‘କର୍କଟ ରୋଗୀଙ୍କୁ ବାହାରକୁ ଯିବାକୁ ପଡ଼ିବ ନାହିଁ’

ଭୁବନେଶ୍ୱର, ୪।୧୦(ଅସମାପିକା ସାହୁ)ଜଟଣୀ ନାଇଜର କ୍ୟାମ୍ପସରେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହୋମି ଭାବା କ୍ୟାନ୍‌ସର ହସ୍ପିଟାଲ ଓ ଗବେଷଣା କେନ୍ଦ୍ରର ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଉକ୍ତ ହସ୍ପିଟାଲରେ ବିଶ୍ବସ୍ତରୀୟ ଚିକିତ୍ସା ସୁବିଧା ସହ ଗବେଷଣା କରାଯିବ। ୨ଶହ ଶଯ୍ୟା ବିଶିଷ୍ଟ ଏହି କ୍ୟାନ୍‌ସର ହସ୍ପିଟାଲ ୨୦୨୫ ଡିସେମ୍ବର ସୁଦ୍ଧା କାର୍ଯ୍ୟକ୍ଷମ ହେବ। ଏହା ରାଜ୍ୟରେ କ୍ୟାନ୍‌ସର ଚିକିତ୍ସା ସେବାକୁ ଅଧିକ ତ୍ୱରାନ୍ବିତ କରିବ। ଫଳରେ ରୋଗୀଙ୍କୁ ମୁମ୍ବାଇ ଭଳି ବଡ଼ ସହରକୁ ଚିକିତ୍ସା ପାଇଁ ଆଉ ଯିବାକୁ ପଡ଼ିବନାହିଁ। ଏହାଦ୍ୱାରା ଲୋକଙ୍କ ଅର୍ଥ ସଞ୍ଚୟ ହେବା ସହ ମାନସିକ କଷ୍ଟରୁ ମୁକ୍ତି ମିଳିବ। ଓଡ଼ିଶା ସହ ପଡ଼ୋଶୀ ରାଜ୍ୟ ଝାଡ଼ଖଣ୍ଡ, ବିହାର, ପଶ୍ଚିମବଙ୍ଗ ଓ ଛତିଶଗଡ଼ର ରୋଗୀ ମଧ୍ୟ ଏହା ଦ୍ୱାରା ଉପକୃତ ହେବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ସେହିପରି ଏହି ହସ୍ପିଟାଲକୁ ମୋ ବସ୍‌ ଦ୍ୱାରା ଯାତାୟାତ ସୁବିଧା ସହ ଭଲ ରାସ୍ତା, ବସ୍‌ଷ୍ଟାଣ୍ଡ, ଅଗ୍ନିଶମ କେନ୍ଦ୍ରର ବ୍ୟବସ୍ଥା କରାଯିବ। ହସ୍ପିଟାଲରେ ରୋଗୀ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କେୱାଇ) କାର୍ଡ ମାଧ୍ୟମରେ ମାଗଣା ଚିକିତ୍ସା ପାଇପାରିବେ। କ୍ୟାନ୍‌ସର ହସ୍ପିଟାଲ ପରିସରରେ ଏକ ଆହାର କେନ୍ଦ୍ର ଖୋଲାଯିବ। ମେଡିକାଲ ସାଇକ୍ଲୋଟ୍ରୋନ ସୁବିଧା ପାଇଁ ରାଜ୍ୟ ସରକାର ୬୫ ଏକର ଜମି ଯୋଗାଇଦେବା ସହ ଦେଢ଼ଶହ କୋଟି ଟଙ୍କାର ଆର୍ଥିକ ସହାୟତା ଦେଇଛନ୍ତି। ଏହା ଏସିଆର ସର୍ବାଧିକ ଉନ୍ନତ ସାଇକ୍ଲୋଟ୍ରୋନ ଗବେଷଣା କେନ୍ଦ୍ର ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି, ସ୍ବାସ୍ଥ୍ୟ କ୍ଷେତ୍ରରେ ଓଡ଼ିଶାର ରୂପାନ୍ତରଣ ପ୍ରକ୍ରିୟା ଚାଲିଛି। ସ୍ବାସ୍ଥ୍ୟ ଭିତ୍ତିଭୂମି ସୁଦୃଢ଼ କରାଯିବା ସହ ସ୍ବାସ୍ଥ୍ୟ ଶିକ୍ଷା ଓ ନିୟମିତ ଡାକ୍ତର ନିଯୁକ୍ତିକୁ ଗୁରୁତ୍ୱ ଦିଆଯାଉଛି। ପ୍ରତିବର୍ଷ ନୂଆ ମେଡିକାଲ କଲେଜ ପ୍ରତିଷ୍ଠା ସହ ତାଲିମପ୍ରାପ୍ତ ଡାକ୍ତର ବାହାରୁଛନ୍ତି। ୨୦୨୨ ସେପ୍ଟେମ୍ବରରେ ମୁମ୍ବାଇର ଟାଟା ମେମୋରିଆଲ ସେଣ୍ଟର ସହ ରାଜ୍ୟ ସରକାର ଏମ୍‌ଓୟୁ ସ୍ବାକ୍ଷର କରିଥିଲେ। ଏଥିରେ ଜଟଣୀ ନାଇଜର ପରିସରରେ ୨ଶହ ଶଯ୍ୟା ବିଶିଷ୍ଟ ଅତ୍ୟାଧୁନିକ କ୍ୟାନ୍‌ସର ହସ୍ପିଟାଲ ପ୍ରତିଷ୍ଠା ନେଇ ଚୁକ୍ତିନାମା ହୋଇଥିଲା। ୨୫୦ କୋଟି ଟଙ୍କା ବ୍ୟୟରେ ଟାଟା ଷ୍ଟିଲ ଫାଉଣ୍ଡେଶନ ହସ୍ପିଟାଲ ନିର୍ମାଣ କରି ଟାଟା ମେମୋରିଆଲ ସେଣ୍ଟର ଓ ଆଟମିକ ଏନର୍ଜି ବିଭାଗକୁ ହସ୍ତାନ୍ତର କରିବ। ଆଟମିକ ଏନର୍ଜି ବିଭାଗ ୪ଶହ କୋଟିର ଯନ୍ତ୍ରପାତି ଯୋଗାଇଦେବ।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri