ପ୍ରାର୍ଥୀଙ୍କ ଖର୍ଚ୍ଚ ସୀମା ଧାର୍ଯ୍ୟ

ଭୁବନେଶ୍ୱର, ୨୬।୨(ବ୍ୟୁରୋ): ପୌର ନିର୍ବାଚନ ଲାଗି ତାରିଖ ଘୋଷଣା କରାଯିବା ପରେ ଏହାକୁ ନେଇ ଆନୁଷଙ୍ଗିକ ପ୍ରକ୍ରିୟା ଆରମ୍ଭ ହୋଇଛି। ନିର୍ବାଚନରେ ମାତ୍ରାଧିକ ଖର୍ଚ୍ଚ ଏଡ଼ାଇବାକୁ ରାଜ୍ୟ ନିର୍ବାଚନ କମିଶନ ନିର୍ଦ୍ଦେଶନାମା ଜାରି କରିଛନ୍ତି। ୫୦ ହଜାର ପର୍ଯ୍ୟନ୍ତ ଜନସଂଖ୍ୟା ବିଶିଷ୍ଟ ଏନ୍‌ଏସି ଏବଂ ପୌର ପରିଷଦର କାଉନସିଲର ପଦବୀରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରାର୍ଥୀଙ୍କ ଖର୍ଚ୍ଚ ୭୫ ହଜାର ଟଙ୍କା ଧାର୍ଯ୍ୟ କରାଯାଇଛି। ଅଧ୍ୟକ୍ଷ ପଦବୀରେ ନିର୍ବାଚନ ଲଢୁଥିବା ପ୍ରାର୍ଥୀଙ୍କ ଲାଗି ଖର୍ଚ୍ଚ ସୀମା ୨ ଲକ୍ଷ ନିର୍ଦ୍ଧାରଣ କରାଯାଇଛି। ସେହିପରି ୫୦ ହଜାରରୁ ୧ ଲକ୍ଷ ପର୍ଯ୍ୟନ୍ତ ଜନସଂଖ୍ୟା ବିଶିଷ୍ଟ ଏନ୍‌ଏସି ଓ ପୌର ପରିଷଦର କାଉନସିଲର ପ୍ରାର୍ଥୀଙ୍କ ନିର୍ବାଚନୀ ଖର୍ଚ୍ଚ ୧ ଲକ୍ଷ ଟଙ୍କା ରଖାଯାଇଛି। ଏ କ୍ଷେତ୍ରରେ ଅଧ୍ୟକ୍ଷ ପଦବୀରେ ଲଢୁଥିବା ପ୍ରାର୍ଥୀଙ୍କ ଖର୍ଚ୍ଚ ୫ ଲକ୍ଷ ଟଙ୍କା ରହିଛି।
ସେହିପରି ନିର୍ବାଚନ ହେବାକୁ ଥିବା ୩ ମହାନଗର ନିଗମର କର୍ପୋରେଟର ପଦବୀରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରାର୍ଥୀମାନେ ୨ଲକ୍ଷ ଟଙ୍କା ଏବଂ ମେୟର ପଦବୀରେ ନିର୍ବାଚନ ଲଢୁଥିବା ପ୍ରାର୍ଥୀ ୧୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ କରିପାରିବେ। କାଉନସିଲର/କର୍ପୋରେଟର ପ୍ରାର୍ଥୀ ସର୍ବାଧିକ ୨ଟି ଗାଡ଼ି, ଅଧ୍ୟକ୍ଷ ପ୍ରାର୍ଥୀ ୪ଟି ଗାଡ଼ି, ମେୟର ପ୍ରାର୍ଥୀ ୬ଟି ଗାଡ଼ି ଏବଂ ରାଜନୈତିକ ଦଳଗୁଡ଼ିକ ୨ଟି ଗାଡ଼ି ପ୍ରଚାରରେ ବ୍ୟବହାର କରିପାରିବେ। ମ୍ୟୁନିସିପାଲିଟି
ପୌର ନିର୍ବାଚନ ରାଜନୈତିକ ଦଳଭିତ୍ତିରେ ହେବ। ମ୍ୟୁନିସିପାଲିଟି/ଏନ୍‌ଏସି ନିର୍ବାଚନରେ ଅଂଶଗ୍ରହଣ କରିବାକୁ ଇଚ୍ଛୁକ ରାଜନୈତିକ ଦଳ ସେମାନଙ୍କ ପ୍ରାଧିକୃତ ବ୍ୟକ୍ତିଙ୍କ ନାମ ଫର୍ମ-୯ରେ, ମହାନଗର ନିଗମ ପାଇଁ ଫର୍ମ-୧୨ରେ ମାର୍ଚ୍ଚ ୭ ଅପରାହ୍ନ ସାଢେ ୫ଟା ସୁଦ୍ଧା ନିର୍ବାଚନ ଅଧିକାରୀଙ୍କ ପାଖରେ ଦାଖଲ କରିବେ। ଦଳୀୟ ଟିକେଟ (ମ୍ୟୁନିସିପାଲଟି/ଏନ୍‌ଏସି) ପାଇଁ ପ୍ରାଧିକୃତ ବ୍ୟକ୍ତି ଫର୍ମ ନଂ. ୧୦ ଏବଂ ମହାନଗର ନିଗମ ପାଇଁ ଫର୍ମ ନଂ. ୧୧ରେ ମନୋନୟନ ପତ୍ର ଯାଞ୍ଚର ପୂର୍ବଦିନ ଅର୍ଥାତ୍‌ ମାର୍ଚ୍ଚ ୮ ଅପରାହ୍ନ ସାଢ଼େ ୫ଟା ସୁଦ୍ଧା ସମ୍ପୃକ୍ତ ନିର୍ବାଚନ ଅଧିକାରୀଙ୍କ ନିକଟରେ ଦାଖଲ କରିବେ ବୋଲି ରାଜ୍ୟ ନିର୍ବାଚନ କମିଶନ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରେ ଡଙ୍ଗାବୁଡି ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୪: ମହାନଦୀରେ ଡଙ୍ଗା ବୁଡିବା ଘଟଣାରେ ମୃତକଙ୍କ ପରିବାରକୁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରିବାରକୁ ୪ ଲକ୍ଷ ଲେଖାଏଁ ଅନୁକମ୍ପା...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବିଜେଡିରେ ସାମିଲ ହେଲେ ବିଜୟ କେତନ ସ୍ବାଇଁ; କହିଲେ-ବିତୃଷ୍ଣା ହୋଇ ଭାଜପା ଛାଡ଼ିଲି

ଭୁବନେଶ୍ୱର,୧୯ା୪: ଭାଜପା ଛାଡି ବିଜେଡିରେ ଯୋଗ ଦେଲେ ବରିଷ୍ଠ ନେତା ବିଜୟ କେତନ ସ୍ବାଇଁ । ରାଜନଗର ବିଧାୟକ ଧ୍ରୁବ ସାହୁ, କେନ୍ଦ୍ରାପଡ଼ା ପର୍ଯ୍ୟବେକ୍ଷକ ପ୍ରତାପ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri