ପ୍ରାର୍ଥୀଙ୍କ ଖର୍ଚ୍ଚ ସୀମା ଧାର୍ଯ୍ୟ

ଭୁବନେଶ୍ୱର, ୨୬।୨(ବ୍ୟୁରୋ): ପୌର ନିର୍ବାଚନ ଲାଗି ତାରିଖ ଘୋଷଣା କରାଯିବା ପରେ ଏହାକୁ ନେଇ ଆନୁଷଙ୍ଗିକ ପ୍ରକ୍ରିୟା ଆରମ୍ଭ ହୋଇଛି। ନିର୍ବାଚନରେ ମାତ୍ରାଧିକ ଖର୍ଚ୍ଚ ଏଡ଼ାଇବାକୁ ରାଜ୍ୟ ନିର୍ବାଚନ କମିଶନ ନିର୍ଦ୍ଦେଶନାମା ଜାରି କରିଛନ୍ତି। ୫୦ ହଜାର ପର୍ଯ୍ୟନ୍ତ ଜନସଂଖ୍ୟା ବିଶିଷ୍ଟ ଏନ୍‌ଏସି ଏବଂ ପୌର ପରିଷଦର କାଉନସିଲର ପଦବୀରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରାର୍ଥୀଙ୍କ ଖର୍ଚ୍ଚ ୭୫ ହଜାର ଟଙ୍କା ଧାର୍ଯ୍ୟ କରାଯାଇଛି। ଅଧ୍ୟକ୍ଷ ପଦବୀରେ ନିର୍ବାଚନ ଲଢୁଥିବା ପ୍ରାର୍ଥୀଙ୍କ ଲାଗି ଖର୍ଚ୍ଚ ସୀମା ୨ ଲକ୍ଷ ନିର୍ଦ୍ଧାରଣ କରାଯାଇଛି। ସେହିପରି ୫୦ ହଜାରରୁ ୧ ଲକ୍ଷ ପର୍ଯ୍ୟନ୍ତ ଜନସଂଖ୍ୟା ବିଶିଷ୍ଟ ଏନ୍‌ଏସି ଓ ପୌର ପରିଷଦର କାଉନସିଲର ପ୍ରାର୍ଥୀଙ୍କ ନିର୍ବାଚନୀ ଖର୍ଚ୍ଚ ୧ ଲକ୍ଷ ଟଙ୍କା ରଖାଯାଇଛି। ଏ କ୍ଷେତ୍ରରେ ଅଧ୍ୟକ୍ଷ ପଦବୀରେ ଲଢୁଥିବା ପ୍ରାର୍ଥୀଙ୍କ ଖର୍ଚ୍ଚ ୫ ଲକ୍ଷ ଟଙ୍କା ରହିଛି।
ସେହିପରି ନିର୍ବାଚନ ହେବାକୁ ଥିବା ୩ ମହାନଗର ନିଗମର କର୍ପୋରେଟର ପଦବୀରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରାର୍ଥୀମାନେ ୨ଲକ୍ଷ ଟଙ୍କା ଏବଂ ମେୟର ପଦବୀରେ ନିର୍ବାଚନ ଲଢୁଥିବା ପ୍ରାର୍ଥୀ ୧୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ କରିପାରିବେ। କାଉନସିଲର/କର୍ପୋରେଟର ପ୍ରାର୍ଥୀ ସର୍ବାଧିକ ୨ଟି ଗାଡ଼ି, ଅଧ୍ୟକ୍ଷ ପ୍ରାର୍ଥୀ ୪ଟି ଗାଡ଼ି, ମେୟର ପ୍ରାର୍ଥୀ ୬ଟି ଗାଡ଼ି ଏବଂ ରାଜନୈତିକ ଦଳଗୁଡ଼ିକ ୨ଟି ଗାଡ଼ି ପ୍ରଚାରରେ ବ୍ୟବହାର କରିପାରିବେ। ମ୍ୟୁନିସିପାଲିଟି
ପୌର ନିର୍ବାଚନ ରାଜନୈତିକ ଦଳଭିତ୍ତିରେ ହେବ। ମ୍ୟୁନିସିପାଲିଟି/ଏନ୍‌ଏସି ନିର୍ବାଚନରେ ଅଂଶଗ୍ରହଣ କରିବାକୁ ଇଚ୍ଛୁକ ରାଜନୈତିକ ଦଳ ସେମାନଙ୍କ ପ୍ରାଧିକୃତ ବ୍ୟକ୍ତିଙ୍କ ନାମ ଫର୍ମ-୯ରେ, ମହାନଗର ନିଗମ ପାଇଁ ଫର୍ମ-୧୨ରେ ମାର୍ଚ୍ଚ ୭ ଅପରାହ୍ନ ସାଢେ ୫ଟା ସୁଦ୍ଧା ନିର୍ବାଚନ ଅଧିକାରୀଙ୍କ ପାଖରେ ଦାଖଲ କରିବେ। ଦଳୀୟ ଟିକେଟ (ମ୍ୟୁନିସିପାଲଟି/ଏନ୍‌ଏସି) ପାଇଁ ପ୍ରାଧିକୃତ ବ୍ୟକ୍ତି ଫର୍ମ ନଂ. ୧୦ ଏବଂ ମହାନଗର ନିଗମ ପାଇଁ ଫର୍ମ ନଂ. ୧୧ରେ ମନୋନୟନ ପତ୍ର ଯାଞ୍ଚର ପୂର୍ବଦିନ ଅର୍ଥାତ୍‌ ମାର୍ଚ୍ଚ ୮ ଅପରାହ୍ନ ସାଢ଼େ ୫ଟା ସୁଦ୍ଧା ସମ୍ପୃକ୍ତ ନିର୍ବାଚନ ଅଧିକାରୀଙ୍କ ନିକଟରେ ଦାଖଲ କରିବେ ବୋଲି ରାଜ୍ୟ ନିର୍ବାଚନ କମିଶନ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ହୋଇନାହିଁ ସ୍କୁଲ ଛୁଟି ଘୋଷଣା, ଘୂରି ବୁଲୁଛି ନକଲି ଚିଠି

ବରଗଡ଼,୧୮ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ତାତି, ଗୁଳୁଗୁଳି ବଢ଼ି ଚାଲିଛି। ଅନ୍ୟପଟେ ସ୍କୁଲ, କଲେଜରେ ପାଠପଢ଼ା ଚାଲିଛି। ପୂର୍ବାହ୍ନ ସାଢ଼େ ୧୦ଟାରେ ଛୁଟି ହେଉଥିବା ଯୋଗୁ ଘରକୁ…

ବରଗଛରେ ଝୁଲୁଥିଲା ଅଣଓଡ଼ିଆ ଶ୍ରମିକଙ୍କ ମୃତଦେହ, ଏଏସ୍‌ଆଇ ପହଞ୍ଚି…

ଦିଗପହଣ୍ଡି,୧୮ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନିସ୍ତିିପୁର ଗ୍ରାମ ନିକଟ ଆନ୍ଧ୍ର ଇଟାଭାଟିରେ ରହି କାମ କରୁଥିବା ଜଣେ ଅଣଓଡ଼ିଆ ଶ୍ରମିକ ଶନିବାର ଭୋର୍‌ରେ…

ଶେଷ ଓଭରରେ ଦିଲ୍ଲୀର ରୋମାଞ୍ଚକ ବିଜୟ

ବେଙ୍ଗାଲୁରୁ,୧୮ା୪: ଡେଭିଡ୍‌ ମିଲରଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଖେଳାଯାଇଥିବା ଏକ ରୋମାଞ୍ଚକ ଆଇପିଏଲ୍‌ ମ୍ୟାଚ୍‌ରେ ୬ ଉଇକେଟରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ…

୨ ବାଇକ୍‌ ସହ ଧକ୍କା ହେଲା ଅଟୋ: ୩ ଗୁରୁତର

ଦାରିଙ୍ଗବାଡ଼ି,୧୮ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ମ୍ଲୁକ୍‌ଚେରୀ ନିକଟରେ ୨ ବାଇକ୍‌ ଏବଂ ଗୋଟିଏ ଅଟୋ ମଧ୍ୟରେ ଧକ୍କା ହୋଇ ୩ ଜଣ ଗୁରୁତର ହୋଇଛନ୍ତି।…

ବାପା ହେଲେ ଷ୍ଟାର ଅଲରାଉଣ୍ଡର ରଶିଦ ଖାନ

ନୂଆଦିଲ୍ଲୀ,୧୮ା୪: ଆଫଗାନିସ୍ତାନ ଓ ଗୁଜରାଟ ଟାଇଟନ୍ସ (ଜିଟି) ଷ୍ଟାର ଅଲରାଉଣ୍ଡର ରଶିଦ ଖାନ ଶନିବାର ଏକ ପୁତ୍ର ସନ୍ତାନର ପିତା ହୋଇଛନ୍ତି। ରଶିଦ ସୋସିଆଲ ମିଡିଆରେ ଏକ…

ଚାକିରି ଜୀବନରେ ସାଉଁଟିଥିବା ସ୍ମୃତିକୁ ମନେ ପକାଇ ଗୋପାଳକୃଷ୍ଣ କହିଲେ ଅବସର ପରେ…

ଦିଗପହଣ୍ଡି,୧୮ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ପ୍ରାଥମିକ ସେବା ସମବାୟ ସମିତି(ପାକ୍ସ)ର ସମ୍ପାଦକ ଗୋପାଳକୃଷ୍ଣ ଜେନାଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ଦିଆଯାଇଛି। ସମବାୟ…

ଜୁନାଗଡ଼ରେ ଏନଫୋର୍ସ ଟିମର ଖାଦ୍ୟ ସାମଗ୍ରୀ ଯାଞ୍ଚ

ଜୁନାଗଡ଼,୧୮।୪(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ସହରରେ ଶନିବାର ଏନଫୋର୍ସ ଟିମ ପକ୍ଷରୁଖାଦ୍ୟ ସାମଗ୍ରୀ ଯାଞ୍ଚ କରାଯାଇଛି। ଏହି ଟିମରେ ଧର୍ମଗଡ଼ ଉପଖଣ୍ଡ ଖାଦ୍ୟ ନିରାପତ୍ତା ବିଭାଗ,ଜୁନାଗଡ଼…

ସିବିଏସ୍‌ଇ ଦଶମ ପରୀକ୍ଷା: ପ୍ରଗତି କନ୍‌ସେପ୍ଟ ସ୍କୁଲ ଛାତ୍ରୀଛାତ୍ରଙ୍କ ସଫଳତା

ଭବାନୀପାଟଣା,୧୮ା୪(ଉତ୍ତମ କୁମାର ଦାଶ)-ସିବିଏସ୍‌ଇ ଦଶମ ପରୀକ୍ଷାରେ କଳାହାଣ୍ଡି ଜିଲା ଭବାନୀପାଟଣା ସହର ପ୍ରଗତି କନ୍‌ସେପ୍ଟ ସ୍କୁଲର ଛାତ୍ରୀଛାତ୍ର ସଫଳତା ପାଇଛନ୍ତି। ଛାତ୍ର ବବୁଲ କୁମାର ମେହେର ୯୭.୬୦%…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri