Posted inଜାତୀୟ

Cancer Vaccine: ଖୁସି ଖବର: ଖୁବ୍‌ଶୀଘ୍ର ବଜାରକୁ ଆସିବ ‘କ୍ୟାନ୍ସର’ ଟିକା, ମନ୍ତ୍ରୀ ଦେଲେ ସୂଚନା

‘କ୍ୟାନ୍ସର’ ଏପରି ଏକ ଶବ୍ଦ ଯାହାର ନାମ ଶୁଣିଲେ ହିଁ ଲୋକଙ୍କ ମନରେ ଭୟ ସୃଷ୍ଟି ହୁଏ। ପ୍ରତିବର୍ଷ ବିଶ୍ୱରେ ଲକ୍ଷ ଲକ୍ଷ ଲୋକ କ୍ୟାନ୍ସର ରୋଗରେ ପ୍ରାଣ ହରାଉଛନ୍ତି। ଭାରତରେ ଏହି ମାରାତ୍ମକ ରୋଗର ପରିସଂଖ୍ୟାନ କମ ନୁହେଁ। ଏଠାରେ ପ୍ରତିବର୍ଷ ଲକ୍ଷ ଲକ୍ଷ ଲୋକ ‘କ୍ୟାନ୍ସର’ ରୋଗର ଶିକାର ହୁଅନ୍ତି। ଦେଶରେ କ୍ୟାନ୍ସର ରୋଗର ବଢ଼ୁଥିବା ମାମଲାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି।
ମହିଳାମାନଙ୍କଠାରେ କର୍କଟ ରୋଗକୁ ରୋକିବା ପାଇଁ ଖୁବ ଶୀଘ୍ର ଏକ ସ୍ବତନ୍ତ୍ର ଟିକା ଉପଲବ୍ଧ ହେବ। କେନ୍ଦ୍ର ସ୍ବାସ୍ଥ୍ୟ ରାଷ୍ଟ୍ର ମନ୍ତ୍ରୀ ପ୍ରତାପରାଓ ଯାଦବ ଏହି ସୂଚନା ଦେଇଛନ୍ତି। ମହିଳାଙ୍କଠାରେ ହେଉଥିବା କ୍ୟାନ୍ସର ପାଇଁ ଆଗାମୀ ୫ରୁ ୬ ମାସ ମଧ୍ୟରେ ଟିକା ଉପଲବ୍ଧ ହେବ। ୯ରୁ ୧୬ ବର୍ଷ ବୟସର ଝିଅମାନଙ୍କୁ ଏହି ଟିକା ଦିଆଯିବ। ବର୍ତ୍ତମାନ ଏହି ଟିକାକୁ ନେଇ ଅନୁସନ୍ଧାନ ପ୍ରାୟ ଶେଷ ହୋଇଛି ଏବଂ ଏବେ ଏହାର ଟ୍ରାଏଲ ଚାଲିଥିବା ସେ କହିଛନ୍ତି। ଦେଶରେ କର୍କଟ ରୋଗୀଙ୍କ ସଂଖ୍ୟା ବଢ଼ୁଥିବାବେଳେ ସରକାର ଏହି ସମସ୍ୟାର ମୁକାବିଲା ଦିଗରେ ପଦକ୍ଷେପ ନେଉଛନ୍ତି ବୋଲି ପ୍ରତାପରାଓ କହିଛନ୍ତି। ସେହିପରି କ୍ୟାନ୍ସର ମୁକାବିଲା ପାଇଁ ୩୦ ବର୍ଷରୁ ଅଧିକ ବୟସର ମହିଳାଙ୍କର ହସ୍ପିଟାଲରେ ସ୍କ୍ରିନିଂ କରାଯିବ ଏବଂ କର୍କଟ ରୋଗର ଶୀଘ୍ର ଚିହ୍ନଟ ପାଇଁ ଡେ କେୟାର କ୍ୟାନ୍ସର ସେଣ୍ଟର ନିର୍ମାଣ କରାଯିବ। ସେହିପରି କର୍କଟ ରୋଗର ଚିକିତ୍ସାରେ ବ୍ୟବହୃତ ଔଷଧ ଉପରେ କଷ୍ଟମ ଡ୍ୟୁଟି ଛାଡ଼ କରାଯାଇଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?