ଗ୍ରୀଷ୍ମ ପ୍ରବାହକୁ ଖାତିର ନାହିଁ: ମାରାଥନ ପ୍ରଚାରରେ ପ୍ରାର୍ଥୀ

କେସିଙ୍ଗା,୩।୫(ତୁମେଶ୍ୱର ସାହୁ): ମେ’ ୧୩ରେ ଓଡ଼ିଶରେ ପ୍ରଥମ ପର୍ଯ୍ୟାୟ ଭୋଟ। ନିଜ ନିଜ ପସନ୍ଦର ପ୍ରାର୍ଥୀଙ୍କୁ ଭୋଟ ଦେବେ କଳାହାଣ୍ଡି ଲୋକସଭା ଏବଂ ବିଧାନସଭା ନିର୍ବାଚନ ମଣ୍ଡଳୀର ଭୋଟର। ଗଣତନ୍ତ୍ରର ଏହି ମହାପର୍ବକୁ ନେଇ ଜନସାଧାରଣ ବେଶ୍‌ ଉତ୍ସାହିତ। ଏହି ପରିପ୍ରେକ୍ଷୀରେ ନର୍ଲା ବିଧାନସଭା ନିର୍ବାଚନ ମଣ୍ଡଳୀର କେସିଙ୍ଗା ବ୍ଲକରେ ପ୍ରଚାର ମଇଦାନ କମ୍ପୁଛି। ବିଭିନ୍ନ ରାଜନୈତିକ ଦଳର ପ୍ରାର୍ଥୀମାନେ ନିର୍ବାଚନୀ ରଣାଙ୍ଗନରେ ଓହ୍ଲାଇଛନ୍ତି। ହେଲେ ନର୍ଲା ନିର୍ବାଚନ ମଣ୍ଡଳୀ ବିଜେଡ଼ି ପ୍ରାର୍ଥୀ ମନୋରମା ମହାନ୍ତି ବେଲଖଣ୍ଡି ଧବଳେଶ୍ୱର ଶୈବ ପୀଠ ଅଞ୍ଚଳରେ ନିର୍ବାଚନ ପ୍ରଚାର ଜୋର୍‌ଦାର କରିଛନ୍ତି।

ଏପରି କି କଳାହାଣ୍ଡି ଲୋକସଭା ପ୍ରାର୍ଥୀ ଲମ୍ବୋଦର ନିଆଲ ଏବଂ ନର୍ଲା ବିଧାୟିକା ପ୍ରାର୍ଥୀ ମନୋରମା ମହାନ୍ତି ବେଲଖଣ୍ଡି ସ୍ଥିତ ଧବଳେଶ୍ବର ବାବା ଓ ମହାମାୟା ଚଣ୍ଡୀଙ୍କ ନିକଟରେ ପୂଜାର୍ଚ୍ଚନା କରିବା ସହ ଆଶୀର୍ବାଦ ଭିକ୍ଷା କରି ପ୍ରଚାର ଆରମ୍ଭ କରିଥିଲେ। ଶଙ୍ଖ ହେଉଛି ବିକାଶର ଚିହ୍ନ, ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଷଷ୍ଠ ଥର ମୁଖ୍ୟମନ୍ତ୍ରୀ କରିବା ପାଇଁ ଆଶୀର୍ବାଦ କରିବାକୁ ଉଭୟ ପ୍ରାର୍ଥୀ ଜନତାଙ୍କୁ ନିବେଦନ କରିଥିଲେ

ଯୋଡ଼ି ଶଙ୍ଖରେ ବିଜେଡ଼ିର ଏମ୍‌ପି ଓ ବିଧାୟକ ପ୍ରାର୍ଥୀଙ୍କୁ ଭୋଟ ଦେଇ ଜୟଯୁକ୍ତ କରିବାକୁ ପାଇଁ ଉଭୟେ ଭୋଟ ଭିକ୍ଷା କରିଥିଲେ। ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ସତ୍ତ୍ୱେ ପ୍ରାର୍ଥୀ ଗାଁକୁ ଗାଁ ଯାଇ ଭୋଟ୍‌ ମାଗୁଛନ୍ତି।

ଉଭୟୀ ପ୍ରାର୍ଥୀ ନର୍ଲା ନିର୍ବାଚନ ମଣ୍ଡଳୀ କେସିଙ୍ଗା ବ୍ଲକ ଅଧୀନ ବେଲଖଣ୍ଡି, ହାତିଖୋଜ, ର୍ସିଜାପାଲି, ତୁଣ୍ଡଳାଓ ତୁର୍ଲାଖମନ ଆଦି ୫ଟି ପଞ୍ଚାୟତର ବିଭିନ୍ନ ଗାଁ ସହ ଘରକୁ ଘର ବୁଲି ଭୋଟ ଭିକ୍ଷା କରିଥିଲେ। ଏଥିରେ ଅନ୍ୟମାନଙ୍କ ମଧ୍ୟରେ ବିଜେଡି ପର୍ଯ୍ୟବେକ୍ଷକ ଭବାନୀଶଙ୍କର ନିଆଲଙ୍କ ସମେତ ଅଞ୍ଚଳର ତୃଣମୂଳ ସ୍ତରୀୟ କର୍ମକର୍ତ୍ତା ଏବଂ କର୍ମୀ ଉପସ୍ଥିତି ଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ମାମୁ-ଭଣଜାଙ୍କ ଘରୁ ବଡ଼ଧରଣର ଚୋରି: ଲୁଟିନେଲେ ୫୦ ତୋଳା ସୁନା, ନଗଦ ଟଙ୍କା

କୋରାପୁଟ,୧୮ା୮(ଅମିତାଭ ବେହେରା): କୋରାପୁଟ ସହରର ମେଘରାଜ ଅଞ୍ଚଳରେ ଗୋଟିଏ ରାତିରେ ମାମୁ-ଭଣଜାଙ୍କ ଘରୁ ବଡ଼ଧରଣର ଚୋରି ହୋଇଛି। ଦୁଇ ଘରୁ ପ୍ରାୟ ୫୦ ତୋଳା ସୁନା ଅଳଙ୍କାର…

‘ଫାଶୀ ଦିଅ କିମ୍ବା ଜେଲ ପଠାଅ, ମୁଁ…’, କଂଗ୍ରେସ ନେତାଙ୍କ ବୟାନକୁ ନେଇ ରାଜନୀତି ହଲଚଲ

ନୂଆଦିଲ୍ଲୀ, ୧୮।୮: ବନ୍ଦେ ମାତରମ’ର ସମ୍ପୂର୍ଣ୍ଣ ଛନ୍ଦ ଗାନକୁ ନେଇ ଜାରି ରହିଥିବା ରାଜନୈତିକ ହଙ୍ଗାମା ମଧ୍ୟରେ କର୍ନାଟକ କଂଗ୍ରେସ ସଭାପତି ବି.କେ. ହରିପ୍ରସାଦ ବଡ଼ ବୟାନ…

ମୁଖ୍ୟମନ୍ତ୍ରୀଙ୍କ ବନ୍ୟା ସହାୟତା ଘୋଷଣା: ବାସନକୁସନ-ପୋଷାକ ବାବଦକୁ ମିଳିବ…

ଭୁବନେଶ୍ୱର,୧୮।୮: ବନ୍ୟା କ୍ଷୟକ୍ଷତି ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। ହଜାରେ କୋଟିର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କ୍ଷୁଦ୍ର ଚାଷୀଙ୍କୁ ହେକ୍ଟର ପିଛା…

ଗଞ୍ଜେଇ ଚାଲାଣ ପାଇଁ ଯୋଜନା ଚାଲିଥିବା ବେଳେ ମାଡିବସିଲା ଅଡବା ପୋଲିସ, ୭ କ୍ୱିଣ୍ଟାଲ ଜବତ

ମୋହନା,୧୮।୮(ମନ୍ମଥ ମିଶ୍ର): ଜଙ୍ଗଲରୁ ବାହାରିଲା ୭ କ୍ୱିଣ୍ଟାଲରୁ ଅଧିକ ଗଞ୍ଜେଇ । ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଅନ୍ତରବା ପଞ୍ଚାୟତ ଆଟାପଡ଼ା…

ସୁପ୍ରିମକୋର୍ଟର ମଞ୍ଜୁରୀ ପରେ ‘ମହାପ୍ରଭୁ ଜଗନ୍ନାଥ’ର ରିଲିଜ୍‌ ତାରିଖ ଫାଇନାଲ, ଜାଣନ୍ତୁ କେବେ ଆସିବ ଫିଲ୍ମ

ନୂଆଦିଲ୍ଲୀ, ୧୮।୮: ଆନିମେଟେଡ ଫିଲ୍ମ ‘ମହାପ୍ରଭୁ ଜଗନ୍ନାଥ’ ଜୁଲାଇ ୧୭ ତାରିଖରେ ସିନେମା ହଲ୍‌ରେ ରିଲିଜ ହେବାର ଥିଲା। କିନ୍ତୁ ଆଇନଗତ ବିବାଦରେ ଫସିବା ପରେ ଏହାର…

କଂଗ୍ରେସର ‘ବନ୍ଦେ ମାତରମ’ ଭିଡିଓକୁ ନେଇ ବର୍ଷିଲେ କଙ୍ଗନା, ପାକିସ୍ତାନ ସହ ତୁଳନା କରି କହିଲେ…

ନୂଆଦିଲ୍ଲୀ, ୧୮।୮: ହିମାଚଳ ପ୍ରଦେଶର ମଣ୍ଡିରୁ ଭାରତୀୟ ଜନତା ପାର୍ଟି (BJP) ସାଂସଦ କଙ୍ଗନା ରଣାୱତ କଂଗ୍ରେସ ନେତୃତ୍ୱ ଉପରେ ବଡ଼ ବୟାନ ଦେଇଛନ୍ତି। ଅଗଷ୍ଟ ୧୫…

ବାପାକୁ ଆକ୍ରମଣ କଲେ ପୁଅ, ଗିରଫ କରିବାକୁ ଯାଇ ପୋଲିସ ହଟହଟା

ଗୋପ,୧୮।୮( ଭାରତୀ ଭୂଷଣ ଉପାଧ୍ୟାୟ): ମଙ୍ଗଳବାର ଭୋର ସମୟରେ ଗୋପ ଥାନା ଅନ୍ତର୍ଗତ ଗଣେଶ୍ବରପୁର ଗ୍ରାମରେ ଛୁରାମାଡ଼ ହୋଇଛି । ରାମଚନ୍ଦ୍ର ରଥଙ୍କ ଏକମାତ୍ର ପୁତ୍ର ବିକି…

ଭାରତ-ଶ୍ରୀଲଙ୍କା ପ୍ରଥମ ଟେଷ୍ଟରୁ ଆସିଲା ଭୟଙ୍କର ଖବର; ଅଭିଜ୍ଞ ଖେଳାଳି ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ,୧୮।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଟେଷ୍ଟ ମ୍ୟାଚର ଚତୁର୍ଥ ଦିନରେ ଏକ ଦୁଃଖଦ ଦୃଶ୍ୟ ଦେଖାଦେଇଛି। ଶ୍ରୀଲଙ୍କା କ୍ରିକେଟର ଦିନେଶ ଚାନ୍ଦିମଲ ଫିଲ୍ଡିଂ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri