୨୦୨୩ ସୁଦ୍ଧା ସରିବ କ୍ୟାନ୍‌ସର ହସ୍ପିଟାଲ: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୧୫ା୩(ବ୍ୟୁରୋ): ଭୁବନେଶ୍ୱର ଉପକଣ୍ଠ ଇନ୍‌ଫୋଭ୍ୟାଲି-୨ ନିକଟରେ ୨୦ ଏକର ଜମିରେ ପ୍ରାୟ ୨୨୦ କୋଟି ଟଙ୍କାରେ ନିର୍ମାଣ ହେବାକୁ ଯାଉଥିବା ବାଗ୍‌ଚୀ-ଶଙ୍କର କ୍ୟାନ୍‌ସର ହସ୍ପିଟାଲ୍‌ ଓ ଗବେଷଣା କେନ୍ଦ୍ର ୨୦୨୩ ଜୁଲାଇ ସୁଦ୍ଧା ଶେଷ କରିବାକୁ ଲକ୍ଷ୍ୟଧାର୍ଯ୍ୟ କରାଯାଇଛି। ଏହି ହସ୍ପିଟାଲ୍‌ ଓ ଗବେଷଣା କେନ୍ଦ୍ର ନିର୍ମାଣ କାର୍ଯ୍ୟରେ ଉଲ୍ଲେଖନୀୟ ଅଗ୍ରଗତି ହୋଇଛି। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କ୍ଷେତ୍ର ପରିଦର୍ଶନ କରିବା ସହ ନିର୍ମାଣ ଅଗ୍ରଗତି ସମୀକ୍ଷା ବୈଠକରୁ ଏହି ସୂଚନା ମିଳିଛି। ଏହି ହସ୍ପିଟାଲ୍‌ ପାଇଁ ରାଜ୍ୟ ସରକାର ଇନ୍‌ଫୋଭ୍ୟାଲି-୨ରେ ୨୦ ଏକର ଜମି ଯୋଗାଇ ଦେଇଛନ୍ତି। ମୁଖ୍ୟ ଶାସନ ସଚିବ ଏବଂ ଓଡ଼ିଶା ଦକ୍ଷତା ବିକାଶ କର୍ତ୍ତୃପକ୍ଷ ଅଧ୍ୟକ୍ଷ ସୁବ୍ରତୋ ବାଗ୍‌ଚୀ ସୋମବାର ହସ୍ପିଟାଲର ନିର୍ମାଣ କାର୍ଯ୍ୟର କ୍ଷେତ୍ରସ୍ତରୀୟ ସମୀକ୍ଷା କରିଛନ୍ତି। ସମୀକ୍ଷାରୁ ଜଣାପଡ଼ିଛି, ଏହି ହସ୍ପିଟାଲକୁ ୭୫୦ ଶଯ୍ୟା ବିଶିଷ୍ଟ କରିବା ପାଇଁ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଛି। ପୂର୍ବରୁ ଏହା ୫୦୦ ଶଯ୍ୟା ପାଇଁ ଯୋଜନା କରାଯାଇଥିଲା। ଇତିମଧ୍ୟରେ ବହିର୍ବିଭାଗ ଚିକିତ୍ସା କୋଠା ଏବଂ ଗ୍ରାଉଣ୍ଡ ଫ୍ଲୋର କାମରେ ଦ୍ରୁତ ଅଗ୍ରଗତି ହୋଇଛି। ଚଳିତ ବର୍ଷ ମେ’ ଶେଷ ସୁଦ୍ଧା ଗ୍ରାଉଣ୍ଡ ଫ୍ଲୋରର ଛାତ ପଡ଼ିବ ବୋଲି କାର୍ଯ୍ୟରତ ଇଞ୍ଜିନିୟର ସୂଚନା ଦେଇଛନ୍ତି। ଏହି ହସ୍ପିଟାଲରେ ରୋଗୀ ଏବଂ ତାଙ୍କର ସହାୟକଙ୍କ ପାଇଁ ସମସ୍ତ ପ୍ରକାର ସୁବିଧା ଉପଲବ୍ଧ ହେବ। କ୍ୟାଣ୍ଟିନ୍‌, ଶୌଚାଳୟ, ପାର୍କିଂ ସ୍ଥାନ, ଅତ୍ୟାବଶ୍ୟକ ପଦାର୍ଥ ସରଞ୍ଜାମ ଦୋକାନ ଆଦି ଉପଲବ୍ଧ ହେବ। ହସ୍ପିଟାଲ୍‌ ଚତୁଃପାର୍ଶ୍ୱ ସୌନ୍ଦର୍ଯ୍ୟକରଣ ପାଇଁ ସବୁଜବଳୟ ସୃଷ୍ଟି କରିବା ସହ ପରିସରରେ ଥିବା ପ୍ରାକୃତିକ ଖାଲୁଆ ଜାଗାକୁ ଏକ ସୁନ୍ଦର ପୁଷ୍କରିଣୀ ଭାବେ ବିକଶିତ କରିବା ନିମନ୍ତେ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି।
ନିର୍ମାଣ କାର୍ଯ୍ୟ ପାଇଁ ଆବଶ୍ୟକ ସାମଗ୍ରୀ, ଆଇନଶୃଙ୍ଖଳା ସ୍ଥିତି, ନିର୍ମାଣ ନିମନ୍ତେ ମାନବ ସମ୍ବଳ, ଯନ୍ତ୍ରପାତି ଆଦିର ଉପଲବ୍ଧି ବିଷୟରେ ମୁଖ୍ୟ ଶାସନ ସଚିବ ସମୀକ୍ଷା କରିଛନ୍ତି। ନିର୍ମାଣ ପାଇଁ କୌଣସି ବିଶେଷ ଅସୁବିଧା ନ ଥିବା କଥା ଇଞ୍ଜିନିୟରମାନେ ଜଣାଇଥିଲେ। ୨୦୨୩ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ସୁଦ୍ଧା ହସ୍ପିଟାଲର ପ୍ରଥମ ପର୍ଯ୍ୟାୟ ନିର୍ମାଣ କାର୍ଯ୍ୟ ଶେଷ ହୋଇ ରୋଗୀସେବା ଆରମ୍ଭ କରିବା ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ଏହି ହସ୍ପିଟାଲ୍‌ ନିର୍ମାଣରେ ପ୍ରାୟ ୨୨୦ କୋଟି ଟଙ୍କା ବିନିଯୋଗ ହେବା ନେଇ ଆକଳନ କରାଯାଇଛି।
ସମୀକ୍ଷା ବୈଠକ ପରେ ମୁଖ୍ୟ ଶାସନ ସଚିବ ଏବଂ ବାଗ୍‌ଚୀ ଇନ୍‌ଫୋଭ୍ୟାଲି-୨ରେ ବାଗ୍‌ଚୀ କରୁଣାଶ୍ରୟ ଉପଶମ ଚିକିତ୍ସା କେନ୍ଦ୍ର ପରିସର ଯାଇ ସେଠାରେ ମଧ୍ୟ ନିର୍ମାଣ ଓ ସେବା ଯୋଗାଣ କାର୍ଯ୍ୟର ସମୀକ୍ଷା କରିଥିଲେ। ଏହାକୁ ୧୫୦ ଶଯ୍ୟା ବିଶିଷ୍ଟ ଉପଶମ ଚିକିତ୍ସା କେନ୍ଦ୍ର ଭାବେ ବିକଶିତ କରାଯିବ। ଗଣ୍ଡମୁଣ୍ଡାଠାରେ ଆରମ୍ଭ କରାଯାଇଥିବା ଅସ୍ଥାୟୀ ସେବାଯୋଗାଣ କେନ୍ଦ୍ରରେ ମଧ୍ୟ ବହିର୍ବିଭାଗ ଚିକିତ୍ସା ଆରମ୍ଭ କରାଯାଇଛି ବୋଲି ବାଗ୍‌ଚୀ ସୂଚନା ଦେଇଛନ୍ତି। ଚଳିତ ମାର୍ଚ୍ଚରୁ ପ୍ରତି ସପ୍ତାହର ଶୁକ୍ରବାର ଦିନ ଏହି ଚିକିତ୍ସା ଏବଂ ଔଷଧ ଯୋଗାଇ ଦିଆଯାଉଛି। ସମୀକ୍ଷା ବୈଠକରେ ବାଗ୍‌ଚୀଙ୍କ ସମେତ ହସ୍ପିଟାଲ ମୁଖ୍ୟ ଆର୍କିଟେକ୍ଟ ସୁନ୍ଦର ରମନ୍‌, କରୁଣାଶ୍ରୟର ମୁଖ୍ୟ ଆର୍କିଟେକ୍‌ ଏନ୍‌. ମେଡାପ୍ପା, କରୁଣାଶ୍ରୟ ପରିଚାଳକ ଜ୍ଞାନରଞ୍ଜନ ମହାପାତ୍ର, ପ୍ରକଳ୍ପ ପରିଚାଳକ ଲଲାଟେନ୍ଦୁ ଚୌଧୁରୀ ପ୍ରମୁଖ କ୍ଷେତ୍ରସ୍ତରୀୟ ସ୍ଥିତି ସହ ଆବଶ୍ୟକ ତଥ୍ୟ ଉପସ୍ଥାପନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

ଚାଞ୍ଜଲ୍ୟକର ଖୁଲାସା କଲେ ଭାଜପା ପ୍ରଭାରୀ: ବିଜେଡି ଛାଡିବେ..

ଭୁବନେଶ୍ୱର,୧୯।୪: ଖୁବଶୀଘ୍ର ବିଜେଡି ଛାଡିବେ ଅନେକ ବଡ଼ ନେତା। ବିଜେଡି ଛାଡୁଥିବା ନେତାମାନେ ଭାଜପାରେ ଯୋଗ ଦେବେ। ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ...

ବିଳମ୍ବିତ ରାତିରେ ଖବରଦାତାଙ୍କୁ ଆକ୍ରମଣ

ଭୁବନେଶ୍ୱର,୧୯।୪(ସତ୍ୟଜିତ ରାଉତ):ବିଳମ୍ବିତ ରାତିରେ ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ। ଅସାମାଜିକ ଯୁବକମାନେ ପଥଚାରୀଙ୍କୁ ଆକ୍ରମଣ କରିବାକୁ ପଛାଉ ନାହାନ୍ତି। ଗୁରୁବାର ରାତି ପ୍ରାୟ ୧୨ଟା ୫୫ ବେଳେ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ନବୀନ ନିବାସରେ ବିଜେଡି ପ୍ରାର୍ଥୀଙ୍କ ଭିଡ଼

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ପଞ୍ଚମ ପର୍ଯ୍ୟାୟ ବିଧାନସଭା ଟିକେଟ ଘୋଷଣା ପରେ ଗୁରୁବାର ନବୀନ ନିବାସରେ ବିଜେଡି ଲୋକ ସଭା ଓ ବିଧାନସଭା ପ୍ରାର୍ଥୀଙ୍କ ଭିଡ଼ ଦେଖିବାକୁ ମିଳିଛି।...

ରାଜ୍ୟବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବିଜେଡି ଇସ୍ତାହାର ପାଇଁ ରାଜ୍ୟବାସୀଙ୍କ ମତାମତ ଲୋଡ଼ିଛନ୍ତି। ଗୁରୁବାର ସାମାଜିକ ଗଣମାଧ୍ୟମ ଜରିଆରେ ସେ...

୪ ସଂସଦୀୟ କ୍ଷେତ୍ରରେ ମହିଳା ଭୋଟର ଅଧିକ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ଆସନ୍ତା ମେ’ ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ବ୍ରହ୍ମପୁର ସଂସଦୀୟ...

ଜଙ୍ଗଲ ନିଆଁ: ୯୯ ପ୍ରତିଶତ ମନୁଷ୍ୟକୃତ

ଭୁବନେଶ୍ୱର, ୧୯।୪(ଅସମାପିକା ସାହୁ):ରାଜ୍ୟରେ ତାତି ସାଙ୍ଗକୁ ବଢୁଛି ଜଙ୍ଗଲ ନିଆଁ ବିପଦ। ଚଳିତବର୍ଷ ଜଙ୍ଗଲରେ ଲାଗିଥିବା ନିଆଁ ବର୍ତ୍ତମାନ ଚିନ୍ତାଜନକ ରହିଛି। ଗତବର୍ଷ ତୁଳନାରେ ଚଳିତବର୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri