ଜନତାଙ୍କ ପ୍ରଶ୍ନବାଣକୁ ଭୟ କରୁଛନ୍ତି ପ୍ରାର୍ଥୀ

ମୋରଡ଼ା,୨୮।୪(ସ୍ମାରକ ମାଜୀ): ୨୦୦୯ରୁ ମୟୂରଭଞ୍ଜ ଜିଲା ମୋରଡ଼ା ବିଧାନସଭା ଆସନରୁ ବିଜୁ ଜନତା ଦଳ ଜିତି ଆସୁଥିବା ବେଳେ ବର୍ତ୍ତମାନ ରାଜ କିଶୋର ଦାସ ବିଧାୟକ ଅଛନ୍ତି । ଏଥର କିନ୍ତୁ ବିଜେଡିର ଗଡ଼ କୁହାଯାଉଥିବା ଉକ୍ତ ଆସନରୁ କିଏ ବାଜିମାତ୍‌ ମାରିବ କହିବା ମୁସ୍କିଲ।

ବର୍ତ୍ତମାନର ବିଧାୟକ ଦାସ ଅଞ୍ଚଳର ସମସ୍ୟାକୁ ଉପସ୍ଥାପନା ତଥା ସମାଧାନ କରି ପାରି ନ ଥିବା ଭୋଟର କହୁଛନ୍ତି l ବିଧାୟକଙ୍କ ସ୍ତ୍ରୀ ପ୍ରୀତିନନ୍ଦା କାନୁନ୍‌ଗୋଙ୍କୁ ବିଜେଡି ଏଥର ଟିକେଟ୍‌ ଦେଇଥିବା ବେଳେ ଭାଜପା କୃଷ୍ଣଚନ୍ଦ୍ର ମହାପାତ୍ର ଏବଂ କଂଗ୍ରେସ ପ୍ରଭାସକର ମହାପାତ୍ରଙ୍କୁ ଟିକେଟ ଦେଇଛି। ଜେଏମ୍‌ଏମ୍‌ ଏପର୍ଯ୍ୟନ୍ତ ଟିକେଟ ଘୋଷଣା କରିନାହିଁ। ବର୍ତ୍ତମାନ ବିଜେଡି ଓ଼ କଂଗ୍ରେସ ପକ୍ଷରୁ ବାରମ୍ବାର ବୈଠକ, କର୍ମୀ ସମ୍ମିଳନୀ କରାଯାଉଛି। ଭାଜପା ମିଶ୍ରଣ ପର୍ବ କରି ଅନ୍ୟ ଦଳ କର୍ମୀଙ୍କୁ ନିଜର କରିବାରେ ଲାଗିଛି। କଂଗ୍ରେସ ପ୍ରାର୍ଥୀ ପ୍ରଭାସକର ମହାପାତ୍ର ଗାଁକୁ ଗାଁ ବୁଲି କଂଗ୍ରେସର ଗ୍ୟାରେଣ୍ଟି କାର୍ଡ ଲୋକଙ୍କୁ ବାଣ୍ଟି ପ୍ରଚାର କରୁଛନ୍ତି।

ତେବେ ରବିବାର ବିଜେଡି ବିଧାୟିକା ପ୍ରାର୍ଥିନୀ ପ୍ରୀତିନନ୍ଦା କାନୁନ୍‌ଗୋ ଶୀର୍ଷାପାଳ ଛକ ସହ ଚିତ୍ରଡା ବଜାରରେ ଥିବା ପ୍ରତିଟି ଦୋକାନକୁ ବୁଲି ପ୍ରଚାର କରିଥିଲେ। କିନ୍ତୁ ଚିତ୍ରଡା ପଞ୍ଚାୟତ ଏବଂ ହଳଦୀପାଳ ପଞ୍ଚାୟତ ଅଧୀନ ଗାଁକୁ ଯାଇ ନ ଥିଲେ, ଯାହାକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି । ତେଣୁ ଲୋକଙ୍କ ପ୍ରଶ୍ନବାଣ ଭୟରେ ପ୍ରାର୍ଥୀ ଗାଁକୁ ଗାଁ ବୁଲୁ ନାହାନ୍ତି ବୋଲି ଅଞ୍ଚଳରେ ଆଲୋଚନା ହେଉଛି। ଅଞ୍ଚଳବାସୀ ସଚେତନ ହେବା ସହ ଠିକ ପ୍ରାର୍ଥୀ ଚୟନ କରିବେ ବୋଲି ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ...

ମମତାଙ୍କୁ ଚିଠି ଲେଖିବା ନେଇ ନବୀନଙ୍କୁ ଟାର୍ଗେଟ କଲା ଭାଜପା

ଭୁବନେଶ୍ୱର, ୨୬।୭(ସୁନିତ୍‌ ମିଶ୍ର): ନିଜ ୨୪ ବର୍ଷ ଶାସନରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ଓଡ଼ିଶାକୁ କୌଣସି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ରାଜ୍ୟ ଭାବେ ଗଢ଼ି...

କୃଷି ବିଭାଗରେ ସରକାରୀ କାର୍ଯ୍ୟ ଓଡ଼ିଆ ଭାଷାରେ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୬।୭(ଶର୍ମିଷ୍ଠା ପାଣିଗ୍ରାହୀ): କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏହାର ନିର୍ଦ୍ଦେଶାଳୟ ଏବଂ ବିଭାଗ ଅଧିନରେ ଥିବା ଅନ୍ୟ ଅଧସ୍ତନ କାର୍ଯ୍ୟାଳୟଗୁଡିକରେ ସମସ୍ତ ସରକାରୀ କାର୍ଯ୍ୟ...

ଅଗ୍ନିବୀର ଯୋଜନା ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୨୬।୭: ଅଗ୍ନିବୀରଙ୍କୁ ପାଇଁ ବଡ଼ ଘୋଷଣା କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝି। ରାଜ୍ୟର ସବୁ ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରାଯିବ ବୋଲି ଘୋଷଣା...

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ...

ଆଳୁ ଦରକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ, ୨ ଦିନ ମଧ୍ୟରେ…

ଭୁବନେଶ୍ୱର,୨୬।୭: ଆଳୁ ଦର ସମୀକ୍ଷା ପରେ ଗଣମାଧ୍ୟମରେ ପ୍ରତିକ୍ରୟା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ୨ ଦିନ ମଧ୍ୟରେ ସମସ୍ୟାର ସମାଧାନ ହେବ କହଛନ୍ତି...

ବର୍ଷା ଅଭାବ: ଚାଷ ଜମିରେ ଚରିଲେ ଗୋରୁ

ଔପଦା, ୨୬।୭(ଧରିତ୍ରୀ ପଣ୍ଡା)-ଜୟ ଯବାନ, ଜୟ କିଷାନ ଧ୍ୱନିରେ ଚାଷ ଅଛି ଯାହାର, କି ଆନନ୍ଦ ତାହାର ଉକ୍ତିର ଆଜି ବିପରୀତ ଦେଖାଦେଇଛି। ଧାନ ଚାଷ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri