ପ୍ରଚଣ୍ଡ ଖରାକୁ ଖାତିର ନ କରି ପ୍ରଚାର ମଇଦାନରେ ପ୍ରାର୍ଥିନୀ

କେସିଙ୍ଗା,୨୮ା୪(ତୁମେଶ୍ୱର ସାହୁ): ସମଗ୍ର କେସିଙ୍ଗା ଅଞ୍ଚଳରେ କିଛିଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଏପରିକି ତାପମାତ୍ରା ୪୦ରୁ ୪୫ ଡିଗ୍ରୀରୁ ଅଧିକ ରହିଥିବାରୁ ଅଞ୍ଚଳବାସୀ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଗ୍ରୀଷ୍ମପ୍ରବାହ ଲାଗି ରହିଥିବା ସତ୍ତ୍ୱେ ବିଜେଡି ଭବାନୀପାଟଣା ବିଧାନସଭା ପ୍ରାର୍ଥିନୀ ବିଧାୟିକା ଲଳିତା ନାଏକ ଖରାତାତିକୁ ଭ୍ରୁକ୍ଷେପ ନ କରି ଦଳୀୟ ସମର୍ଥକଙ୍କ ସହ ପ୍ରଚାର ଅଭିଯାନ ଜୋର୍‌ଦାର କରିଛନ୍ତି।

କେସିଙ୍ଗା ବ୍ଲକର ରେଙ୍ଗାଲି,କଛାରପଦର, ଧୁଣ୍ଡିଆମୁଣ୍ଡା,ବୁଢ଼ୀପଦର, କଲୋନୀ ପଡ଼ା ଆଦି ଗ୍ରାମାଞ୍ଚଳରେ ପ୍ରଚାର କରିଛନ୍ତି। ଶଙ୍ଖ ଚିହ୍ନରେ ଭୋଟ୍‌ ବ୍ୟବଧାନରେ ବିଜୟୀ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଷଷ୍ଠଥର ଲାଗି ରାଜ୍ୟ ଶାସନରେ କ୍ଷମତାସୀନ କରିବା ନିମନ୍ତେ ସଂକଳ୍ପବଦ୍ଧ ହେବା ଲାଗି ବିଭିନ୍ନ ଜନସଭାରେ ନିବେଦନ କରିଥିଲେ। ଏହି ପ୍ରଚାର ଅଭିଯାନରେ ବିଜେଡିର ଯୁବ ସଙ୍ଗଠନ ଭବାନୀ ସାହୁଙ୍କ ନେତୃତ୍ୱରେ ଏହି ବିଜେଡିର ପଦଯାତ୍ରା ଆରମ୍ଭ ହୋଇଥିଲା। ଲଳିତା ନାଏକ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହକୁ ଭ୍ରୁକ୍ଷେପ ନ କରି ଘରକୁ ଘର ବୁଲି ଭୋଟ୍‌ ଭିକ୍ଷା କରୁଥିବାର ଦେଖିବାକୁ ମିଳିଥିଲା। ଏହି କାର୍ଯ୍ୟକ୍ରମରେ ବିଜେଡିର ବହୁ କର୍ମୀ ଅଂଶଗ୍ରହଣ କରି ଗ୍ରାମ ଗ୍ରାମ ବୁଲି ଲୋକଙ୍କୁ ଭୋଟ୍‌ ଦେବା ପାଇଁ ଅନୁରୋଧ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡେଲାଙ୍ଗରେ ଭୟଙ୍କର ବୋମା ବିସ୍ଫୋରଣ: ହାତ ପାପୁଲି ଛିଣ୍ଡି…

ପିପିଲି,୧୭।୩: ପୁରୀ ଜିଲା ଡେଲାଙ୍ଗ ଥାନା ଅଧୀନ ଏକ ଜଙ୍ଗଲରେ ମଙ୍ଗଳବାର ଅଘଟଣ ଘଟିଛି। ବୋମା ଭିଡୁଥିବା ବେଳେ ବିସ୍ଫୋରଣ ଘଟି ଜଣେ ଯୁବକ ଗୁରୁତର ଆହତ…

କ୍ଷୁଦ୍ର ବ୍ୟବସାୟୀଙ୍କୁ ଥଇଥାନ କରାଯାଉ: ଜିଲାପାଳଙ୍କୁ ଦାବିପତ୍ର

ଛତ୍ରପୁର,୧୭।୩(ଦିଲ୍ଲୀପ ସାମଲ): ବ୍ରହ୍ମପୁର ନୂତନ ବସଷ୍ଟାଣ୍ଡର କ୍ଷୁଦ୍ର ବ୍ୟବସାୟୀ ମାଙ୍ଗଳିକ ସଂଘ ଥଇଥାନ ନିମନ୍ତେ ଜିଲାପାଳଙ୍କୁ ସାକ୍ଷାତ କରି ଦାବିପତ୍ର ପ୍ରଦାନ କରିଛନ୍ତି। ସୂଚନା ଥାଉକି, ଦୀର୍ଘ…

ଭାରତରେ ୨ଟା ପହଞ୍ଚିବା ପରେ ହରମୁଜରେ ଫସିଲା ୧୯ ଜାହାଜ, LPG ଜାହାଜକୁ ଘେରିଗଲେ…

ନୂଆଦିଲ୍‌ଲୀ,୧୭।୩: ଚାଲିଥିବା ବିବାଦ ମଧ୍ୟରେ, ଇରାନ ହରମୁଜରେ ଜାହାଜ ଚଳାଚଳ ରାସ୍ତା ଅବରୋଧ କରିଛି। ଆମେରିକା ସମେତ ବିଶ୍ୱର ବିଭିନ୍ନ ରାଷ୍ଟ୍ରର ଜାହାଜଗୁଡ଼ିକ ହରମୁଜରେ ଫସି ରହିଥିବା…

ରୁଷିକୂଲ୍ୟାରେ ବୁଡ ପକାଇଲେ ହଜାର ହଜାର ଭକ୍ତ: ପିତୃପୁରୁଷଙ୍କୁ ପିଣ୍ଡ ଦାନ

ପୁରୁଷୋତ୍ତମପୁର,୧୭।୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କିମ୍ବଦନ୍ତୀପୂର୍ଣ୍ଣ ପ୍ରତାପୁର ଗ୍ରାମ ଋଷିକୁଲ୍ୟା ନଦୀ ଉତ୍ତରବାଙ୍କ ତୁମ୍ବେଶ୍ବର ଘାଟରେ ମହାବାରୁଣୀ ସ୍ନାନ ଅବସରରେ ମଙ୍ଗଳବାର ହଜାର…

ଯୁଦ୍ଧ ଭିତରେ ଚାଇନା ପାଇଁ ବଡ଼ ଘୋଷଣା କଲା ଭାରତ, ବିଶ୍ୱରେ ଚହଳ!

ନୂଆଦିଲ୍ଲୀ,୧୭।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଗୁରୁତ୍ୱପୂର୍ଣ୍ଣ ଉତ୍ତେଜନା ଜାରି ରହିଛି। ଆମେରିକା ଏବଂ ଇସ୍ରାଏଲ ଇରାନ ବିରୁଦ୍ଧରେ ନିରନ୍ତର ଆକ୍ରମଣ କରୁଛନ୍ତି, ଯେତେବେଳେ ଇରାନ ସେନା ଡ୍ରୋନ ଆକ୍ରମଣ…

ଏକୁଟିଆ ପଡ଼ିଗଲେ ଟ୍ରମ୍ପ: ସାହାଯ୍ୟ କରିବାକୁ ସିଧା ସିଧା ମନା କରିଦେଲେ ଏସବୁ ଦେଶ

ଓ୍ବାଶିଂଟନ୍‌,୧୭।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ଇରାନ ସହିତ ଚାଲିଥିବା ସଂଘର୍ଷ ମଧ୍ୟରେ ହର୍ମୁଜ ଷ୍ଟ୍ରେଟ୍‌କୁ ସୁରକ୍ଷିତ…

ଦୁଇ ଭାଇଙ୍କ ଝଗଡ଼ାରୁ ବଳି ପଡିଲେ ଶାଶୁ, ସାନଭାଇର କାଠ ଫାଳିଆ ମାଡ଼ରେ…

ବ୍ରହ୍ମଗିରି,୧୭।୩(ସ୍ୱାଧୀନ ଚମ୍ପତିରାୟ): ପୁରୀ ଜିଲା ଆରଖକୁଦ ମେରାନି ଥାନା ଅନ୍ତର୍ଗତ ପାଣ୍ଡାପୋଖରୀ ଗ୍ରାମରେ ଲୋମଟାଙ୍କୁରା ହତ୍ୟାକାଣ୍ଡ ହୋଇଛି । ସାନ ଭାଇର ଠେଙ୍ଗା ମାଡ଼ରେ ବଡ଼ ଭାଇର…

ସ୍ତ୍ରୀଙ୍କୁ ତଣ୍ଟି ଚିପି ମାରିବାକୁ ହତ୍ୟା ଉଦ୍ୟମ, ସ୍ବାମୀଙ୍କୁ ବାନ୍ଧି କୋର୍ଟଚାଲାଣ କଲା ପୋଲିସ

ଦିଗପହଣ୍ଡି,୧୭ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କରପଡ଼ା ଗ୍ରାମର ବୁଡୁ ବେହେରା ତାଙ୍କ ସ୍ତ୍ରୀ ସୁଶୀଳା ବେହେରାଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri