କ୍ୟାନ୍‌ସର ଆଶଙ୍କା ଓ ଅବସାଦ

ଆଜିକାଲି ଅନେକେ ଅବସାଦର ସମ୍ମୁଖୀନ ହେଉଛନ୍ତି। ଯଦି ଏଭଳି ସମସ୍ୟା ସହ ଜଡ଼ିତ ତେବେ ନିଜକୁ ଯେତେ ସମ୍ଭବ ଏହାଠାରୁ ଦୂରେଇ ରଖିବାକୁ ଚେଷ୍ଟା କରନ୍ତୁ। କାରଣ ଭବିଷ୍ୟତରେ ଏହା କେତେକ ରୋଗକୁ ପରୋକ୍ଷରେ ଡାକି ଆଣିଥାଏ। ଲଣ୍ଡନ ବିଶ୍ୱବିଦ୍ୟାଳୟର ବିଶେଷଜ୍ଞମାନେ ନିକଟରେ ଏକ ଗବେଷଣାରୁ ନୂଆ କଥା ଜାଣି ପାରିଛନ୍ତି। ସେମାନଙ୍କ ଦ୍ୱାରା ପ୍ରକାଶିତ ରିପୋର୍ଟରେ ଉଲ୍ଲେଖ କରାଯାଇଛି ଯେ, ଯଦି ଜଣେ ବ୍ୟକ୍ତି ଅଧିକାଂଶ ସମୟ ଅବସାଦଗ୍ରସ୍ତ ହୋଇ ରୁହନ୍ତି, ତେବେ ସେ କ୍ୟାନ୍‌ସର ପରି ମାରାତ୍ମକ ସ୍ବାସ୍ଥ୍ୟ ସମସ୍ୟାର ସମ୍ମୁଖୀନ ହେବାର ଯଥେଷ୍ଟ ଆଶଙ୍କା ରହିଛି। ଏପରି କି ଗବେଷଣା ପରିସରଭୁକ୍ତ ତଥା ଦୀର୍ଘକାଳୀନ ଅବସାଦର ସମ୍ମୁଖୀନ ହୋଇଥିବା କେତେକ ବ୍ୟକ୍ତିଙ୍କ ମଧ୍ୟରୁ ପ୍ରାୟ ୨୦ ପ୍ରତିଶତ ବ୍ୟକ୍ତିଙ୍କଠାରେ କ୍ୟାନ୍‌ସରର ଲକ୍ଷଣ ଦେଖିବାକୁ ମିଳିଥିଲା। ଅବସାଦଠାରୁ ନିଜକୁ ଦୂରେଇ ରଖିବା ଲାଗି ପ୍ରଥମେ ନିଜର ମାନସିକତାକୁ ଯେତେସମ୍ଭବ ସକାରାତ୍ମକ ରଖନ୍ତୁ। ଯଦି ଏ ନେଇ କିଛି ସମସ୍ୟାର ସମ୍ମୁଖୀନ ହେଉଛନ୍ତି ତେବେ ଡାକ୍ତରଙ୍କ ସହ ପରାମର୍ଶ କରିବାକୁ ଭୁଲନ୍ତୁ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଅବସାଦ ଦୂର ପାଇଁ ଆପଣାନ୍ତୁ ଏହି ଟିପ୍ସ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ଉତ୍ତମ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ କେତେ ରୋଗମୁକ୍ତ ଓ ସୁସ୍ଥ ଜୀବନ ବିତାଉଛେ, ତାହା ଅନେକାଂଶରେ ନିର୍ଭର...

ପାଣି ପିଅନ୍ତୁ କି ନ ପିଅନ୍ତୁ ଘରେ ରଖନ୍ତୁ ସୁରେଇ, ଆଣିବ ସୌଭାଗ୍ୟ…

ଖରାଦିନେ ମାଠିଆ ହେଉ ଅଥବା ସୁରେଇର ପାଣି ପିଇବାକୁ ଯେମିତି ଥଣ୍ଡା ଲାଗେ ସେମିତି ସ୍ବାସ୍ଥ୍ୟପ୍ରଦ ବି ହୋଇଥାଏ। ସେଥିପାଇଁ ପୂର୍ବେ ଘରେ ଘରେ ମାଠିଆ,...

ବାସ୍ତୁ ଅନୁଯାୟୀ ଘରର ମୁଖ୍ୟ ପ୍ରବେଶ ଦ୍ୱାର କିପରି ହେବା ଦରକାର…ଜାଣନ୍ତୁ

ଘରର ଭିତର ପାର୍ଶ୍ୱ କେତେ ସୁନ୍ଦର ଓ ସୁବ୍ୟବସ୍ଥିତ; ତାହାର ଅନୁମାନ ଘରର ମୁଖ୍ୟ ପ୍ରବେଶ ଦ୍ୱାରକୁ ଦେଖିଲେ ହିଁ ଜଣାପଡିଯାଏ। ତେଣୁ ଘରର ମୁଖ୍ୟ...

ଶରୀର ପାଇଁ ଉପକାରୀ ଜିରା: ଏମିତି କରନ୍ତୁ ସେବନ

ଆମେ ସାଧାରଣତଃ ଅଧିକାଂଶ ଖାଦ୍ୟ ପ୍ରସ୍ତୁତ କରିବା ବେଳେ ଜିରା ବ୍ୟବହାର କରିଥାଉ। ଏହାର ସୁଗନ୍ଧ କେବଳ ଭଲ ନୁହେଁ ବରଂ ଏଥିରେ ଭରି ରହିଥିବା...

କେମିତି ହେବେ ଆଦର୍ଶ ଅଭିଭାବକ: ଜାଣନ୍ତୁ ଟିପ୍ସ

ପିଲାଙ୍କ ପ୍ରଥମ ଗୁରୁ ହେଉଛନ୍ତି ଅଭିଭାବକ। ସେମାନଙ୍କ ଉତ୍ତମ ଭବିଷ୍ୟତ ଗଢ଼ିବାରେ ଅଭିଭାବକଙ୍କର ହିଁ ଥାଏ ଗୁରୁତ୍ୱପୂର୍ଣ୍ଣ ଭୂମିକା। କାରଣ ପିଲାମାନେ ସର୍ବଦା ଅନୁକରଣ ପ୍ରିୟ।...

ଅତ୍ୟଧିକ ମିଠାଜାତୀୟ ଖାଦ୍ୟ ଖାଉଥିଲେ…

ମନଲୋଭା ଖାଦ୍ୟ ମଧ୍ୟରୁ ମିଠା ଅନ୍ୟତମ। ଏହାର ସ୍ବାଦ ହୁଏତ ମିଠା ହୋଇପାରେ, ହେଲେ ଏହାର ପରିମାଣ ଅଧିକ ହେଲେ ତାହା ଆମ ସ୍ମରଣ ଶକ୍ତିକୁ...

ଈଶ୍ୱର କଣିକାର ଆବିଷ୍କାରକ

ପଦାର୍ଥ ବିଜ୍ଞାନର ଏକ ଗୁରୁତ୍ୱପୂର୍ଣ୍ଣ ଆବିଷ୍କାର କରି ଖ୍ୟାତି ଲାଭ କରିଥିବା ପିଟର ହିଗ୍‌ସ ଚଳିତ ବର୍ଷ ଏପ୍ରିଲ ୮ ତାରିଖରେ ପରଲୋକ ଗମନ କରିଛନ୍ତି।...

ଥର୍ମୋମିଟର, ବାରୋମିଟର ଓ ଡାଲ୍‌ଟନ

କଡ଼େଇରେ ପାଣି ରଖି କଡ଼େଇ ତଳେ ନିଆଁ ଜାଳିଲେ ପାଣି ଗରମ ହୁଏ। କାରଣ ନିଆଁରୁ ବାହାରୁଥିବା ତାପ ଦ୍ୱାରା କଡ଼େଇ ଗରମ ହୁଏ। କଡ଼େଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri