ମେଡିକାଲ ଶୌଚାଳୟରେ କର୍କଟ ରୋଗୀଙ୍କ ଆତ୍ମହତ୍ୟା

କଟକ,୧୬ା୪ (କାର୍ତ୍ତିକ ସାହୁ) ଆଚାର୍ଯ୍ୟ ହରିହରି ସ୍ନାତକୋତ୍ତର କର୍କଟ ରୋଗ ପ୍ରତିଷ୍ଠାନକୁ ଚିକିତ୍ସା ପାଇଁ ଆସିଥିବା ଜଣେ ମହିଳା କର୍କଟ ରୋଗର ଯନ୍ତ୍ରଣା ସହି ନ ପାରି ମେଡିକାଲ ଶୌଚାଳୟରେ ଆତ୍ମହତ୍ୟା କରିଥିବା ଚର୍ଚ୍ଚା ହେଉଛି। ମୃତ ମହିଳା ଜଣକ ହେଲେ ନୟାଗଡ଼ ଓଡ଼ଗାଁର ଲଳିତା ପଢ଼ିହାରୀ(୪୪)। ମଙ୍ଗଳାବାଗ ଥାନା ପୋଲିସ ମଙ୍ଗଳବାର ସନ୍ଧ୍ୟାରେ ଶବ ଉଦ୍ଧାର କରି ବ୍ୟବଚ୍ଛେଦ ନିମନ୍ତେ ଏସ୍‌ସିବି ମେଡିକାଲର ଶବ ସଂରକ୍ଷଣ ଗୃହକୁ ପଠାଇଥିବା ଜଣାଯାଇଛି।

ପୋଲିସ ସୂଚନା ଅନୁଯାୟୀ, ନୟାଗଡ଼ ଓଡ଼ଗାଁର ପଦ୍ମନାଭ ପଢ଼ିହାରୀଙ୍କ ପତ୍ନୀ ଲଳିତା ଦୀର୍ଘ ଦିନ ଧରି ଯକୃତ କର୍କଟ ରୋଗରେ ଆକ୍ରାନ୍ତ ଥିଲେ। ସେ ବିଭିନ୍ନ ଡାକ୍ତରଖାନାରେ ପୂର୍ବରୁ ଚିକିତ୍ସିତ ହେଉଥିଲେ। ସେ ପେଟରେ ଅସହ୍ୟ ଯନ୍ତ୍ରଣା ଅନୁଭବ କରିବାରୁ ପ୍ରଥମ ଥର ପାଇଁ ମଙ୍ଗଳବାର ପୂର୍ବାହ୍ଣ ପ୍ରାୟ ୧୦ଟା ବେଳେ ଆଚାର୍ଯ୍ୟ ହରିହରି ସ୍ନାତକୋତ୍ତର କର୍କଟ ରୋଗ ପ୍ରତିଷ୍ଠାନକୁ ଚିକିତ୍ସା ପାଇଁ ଆସିଥିଲେ। ତାଙ୍କ ସ୍ବାମୀ ଓ ଭଉଣୀ ମଧ୍ୟ ତାଙ୍କ ସହ ଆସିଥିଲେ। ତାଙ୍କୁ କର୍କଟ ରୋଗ ପ୍ରତିଷ୍ଠାନର ଜରୁରିକାଳିନ ଓ୍ବାର୍ଡରେ ପ୍ରଥମେ ଭର୍ତ୍ତି କରାଯାଇଥିଲା। ପୁଣି ସାରେ ଡାକ୍ତର ତାଙ୍କୁ କର୍କଟ ଓ୍ବାର୍ଡକୁ ସ୍ଥାନାନ୍ତର କରିବାକୁ ପରାମର୍ଶ ଦେଇଥିଲେ। ସା ପ୍ରାୟ ୬ଟା ବେଳେ ସେ ଶୌଚ ଯିବାକୁ କହି ଶୌଚାଳୟକୁ ଯାଇଥିଲେ। ହେଲେ ଦୀର୍ଘ ସମୟ ଧରି ସେ ଶୌଚାଳୟରୁ ଫେରିନଥିଲେ। ଫେରିବା ଡେରି ହେବାରୁ ଶୌଚାଳୟ କବାଟି ଭାଙ୍ଗି ଦେଖିବାରୁ ସେ ବେକରେ ନିଜ ପିନ୍ଧା ଲୁଗା ବାନ୍ଧି ଝୁଲିପଡ଼ିଥିବା ଦେଖିବାକୁ ମିଳିଥିଲା। ମଙ୍ଗଳାବାଗ ଥାନା ପୋଲିସକୁ ଅବଗତ କରାଯାଇଥିଲା। ପୋଲିସ ସେଠାରେ ପହଞ୍ଚତ୍ ଶବ ଉଦ୍ଧାର କରିଥିଲା। ଏନେଇ ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri