ଏହି ହସ୍ପିଟାଲକୁ ୭୫୦ ଶଯ୍ୟା ବିଶିଷ୍ଟ କରିବା ପାଇଁ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଛି। ପୂର୍ବରୁ ଏହା ୫୦୦ ଶଯ୍ୟା ପାଇଁ ଯୋଜନା କରାଯାଇଥିଲା। ଇତିମଧ୍ୟରେ ବହିର୍ବିଭାଗ ଚିକିତ୍ସା କୋଠା ଏବଂ ଗ୍ରାଉଣ୍ଡ ଫ୍ଲୋର କାମରେ ଦ୍ରୁତ ଅଗ୍ରଗତି ହୋଇଛି। ଚଳିତ ବର୍ଷ ମେ’ ଶେଷ ସୁଦ୍ଧା ଗ୍ରାଉଣ୍ଡ ଫ୍ଲୋରର ଛାତ ପଡ଼ିବ ବୋଲି କାର୍ଯ୍ୟରତ ଇଞ୍ଜିନିୟର ସୂଚନା ଦେଇଛନ୍ତି। ଏହି ହସ୍ପିଟାଲରେ ରୋଗୀ ଏବଂ ତାଙ୍କର ସହାୟକଙ୍କ ପାଇଁ ସମସ୍ତ ପ୍ରକାର ସୁବିଧା ଉପଲବ୍ଧ ହେବ। କ୍ୟାଣ୍ଟିନ୍‌, ଶୌଚାଳୟ, ପାର୍କିଂ ସ୍ଥାନ, ଅତ୍ୟାବଶ୍ୟକ ପଦାର୍ଥ ସରଞ୍ଜାମ ଦୋକାନ ଆଦି ଉପଲବ୍ଧ ହେବ। ହସ୍ପିଟାଲ୍‌ ଚତୁଃପାର୍ଶ୍ୱ ସୌନ୍ଦର୍ଯ୍ୟକରଣ ପାଇଁ ସବୁଜବଳୟ ସୃଷ୍ଟି କରିବା ସହ ପରିସରରେ ଥିବା ପ୍ରାକୃତିକ ଖାଲୁଆ ଜାଗାକୁ ଏକ ସୁନ୍ଦର ପୁଷ୍କରିଣୀ ଭାବେ ବିକଶିତ କରିବା ନିମନ୍ତେ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି।
ନିର୍ମାଣ କାର୍ଯ୍ୟ ପାଇଁ ଆବଶ୍ୟକ ସାମଗ୍ରୀ, ଆଇନଶୃଙ୍ଖଳା ସ୍ଥିତି, ନିର୍ମାଣ ନିମନ୍ତେ ମାନବ ସମ୍ବଳ, ଯନ୍ତ୍ରପାତି ଆଦିର ଉପଲବ୍ଧି ବିଷୟରେ ମୁଖ୍ୟ ଶାସନ ସଚିବ ସମୀକ୍ଷା କରିଛନ୍ତି। ନିର୍ମାଣ ପାଇଁ କୌଣସି ବିଶେଷ ଅସୁବିଧା ନ ଥିବା କଥା ଇଞ୍ଜିନିୟରମାନେ ଜଣାଇଥିଲେ। ୨୦୨୩ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ସୁଦ୍ଧା ହସ୍ପିଟାଲର ପ୍ରଥମ ପର୍ଯ୍ୟାୟ ନିର୍ମାଣ କାର୍ଯ୍ୟ ଶେଷ ହୋଇ ରୋଗୀସେବା ଆରମ୍ଭ କରିବା ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ଏହି ହସ୍ପିଟାଲ୍‌ ନିର୍ମାଣରେ ପ୍ରାୟ ୨୨୦ କୋଟି ଟଙ୍କା ବିନିଯୋଗ ହେବା ନେଇ ଆକଳନ କରାଯାଇଛି।
ସମୀକ୍ଷା ବୈଠକ ପରେ ମୁଖ୍ୟ ଶାସନ ସଚିବ ଏବଂ ବାଗ୍‌ଚୀ ଇନ୍‌ଫୋଭ୍ୟାଲି-୨ରେ ବାଗ୍‌ଚୀ କରୁଣାଶ୍ରୟ ଉପଶମ ଚିକିତ୍ସା କେନ୍ଦ୍ର ପରିସର ଯାଇ ସେଠାରେ ମଧ୍ୟ ନିର୍ମାଣ ଓ ସେବା ଯୋଗାଣ କାର୍ଯ୍ୟର ସମୀକ୍ଷା କରିଥିଲେ। ଏହାକୁ ୧୫୦ ଶଯ୍ୟା ବିଶିଷ୍ଟ ଉପଶମ ଚିକିତ୍ସା କେନ୍ଦ୍ର ଭାବେ ବିକଶିତ କରାଯିବ। ଗଣ୍ଡମୁଣ୍ଡାଠାରେ ଆରମ୍ଭ କରାଯାଇଥିବା ଅସ୍ଥାୟୀ ସେବାଯୋଗାଣ କେନ୍ଦ୍ରରେ ମଧ୍ୟ ବହିର୍ବିଭାଗ ଚିକିତ୍ସା ଆରମ୍ଭ କରାଯାଇଛି ବୋଲି ବାଗ୍‌ଚୀ ସୂଚନା ଦେଇଛନ୍ତି। ଚଳିତ ମାର୍ଚ୍ଚରୁ ପ୍ରତି ସପ୍ତାହର ଶୁକ୍ରବାର ଦିନ ଏହି ଚିକିତ୍ସା ଏବଂ ଔଷଧ ଯୋଗାଇ ଦିଆଯାଉଛି। ସମୀକ୍ଷା ବୈଠକରେ ବାଗ୍‌ଚୀଙ୍କ ସମେତ ହସ୍ପିଟାଲ ମୁଖ୍ୟ ଆର୍କିଟେକ୍ଟ ସୁନ୍ଦର ରମନ୍‌, କରୁଣାଶ୍ରୟର ମୁଖ୍ୟ ଆର୍କିଟେକ୍‌ ଏନ୍‌. ମେଡାପ୍ପା, କରୁଣାଶ୍ରୟ ପରିଚାଳକ ଜ୍ଞାନରଞ୍ଜନ ମହାପାତ୍ର, ପ୍ରକଳ୍ପ ପରିଚାଳକ ଲଲାଟେନ୍ଦୁ ଚୌଧୁରୀ ପ୍ରମୁଖ କ୍ଷେତ୍ରସ୍ତରୀୟ ସ୍ଥିତି ସହ ଆବଶ୍ୟକ ତଥ୍ୟ ଉପସ୍ଥାପନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

ଇରାନର ଚେତାବନୀ ମଧ୍ୟରେ ନେତାନ୍ୟାହୁଙ୍କ ବଡ଼ ଘୋଷଣା, ଆକ୍ସନରେ ଇସ୍ରାଏଲ

ତେହରାନ,୯।୪: ଇରାନ ସହିତ ଚାଲିଥିବା ଉତ୍ତେଜନା ଏବଂ ଯୁଦ୍ଧବିରତି ପାଇଁ ପ୍ରୟାସ ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସ୍ପଷ୍ଟ କରିଛନ୍ତି ଯେ ହିଜବୋଲା ବିରୁଦ୍ଧରେ ସାମରିକ…

ଅଗ୍ନିବୀର ନିଯୁକ୍ତି: ଲିଖିତ ପରୀକ୍ଷା ପାଇଁ ଭାରତୀୟ ସେନା ଜାରି କଲା ସାମ୍ପଲ ପେପର, ମାଗଣାରେ ଏମିତି କରନ୍ତୁ ଡାଉନଲୋଡ୍‌

ନୂଆଦିଲ୍ଲୀ,୯।୪: ଭାରତୀୟ ସେନାରେ ଅଗ୍ନିବୀର ହେବା ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ସେନା ପକ୍ଷରୁ ଲିଖିତ ପରୀକ୍ଷା ପାଇଁ ‘ଫ୍ରି ସାମ୍ପଲ ପେପର…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri