Posted inଜାତୀୟ

ଚପଲମାଳ ପିନ୍ଧି ନିର୍ବାଚନ ପ୍ରଚାର କଲେ ପ୍ରାର୍ଥୀ

ଅଲିଗଡ଼: ଲୋକ ସଭା ନିର୍ବାଚନ ତାରିଖ ଯେତିକି ପାଖେଇ ଆସୁଛି, ରାଜନୈତିକ ଦଳ ଗୁଡ଼ିକର ପ୍ରସ୍ତୁତି ମଧ୍ୟ ସେତେମାତ୍ରାରେ ଜୋର୍‌ଦାର ହେବାରେ ଲାଗିଛି। ବଡ଼ ବଡ଼ ଦଳଗୁଡ଼ିକୁ ଛାଡି ସ୍ବାଧୀନ ପ୍ରାର୍ଥୀମାନେ ମଧ୍ୟ ଏହି ନିର୍ବାଚନରେ ଭୋଟରଙ୍କ ଦୃଷ୍ଟି ଆକର୍ଷଣ କରିବାକୁ ବିଭିନ୍ନ ପ୍ରୟାସ କରୁଛନ୍ତି। ଅଲିଗଡ଼ ଲୋକ ସଭା ନିର୍ବାଚନମଣ୍ଡଳୀରେ ଏପରି ଏକ ଘଟଣା ଦେଖିବାକୁ ମିଳିଛି। ଏଠାରେ ଜଣେ ସ୍ବାଧୀନ ପ୍ରାର୍ଥୀ ଚପଲମାଳ ପିନ୍ଧି ନିର୍ବାଚନ ପ୍ରଚାର କରୁଥିବା ଦେଖିବାକୁ ମିଳିଛି। ଚଳିତ ଲୋକ ସଭା ନିର୍ବାଚନରେ ଅଲିଗଡ ଆସନରୁ ସ୍ବାଧୀନ ପ୍ରାର୍ଥୀ ଭାବେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ପଣ୍ଡିତ କେଶବ ଦେବ। ତାଙ୍କୁ ନିର୍ବାଚନ ଆୟୋଗଙ୍କଠାରୁ ଚପଲ ଚିହ୍ନ ମିଳିଛି। ତେଣୁ ସେ ୭ଟି ଚପଲ ସାହାଯ୍ୟରେ ଗୋଟିଏ ଚପଲମାଳ ପ୍ରସ୍ତୁତ କରିଛନ୍ତି। ଏହି ଚପଲମାଳକୁ ପିନ୍ଧି ସେ ଜନସାଧାରଣଙ୍କ ନିକଟରେ ପହଞ୍ଚୁଛନ୍ତି ଓ ଭୋଟ ଭିକ୍ଷା କରୁଛନ୍ତି। ଦେଶରେ ୭ଟି ପର୍ଯ୍ୟାୟରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ଏପ୍ରିଲ୧୯ରୁ ଆରମ୍ଭ ହେବ। ଅଲିଗଡରେ ଲୋକ ସଭା ନିର୍ବାଚନ ଏପ୍ରିଲ ୨୬ରେ ଅର୍ଥାତ ଦ୍ୱିତୀୟ ପର୍ଯ୍ୟାୟରେ ଅନୁଷ୍ଠିତ ହେବ। ଏଠାରେ ମୋଟ ୨୧ ଜଣ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଥିବାବେଳେ ସେମାନଙ୍କ ମଧ୍ୟରୁ ୫ ଜଣଙ୍କ ନାମାଙ୍କନ ପତ୍ର ଖାରଜ ହୋଇଯାଇଥିଲା। ସେହିପରି ଏଠାରେ ଅନ୍ୟ ୨ ଜଣ ପ୍ରାର୍ଥୀ ସେମାନଙ୍କ ନାମାଙ୍କନ ପତ୍ର ପ୍ରତ୍ୟାହାର କରିଛନ୍ତି। ତେଣୁ ଅଲିଗଡ ଲୋକ ସଭା ଆସନରେ ସମୁଦାୟ ୧୪ ଜଣ ପ୍ରାର୍ଥୀଙ୍କ ମଧ୍ୟରେ ମୁକାବିଲା ହେବାକୁ ଯାଉଛି। ଏଠାରୁ ବର୍ତ୍ତମାନର ଏମ୍‌ପି ସତୀଶ କୁମାର ଗୌତମ ଭାଜପା ପ୍ରାର୍ଥୀ ହୋଇଥିବାବେଳେ, ବିରୋଧୀ ଇଣ୍ଡିଆ ମେଣ୍ଟରୁ ବିଜେନ୍ଦ୍ର ସିଂ ସମାଜବାଦୀ ପାର୍ଟି ପକ୍ଷରୁ ନିର୍ବାଚନ ଲଢ଼ୁଛନ୍ତି। ସେହିପରି ବହୁଜନ ସମାଜ ପାର୍ଟିରୁ ଏଠାରେ ହିତେନ୍ଦ୍ର କୁମାର ଓରଫ୍‌ ବଣ୍ଟି ଉପାଧ୍ୟାୟ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ସଙ୍କଟକୁ ନେଇ ରାଜ୍ୟ ସଭାରେ ଏମିତି କ’ଣ କହିଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୪।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରାଜ୍ୟ ସଭାରେ ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ଏବଂ ଭାରତର ରଣନୀତିର ବିଭିନ୍ନ ଦିଗ ଉପରେ ଆଲୋଚନା କରିଛନ୍ତି। ପଶ୍ଚିମ…

ଯୁଦ୍ଧ ଭିତରେ ଚାଷୀଙ୍କ ପାଇଁ ବଡ଼ ପଦକ୍ଷେପ ନେଲେ ମୋଦି ସରକାର, ଅଂଶୀଦାର ହେବେ ଚାଇନା, ରୁଷିଆ…

ନୂଆଦିଲ୍ଲୀ,୨୪।୩: ଆମେରିକା ଏବଂ ଇସ୍ରାଏଲ ସହିତ ଇରାନର ଚାଲିଥିବା ଯୁଦ୍ଧ ବିଶ୍ୱର ଅନେକ ଦେଶ ସହିତ ଭାରତକୁ ଏକ କଷ୍ଟକର ପରିସ୍ଥିତିରେ ପକାଇଛି। ପଶ୍ଚିମ ଏସିଆରେ ଦେଖାଦେଇଥିବା…

ରେଳ ଟିକେଟ୍ ରିଫଣ୍ଡ ନିୟମରେ ବଡ଼ ପରିବର୍ତ୍ତନ, 8 ଘଣ୍ଟାରୁ କମ୍ ସମୟ ପୂର୍ବରୁ ବାତିଲ୍ କଲେ…..

ନୂଆଦିଲ୍ଲୀ,୨୪।୩: ଟିକେଟ କଳାବଜାର ରୋକିବା ପାଇଁ, ରେଳବାଇ ଏହାର ରିଫଣ୍ଡ ନିୟମରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣିଛି। ଏବେ, ଯାତ୍ରୀମାନେ ଟିକେଟ୍ ବାତିଲ କରିବା ପରେ ଆଉ ସମ୍ପୂର୍ଣ୍ଣ…

ଧର୍ମ ପରିବର୍ତ୍ତନ ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି: ହିନ୍ଦୁ, ବୌଦ୍ଧ, ଶିଖ ଧର୍ମାବଲମ୍ବୀ…

ନୂଆଦିଲ୍ଲୀ,୨୪।୩: ଧର୍ମ ପରିବର୍ତ୍ତନ ଉପରେ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି। ମଙ୍ଗଳବାର ସୁପ୍ରିମକୋର୍ଟ କହିଛନ୍ତି, ହିନ୍ଦୁ, ଶିଖ କିମ୍ବା ବୌଦ୍ଧ ଧର୍ମ ବ୍ୟତୀତ ଅନ୍ୟ କୌଣସି…

୧୪.୨ କିଲୋଗ୍ରାମ ବଦଳରେ ମିଳିବ ୧୦ କିଲୋଗ୍ରାମ ଗ୍ୟାସ! ସରକାର ଦେଲେ ବଡ଼ ଅପଡେଟ୍‌

  ନୂଆଦିଲ୍ଲୀ,୨୪।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ସିଧାସଳଖ ପ୍ରଭାବ ଏବେ ଭାରତର ଶକ୍ତି ସୁରକ୍ଷା ଉପରେ ପଡୁଛି। ଅଶୋଧିତ ତୈଳ ଏବଂ ଏଲପିଜିର ନିରବଚ୍ଛିନ୍ନ ଯୋଗାଣ ବାଧାପ୍ରାପ୍ତ…

ଡବଲ ମର୍ଡର : ସ୍ତ୍ରୀ ସହ ପ୍ରେମିକଙ୍କୁ ଗୁଳି କରିଦେଲେ ସ୍ବାମୀ, ସମ୍ପୂର୍ଣ୍ଣ ଘଟଣା ଜାଣିଲେ ଥରିଉଠିବ ଛାତି

ଗାଜିଆବାଦ,୨୪।୩: ଗାଜିଆବାଦର ଟ୍ରୋନିକା ସିଟି ପୋଲିସ ଷ୍ଟେଶନ ଅଞ୍ଚଳରେ ଏକ ଡବଲ ମର୍ଡର ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଜଣେ ବ୍ୟକ୍ତି ତାଙ୍କ ସ୍ତ୍ରୀ ଏବଂ ପ୍ରେମିକଙ୍କୁ…

ଦୁବାଇରେ ଧରାପଡ଼ିଲେ ଭାରତର ମୋଷ୍ଟ ୱାଣ୍ଟେଡ ଡ୍ରଗ୍ସ ମାଫିଆ! ଖୁବଶୀଘ୍ର ଆସିବେ ଭାରତ

ନୂଆଦିଲ୍ଲୀ,୨୪।୩: ଭାରତର ଡ୍ରଗ ମାଫିଆଙ୍କ ଜଣେ ପ୍ରମୁଖ ବ୍ୟକ୍ତି ଜସବିନ୍ଦର ଓରଫ ‘ଜାଜ’କୁ ଦୁବାଇରେ ଗିରଫ କରାଯାଇଛି। ଭାରତୀୟ ଏଜେନ୍ସିଗୁଡ଼ିକର ନିର୍ଦ୍ଦେଶରେ ଇଣ୍ଟରପୋଲ ସହାୟତାରେ ଏହି ଅପରେଶନ…

ଇରାନ-ଆମେରିକା ଯୁଦ୍ଧରେ ପାକିସ୍ତାନର ମଧ୍ୟସ୍ଥତାକୁ ନେଇ ଖପ୍ପା ହେଲାଣି କଂଗ୍ରେସ

ନୂଆଦିଲ୍ଲୀ,୨୪।୩: ଯୁଦ୍ଧ ଏଡାଇବା ପାଇଁ ଇରାନ ଏବଂ ଆମେରିକା ଆଲୋଚନାରେ ସାମିଲ ହେବାକୁ ରାଜି ହୋଇଛନ୍ତି। ଆମେରିକାର ରାଷ୍ଟ୍ରପତି ଦାବି କରିଛନ୍ତି ଯେ ତିନୋଟି ଦେଶ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri