ବିଜୟ ମହାକାଳପଡ଼ାରୁ ପ୍ରାର୍ଥୀ ହେବା ଆଶାବାଦୀ

ମହାକାଳପଡ଼ା,୧୬ା୧(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ  ସ୍ଥାନୀୟ ଛେଡ଼ାକଣିସ୍ଥିତ ସତ୍ୟନାରାୟଣ ପୀଠରେ ମକର ଉତ୍ସବରେ ଭାଜପା ନେତା ବିଜୟ ମହାପାତ୍ର ଯୋଗଦାନ ସହ ପୂଜାର୍ଚ୍ଚନା କରି ଆଶୀର୍ବାଦ ଭିକ୍ଷା କରିଛନ୍ତି। କେନାଲ ବ୍ରିଜ୍‌ଠାରୁ ନିଜ ଦଳୀୟ ସମର୍ଥକ, ଶୁଭେଚ୍ଛୁମାନଙ୍କୁ ସାଥିରେ ଧରି ଶୋଭାଯାତ୍ରାରେ ଆସି ନାରାୟଣଙ୍କ ପୀଠରେ ପହଞ୍ଚି ଥିଲେ। ବହୁଦିନ ପରେ କର୍ମୀମାନେ ବିଜୟଙ୍କୁ ଅତି ନିକଟରେ ପାଇ ଖୁସି ବ୍ୟକ୍ତ କରିଛନ୍ତି।

ପରେ ଗଣମାଧ୍ୟମର ପ୍ରତିନିଧିଙ୍କ ପ୍ରଶ୍ନ ଥିଲା ଆସନ୍ତା ସାଧାରଣ ନିର୍ବାଚନରେ ମହାକାଳପଡ଼ାରୁ ପ୍ରାର୍ଥୀ ହେବେ କି। ଏହାର ଉତ୍ତରରେ ସିଧାସଳଖ ନ କହି ପରୋକ୍ଷ କହିଛନ୍ତି, ମା’ଙ୍କ ଆଶୀର୍ବାଦ ରହିଲେ ମହାକାଳପଡ଼ାବାସୀଙ୍କ ଭବିଷ୍ୟତ ଉଜ୍ଜ୍ୱଳମୟ ହେବ। ୨୦୨୪ରେ ମହାକାଳପଡ଼ାର ଶୁଭେଚ୍ଛୁ ଓ ସମର୍ଥକଙ୍କୁ ନିରାଶ କରାଯିବ ନାହିଁ ବୋଲି ବିଜୟ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି। ବିଜୟଙ୍କ ମୁହଁରୁ ଏହି ପଦକ କଥା ଶୁଣି ଶୁଭେଚ୍ଛୁ ଓ କର୍ମୀମାନଙ୍କ ମଧ୍ୟରେ ଆଶାର ସଞ୍ଚାର ସୃଷ୍ଟି ହୋଇଛି ବୋଲି ସାଧାରଣରେ ଚର୍ଚ୍ଚା ଜୋର ଧରିଛି। ଏହି କାର୍ଯ୍ୟକ୍ରମରେ ସୁକାନ୍ତ କୁମାର ଦ୍ୱିବେଦୀ, ମାନସ ଦାସ, ମମତା ସାମଲ , ରଞ୍ଜନ ଚୌଧୁରୀ, ଅଶୋକ ସେନାପତି, କୁଳମଣି ଚୌଧୁରୀ, ଭୀମ ମାଇତି, ଅଚିନ୍ତ ମାଇତି, ରାମଚନ୍ଦ୍ର ରାଉତଙ୍କ ସମେତ ଶତାଧିକ ଦଳୀୟ ଭାଜପା କର୍ମୀ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହୃଦୟବିଦାରକ! ଜନ୍ମ ଦେଇ କେନାଲରେ ଫିଙ୍ଗିଦେଲେ, ଧାନ ବିଲରୁ ଶିଶୁ କନ୍ୟାର ମୃତଦେହ ଉଦ୍ଧାର

ଅତାବିରା, ୨୩/୯ (ଯୁଧିଷ୍ଠିର ମହାପାତ୍ର): ପୁଣି ସାମ୍ନାକୁ ଆସିଛି ମାନବିକତାକୁ ଲଜ୍ଜିତ କଲା ଭଳି ଏକ କରୁଣ ଓ ହୃଦୟବିଦାରକ ଚିତ୍ର। ଧାନ ବିଲର ଅଳିଆ ଆବର୍ଜନା…

“କାହିଁକି ଜମିକୁ ପାଣି ଛାଡ଼ୁନୁ?” ଯୁବକଙ୍କ ବେକ-ହାତକୁ ଦା’ରେ ହାଣି ପ୍ରତିଶୋଧ, ଅଭିଯୁକ୍ତକୁ ଖୋଜୁଛି ପୋଲିସ

ଦିଗପହଣ୍ଡି, ୨୩।୯ (ଅଶେଷ ନାଥ ମିଶ୍ର): ଚାଷଜମିକୁ ପାଣି ଛାଡ଼ିବାକୁ କେନ୍ଦ୍ର କରି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମରେ ଏକ ସାଂଘାତିକ ଆକ୍ରମଣ ଘଟଣା…

ପାକିସ୍ତାନରେ ହଇଚଇ! ସାଧାରଣ ଚିକିତ୍ସା ପରେ ପିଲାଙ୍କ HIV ରିପୋର୍ଟ ପଜିଟିଭ୍, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମବାଦ,୨୩।୯: ପାକିସ୍ତାନରେ ଅନେକ ପରିବାର ପାଇଁ ପିଲାଙ୍କ ସାଧାରଣ ଚିକିତ୍ସା ପରେ ସାମ୍ନାକୁ ଆସିଥିବା HIV ପଜିଟିଭ୍ ରିପୋର୍ଟ ଚିନ୍ତାର କାରଣ ପାଲଟିଛି । NPRର ଏକ…

ବାଫ୍ଲା ମାଳି ଖଣି ପ୍ରଭାବିତ ଅଞ୍ଚଳରେ ବିକାଶର ନଗ୍ନ ଚିତ୍ର: ଉପରେ ଚାଲିଛି ଖଣି, ତଳେ ରାସ୍ତା ନାହିଁ; ପ୍ରଶାସନର ଅବହେଳା ପରେ…

ଥୁଆମୂଳ ରାମପୁର/କାଶୀପୁର, ୨୩।୯ (ଦୁର୍ଗା କୀର୍ତ୍ତି/ ପ୍ରଫୁଲ୍ଲ ବେହେରା): ଗୋଟିଏ ପଟେ ବାଫ୍ଲା ମାଳି ପାହାଡ଼ ଉପରେ ବାକ୍ସାଇଟ୍ ଖଣି ଖନନ କରି କୋଟି କୋଟି ଟଙ୍କାର…

ହର୍ମୁଜରେ ଜାହାଜ ଉପରେ ବଡ଼ ଧରଣର ଆକ୍ରମଣ, ଚାଲିଗଲା ଭାରତୀୟ ନାବିକଙ୍କ ଜୀବନ

ଓମାନ,୨୩।୯: ଓମାନ ଉପକୂଳ ନିକଟ ହର୍ମୁଜ୍ ଅଞ୍ଚଳରେ ଭାରତ ଆସୁଥିବା ଏକ ମାଲବାହୀ ଜାହାଜ ଉପରେ ଟର୍ପିଡୋ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ଉତ୍ତରପ୍ରଦେଶର ଦେବରିଆ…

ଲଘୁଚାପ ବର୍ଷାରେ ସୃଷ୍ଟି ହେଲା ବନ୍ୟା ଆଶଙ୍କା: ଭଞ୍ଜନଗରରେ ସ୍ଥାନାନ୍ତର ପ୍ରକ୍ରିୟା ଜୋରଦାର, ସ୍ଥିତି ଉପରେ ନଜର ରଖିଛନ୍ତି ବିଧାୟକ

ଭଞ୍ଜନଗର, ୨୩।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ ବୁଧବାର ସନ୍ଧ୍ୟା ପର୍ଯ୍ୟନ୍ତ ତୁହାକୁ ତୁହା ଲଗାଣ ବର୍ଷା ଜାରି ରହିଛି। ଫଳରେ…

ନାଳ ପାର ହେବା ବେଳେ ପ୍ରଖର ସ୍ରୋତରେ ଭାସିଗଲେ ଚାଷୀ, ସ୍ତ୍ରୀଙ୍କ ସାହସିକତା-ପ୍ରଶାସନର ତତ୍ପରତାରୁ ବଞ୍ଚିଲା ଜୀବନ

ପାରଳାଖେମୁଣ୍ଡି, ୨୩।୯ (ଗିରିଧାରୀ ପରିଛା): ଅବପାତଜନିତ ଲଗାଣ ବର୍ଷା ଯୋଗୁ ନାଳର ପ୍ରଖର ସ୍ରୋତରେ ଭାସିଯାଇଥିବା ଜଣେ ଚାଷୀଙ୍କୁ ପ୍ରଶାସନ ଓ ଅଗ୍ନିଶମ ବାହିନୀର ତତ୍ପରତା ଯୋଗୁ…

ସ୍କୁଟିରେ ବ୍ରହ୍ମପୁର ଷ୍ଟେଶନ୍ ଚାଲାଣ ହେଉଥିଲା ଗଞ୍ଜେଇ! ପାଟ୍ରୋଲିଂ ବେଳେ ମାଡ଼ିବସିଲା ଅବକାରୀ ଟିମ୍

ଦିଗପହଣ୍ଡି, ୨୩।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ଚୋରାରେ ଗଞ୍ଜେଇ ଚାଲାଣ ହେଉଥିବା ବେଳେ ଅବକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?