Posted inଜାତୀୟ

Cancer Vaccine: ଖୁସି ଖବର: ଖୁବ୍‌ଶୀଘ୍ର ବଜାରକୁ ଆସିବ ‘କ୍ୟାନ୍ସର’ ଟିକା, ମନ୍ତ୍ରୀ ଦେଲେ ସୂଚନା

‘କ୍ୟାନ୍ସର’ ଏପରି ଏକ ଶବ୍ଦ ଯାହାର ନାମ ଶୁଣିଲେ ହିଁ ଲୋକଙ୍କ ମନରେ ଭୟ ସୃଷ୍ଟି ହୁଏ। ପ୍ରତିବର୍ଷ ବିଶ୍ୱରେ ଲକ୍ଷ ଲକ୍ଷ ଲୋକ କ୍ୟାନ୍ସର ରୋଗରେ ପ୍ରାଣ ହରାଉଛନ୍ତି। ଭାରତରେ ଏହି ମାରାତ୍ମକ ରୋଗର ପରିସଂଖ୍ୟାନ କମ ନୁହେଁ। ଏଠାରେ ପ୍ରତିବର୍ଷ ଲକ୍ଷ ଲକ୍ଷ ଲୋକ ‘କ୍ୟାନ୍ସର’ ରୋଗର ଶିକାର ହୁଅନ୍ତି। ଦେଶରେ କ୍ୟାନ୍ସର ରୋଗର ବଢ଼ୁଥିବା ମାମଲାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି।
ମହିଳାମାନଙ୍କଠାରେ କର୍କଟ ରୋଗକୁ ରୋକିବା ପାଇଁ ଖୁବ ଶୀଘ୍ର ଏକ ସ୍ବତନ୍ତ୍ର ଟିକା ଉପଲବ୍ଧ ହେବ। କେନ୍ଦ୍ର ସ୍ବାସ୍ଥ୍ୟ ରାଷ୍ଟ୍ର ମନ୍ତ୍ରୀ ପ୍ରତାପରାଓ ଯାଦବ ଏହି ସୂଚନା ଦେଇଛନ୍ତି। ମହିଳାଙ୍କଠାରେ ହେଉଥିବା କ୍ୟାନ୍ସର ପାଇଁ ଆଗାମୀ ୫ରୁ ୬ ମାସ ମଧ୍ୟରେ ଟିକା ଉପଲବ୍ଧ ହେବ। ୯ରୁ ୧୬ ବର୍ଷ ବୟସର ଝିଅମାନଙ୍କୁ ଏହି ଟିକା ଦିଆଯିବ। ବର୍ତ୍ତମାନ ଏହି ଟିକାକୁ ନେଇ ଅନୁସନ୍ଧାନ ପ୍ରାୟ ଶେଷ ହୋଇଛି ଏବଂ ଏବେ ଏହାର ଟ୍ରାଏଲ ଚାଲିଥିବା ସେ କହିଛନ୍ତି। ଦେଶରେ କର୍କଟ ରୋଗୀଙ୍କ ସଂଖ୍ୟା ବଢ଼ୁଥିବାବେଳେ ସରକାର ଏହି ସମସ୍ୟାର ମୁକାବିଲା ଦିଗରେ ପଦକ୍ଷେପ ନେଉଛନ୍ତି ବୋଲି ପ୍ରତାପରାଓ କହିଛନ୍ତି। ସେହିପରି କ୍ୟାନ୍ସର ମୁକାବିଲା ପାଇଁ ୩୦ ବର୍ଷରୁ ଅଧିକ ବୟସର ମହିଳାଙ୍କର ହସ୍ପିଟାଲରେ ସ୍କ୍ରିନିଂ କରାଯିବ ଏବଂ କର୍କଟ ରୋଗର ଶୀଘ୍ର ଚିହ୍ନଟ ପାଇଁ ଡେ କେୟାର କ୍ୟାନ୍ସର ସେଣ୍ଟର ନିର୍ମାଣ କରାଯିବ। ସେହିପରି କର୍କଟ ରୋଗର ଚିକିତ୍ସାରେ ବ୍ୟବହୃତ ଔଷଧ ଉପରେ କଷ୍ଟମ ଡ୍ୟୁଟି ଛାଡ଼ କରାଯାଇଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିକ୍ଟୋରିଆ ଯୁଗର ଜୋତା ମିଳିଲା

ଲଣ୍ଡନ: ସମ୍ପ୍ରତି ୱେଲ୍ସ କାଉଣ୍ଟିର ଏକ ଅଜବ ଏବଂ ରହସ୍ୟମୟ ଘଟଣା ସ୍ଥାନୀୟ ଲୋକଙ୍କୁ ବିସ୍ମିତ କରିଦେଇଛି। ଦକ୍ଷିଣ ୱେଲ୍ସର ଗ୍ଲାମୋର୍ଗାନ ଉପତ୍ୟକାର ଓଗମୋର୍‌-ବାଇ-ସି ବିଚ୍‌ରେ...

ଜାଲ୍‌ ଲାଇସେନ୍ସରେ ବନ୍ଧୁକ ବେପାର, ୩ ଗିରଫ

ରାଉରକେଲା,୩୧।୧୨(ସଙ୍ଗୀତା ଜେନା): ରାଉରକେଲା ଜିଲା ପୋଲିସ ସୋମବାର ରାଉରକେଲାର ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଆନ୍ତଃ ରାଜ୍ୟ ଅସ୍ତ୍ରଶସ୍ତ୍ର ଚୋରାଚାଲାଣ ଗ୍ୟାଙ୍ଗ୍‌ର ପର୍ଦ୍ଦାଫାଶ କରିଛି। ଜାଲ୍‌...

ରଙ୍ଗ ବଦଳୁଛି

ନିଶ୍ଚିତ ଭାବେ କୁହାଯାଇପାରେ, ପରିବେଶ ଓ ପରିସଂସ୍ଥାନ ବିଗିଡ଼ିଗଲେ ତାହାର ପ୍ରଭାବ ପ୍ରାଣୀ ଓ ଉଦ୍ଭିଦଜଗତ ଉପରେ ପଡ଼ିବ। ନିଜର ସ୍ବାର୍ଥ ସାଧନ ପାଇଁ ପ୍ରକୃତିର...

ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କୁ ହତ୍ୟା

ନୂଆଦିଲ୍ଲୀ,୩୧ା୧୨: ବାଂଲାଦେଶର ମିମେନସିଂ ଜିଲା ଅନ୍ତର୍ଗତ ଏକ ପୋଷାକ କାରଖାନା ଭିତରେ ସହକର୍ମୀଙ୍କ ଗୁଳିମାଡ଼ରେ ଜଣେ ହିନ୍ଦୁ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଉକ୍ତ ବ୍ୟକ୍ତି ଜଣକ...

ଚାଇନାକୁ ଜୋରଦାର ଝଟ୍‌କା ଦେଲା ଭାରତ: ୩ ବର୍ଷ ଯାଏ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ଚାଇନାରୁ ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨ ପ୍ରତିଶତ...

ବିରାଟ-ରୋହିତଙ୍କୁ ଟେଷ୍ଟରୁ ଅବସର ନେବାକୁ କରାଯାଇଥିଲା ବାଧ୍ୟ! ଏହି ଖେଳାଳିଙ୍କ ବୟାନ ପରେ କ୍ରିକେଟ ଜଗତରେ ଝଡ

ନୂଆଦିଲ୍ଲୀ,୩୧।୧୨: କ୍ରିକେଟର ଦୁଇ ବଡ ନାମ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ହଠାତ୍‌ ଟେଷ୍ଟ କ୍ରିକେଟରୁ ଅବସରକୁ ନେଇ ଚର୍ଚ୍ଚା ପୁଣି ଥରେ ତୀବ୍ର...

ସମୟସୀମା ମଧ୍ୟରେ ଯୁକ୍ତି ରଖିବେ ଆଇନଜୀବୀ

ନୂଆଦିଲ୍ଲୀ,୩୧ା୧୨: ସୁପ୍ରିମକୋର୍ଟ ନୂଆ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର (ଏସ୍‌ଓପି) ଜାରି କରିଛନ୍ତି, ଯେଉଁଥିରେ ଆଇନଜୀବୀମାନେ ଅଦାଲତରେ ସମସ୍ତ ନୋଟିସ୍‌ ପରବର୍ତ୍ତୀ ଏବଂ ନିୟମିତ ଶୁଣାଣିରେ ଯୁକ୍ତି...

ବରଗଡ଼କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ୧୩ କୋଟି ଟଙ୍କା ବ୍ୟୟ ଅଟକଳରେ ହେବ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ରାଜମହଲ

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। କେବଳ ବରଗଡ଼, ପଶ୍ଚିମ ଓଡ଼ିଶା, ଓଡ଼ିଶା କିମ୍ବା ଭାରତ ନୁହେଁ, ଦେଶ ବାହାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri