ପ୍ରକାଶ ପାଇଲା ପ୍ରାର୍ଥୀ ତାଲିକା: ମୌଳିକ ସୁବିଧା ଅଭାବକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୦।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ସରକାରୀ ସ୍ନାତକ ମହାବିଦ୍ୟାଳୟରେ ୨୦୨୬-୨୭ ଶିକ୍ଷାବର୍ଷ ପାଇଁ ଛାତ୍ର ସଂସଦ ଓ ବିଭିନ୍ନ ସଂସଦର ଚୟନ ପ୍ରକ୍ରିୟା ଆରମ୍ଭ ହୋଇଛି। ଏନେଇ ମହାବିଦ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ନଂ. ୩୭୩, ତାରିଖ ୦୯.୧୦.୨୦୨୬ ଅନୁଯାୟୀ ପ୍ରାରମ୍ଭିକ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ମହାବିଦ୍ୟାଳୟରେ ପ୍ରଥମ ଥର ପାଇଁ ଛାତ୍ର ସଂସଦ ଗଠନ ପ୍ରକ୍ରିୟା ଚାଲିଥିବାରୁ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଉତ୍ସାହ ଦେଖାଦେଇଛି। ତେବେ ପ୍ରତ୍ୟକ୍ଷ ନିର୍ବାଚନ ବଦଳରେ ଚୟନ ପ୍ରକ୍ରିୟାକୁ ନେଇ କିଛି ଛାତ୍ରୀଛାତ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି।
ମହାବିଦ୍ୟାଳୟ ପକ୍ଷରୁ ପ୍ରକାଶିତ ତାଲିକା ଅନୁଯାୟୀ, ସଭାପତି ପଦବୀ ପାଇଁ ବସନ୍ତ ମାଝୀ, ଲୋକେଶ୍ୱର ନାଏକ, ଯଦୁମଣି ନାଏକ, ଗିରିଜା ବାଗ ଓ ଯଶକେତନ ନାଏକ ନାମାଙ୍କନ ଦାଖଲ କରିଛନ୍ତି। ସେହିପରି ସହ-ସଭାପତି ପଦବୀ ପାଇଁ ନୁରୀତା ବାଗ, ପ୍ରିୟତମା ନାଏକ ଓ ରିଙ୍କି ନାଏକ ଆବେଦନ କରିଛନ୍ତି। ସାଧାରଣ ସମ୍ପାଦକ ପଦବୀ ପାଇଁ ମାଧବୀ ମାଝୀ, ପ୍ରମୋଦ କୁମାର ମାଝୀ ଓ ଭାଗ୍ୟବତୀ ନାଏକ ପ୍ରାର୍ଥୀ ହୋଇଥିବା ବେଳେ ନାଟକ ସଂସଦ ସମ୍ପାଦକ ପଦବୀ ପାଇଁ ଲିପ୍ସାରାଣୀ ନାଏକ ଓ ରଞ୍ଜିତା ନାଏକ ନାମାଙ୍କନ ଭରିଛନ୍ତି। କ୍ରୀଡ଼ା ସଂସଦ ସମ୍ପାଦକ ପଦବୀ ପାଇଁ ଡିମ୍ପଲ ନାଏକ ଓ ଦୀପକ ନାଏକ ଆବେଦନ କରିଛନ୍ତି।
ମହାବିଦ୍ୟାଳୟ ପକ୍ଷରୁ ଜାରି ସୂଚୀ ଅନୁଯାୟୀ, ଶନିବାର ସକାଳ ୧୦ଟାରୁ ଅପରାହ୍ଣ ୧ଟା ପର୍ଯ୍ୟନ୍ତ ପ୍ରାର୍ଥୀପତ୍ର ପ୍ରତ୍ୟାହାର କରାଯିବ। ଅପରାହ୍ଣ ୩ଟାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ। ଆସନ୍ତା ୧୫ରେ ଛାତ୍ରୀଛାତ୍ର, କର୍ମଚାରୀ ଓ ଅଧ୍ୟାପକଙ୍କ ଉପସ୍ଥିତିରେ ଚୟନ ପ୍ରକ୍ରିୟା ହେବା ସହ ସେହିଦିନ ଫଳାଫଳ ଘୋଷଣା କରାଯିବ। ୧୬ ତାରିଖରେ ନବନିର୍ବାଚିତ ଛାତ୍ର ପ୍ରତିନିଧିଙ୍କ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ ବୋଲି ଅଧ୍ୟକ୍ଷ ସୂଚନା ଦେଇଛନ୍ତି।

ଛାତ୍ର ସଂସଦ ଚୟନ ପ୍ରକ୍ରିୟାରେ ରାଜନୈତିକ ହସ୍ତକ୍ଷେପକୁ ନେଇ ମହାବିଦ୍ୟାଳୟର ଭାରପ୍ରାପ୍ତ ଅଧ୍ୟକ୍ଷ ସର୍ବେଶ୍ୱର ଉଠାନ ସିଂହ ସ୍ପଷ୍ଟୋକ୍ତି ରଖିଛନ୍ତି। ଉଚ୍ଚଶିକ୍ଷା ବିଭାଗର ନିର୍ଦ୍ଦେଶାବଳୀ ଓ ଲିଙ୍ଗଡୋ କମିଟିର ମାର୍ଗଦର୍ଶିକା ଅନୁଯାୟୀ ଚୟନ ପ୍ରକ୍ରିୟାରେ ରାଜନୈତିକ ଦଳର ହସ୍ତକ୍ଷେପ ଓ ଦଳୀୟ ରାଜନୀତିକୁ ଅନୁମତି ଦିଆଯିବ ନାହିଁ ବୋଲି ସେ କହିଛନ୍ତି। ଏନେଇ ପୁଲିସ ପ୍ରଶାସନ, ଏସ୍ପି ଓ ଜିଲ୍ଲାପାଳଙ୍କ ସ୍ତରରେ ମଧ୍ୟ ଅନଲାଇନ ମନିଟରିଂ କରାଯାଉଥିବା ସେ ସୂଚନା ଦେଇଛନ୍ତି।

ଛାତ୍ର ସଂସଦ ଚୟନକୁ ନେଇ ଉତ୍ସାହ ଥିବାବେଳେ ମହାବିଦ୍ୟାଳୟର ମୌଳିକ ସମସ୍ୟାକୁ ନେଇ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ ରହିଛି। ପ୍ରାୟ ୨୮୦ରୁ ୩୦୦ ଛାତ୍ରୀଛାତ୍ର ଅଧ୍ୟୟନ କରୁଥିବା ଏହି ମହାବିଦ୍ୟାଳୟର ନିଜସ୍ବ ସ୍ଥାୟୀ କୋଠା କିମ୍ବା କ୍ୟାମ୍ପସ ନ ଥିବା ଅଭିଯୋଗ ହୋଇଛି। ଗୋଟିଏ ଶ୍ରେଣୀଗୃହରେ ତିନୋଟି ବିଭାଗର ପାଠପଢ଼ା ଚାଲୁଥିବା ବେଳେ ଛାତ୍ରୀଙ୍କ ପାଇଁ ଶୌଚାଳୟ ଓ ବିଶୁଦ୍ଧ ପାନୀୟ ଜଳର ସୁବିଧା ନଥିବା ନେଇ ଅସନ୍ତୋଷ ପ୍ରକାଶ ପାଇଛି। ଏହାଦ୍ୱାରା ଛାତ୍ରୀମାନେ ବିଶେଷ ଅସୁବିଧାର ସମ୍ମୁଖୀନ ହେଉଥିବା କୁହାଯାଉଛି।

ଛାତ୍ର ପ୍ରତିନିଧି ଚୟନ ପରେ ଏହି ସମସ୍ୟାଗୁଡ଼ିକର ସମାଧାନ ପାଇଁ ସରକାର ଓ ପ୍ରଶାସନ ନିକଟରେ ଦାବି ଉପସ୍ଥାପନ କରିବାକୁ ଆଶା ରଖାଯାଇଛି। ସଭାପତି ପ୍ରାର୍ଥୀ ଗିରିଜା ବାଗ ଓ ଲୋକେଶ୍ୱର ନାଏକ, ସାଧାରଣ ସମ୍ପାଦକ ପ୍ରାର୍ଥୀ ମାଧବୀ ମାଝୀଙ୍କ ସମେତ କିଛି ଛାତ୍ରଛାତ୍ରୀ ଶୌଚାଳୟ, ସ୍ଥାୟୀ ଶ୍ରେଣୀଗୃହ ଓ କ୍ୟାମ୍ପସ ନିର୍ମାଣକୁ ପ୍ରାଥମିକତା ଦେଇଛନ୍ତି। ଛାତ୍ର ସଂସଦ ଗଠନ ମାଧ୍ୟମରେ ମହାବିଦ୍ୟାଳୟର ଦୀର୍ଘଦିନର ମୌଳିକ ସମସ୍ୟାର ସମାଧାନ ହୋଇପାରିବ କି ନାହିଁ, ତାହା ଏବେ ଦେଖିବାକୁ ବାକି ରହିଲା।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସିଦ୍ଧ ୟୁଟ୍ୟୁବର୍‌ ଧ୍ରୁବ ରାଠୀ ଅଟକ: ଜନ୍ତରମନ୍ତରରେ CJPର ପ୍ରତିବାଦ ଆରମ୍ଭ

ନୂଆଦିଲ୍ଲୀ,୧୦।୧୦: SIR ଏବଂ ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଆଜି ଦିଲ୍ଲୀର ଜନ୍ତରମନ୍ତରଠାରେ କକରୋଚ ଜନତା ପାର୍ଟି (CJP) ପକ୍ଷରୁ ପ୍ରତିବାଦ…

ମହିଳା ସୁପରଭାଇଜରଙ୍କ ଅବହେଳା ଅଭିଯୋଗ: ଅଙ୍ଗନବାଡ଼ି କେନ୍ଦ୍ରରେ ବଢ଼ୁଛି ସମସ୍ୟା

କେସିଙ୍ଗା, ୧୦।୧୦ (ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ସମନ୍ବିତ ଶିଶୁ ବିକାଶ ଯୋଜନା ଅଧୀନରେ ଥିବା ତୁଣ୍ଡଳା ସେକ୍ଟରର ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକର ପରିଚାଳନାକୁ ନେଇ ଅସନ୍ତୋଷ ପ୍ରକାଶ…

ଛାତ୍ର ସଂସଦ ନିର୍ବାଚନ, କଲେଜ କ୍ୟାମ୍ପସ୍‌ ସରଗରମ: ନାମାଙ୍କନ ନାକଚ୍‌, ଆଶାୟୀ ଅସନ୍ତୋଷ

ବରଗଡ଼,10।୧୦(ପ୍ରେମାନନ୍ଦ ଖମାରୀ):ଆସନ୍ତା ୧୫ତାରିଖ ଛାତ୍ର ସଂସଦ ନିର୍ବାଚନ। ଏହି ନିର୍ବାଚନ ଯେତିକି ପାଖେଇ ଆସୁଛି, କଲେଜ କ୍ୟାମ୍ପସ୍‌ ଗୁଡ଼ିକରେ ନିର୍ବାଚନୀ ବାତାବରଣ ସେତିକି ସରଗରମ ହୋଇ ପଡୁଛି।…

ହାରିବା ସତ୍ତ୍ୱେ ୩ ବଡ଼ ରେକର୍ଡ ଭାଙ୍ଗିଲା ଟିମ୍‌ ଇଣ୍ଡିଆ: ୩ ବ୍ୟାଟ୍‌ରଙ୍କ ବିସ୍ଫୋରକ ଇନିଂସ

ରାଞ୍ଚି,୧୦।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ଟିମ ଇଣ୍ଡିଆ ଦମ୍‌ଦାର ବ୍ୟାଟିଂ କରିଥିଲେ ମଧ୍ୟ ପରାଜୟବରଣ କରିଛି। ଭାରତୀୟ ବ୍ୟାଟରମାନେ ଚୌକା ଓ ଛକା ବର୍ଷା…

ଲଜ୍ଜାଜନକ ପରାଜୟ ପରେ ମୁହଁ ଖୋଲିଲେ ଶ୍ରେୟସ ଆୟର: ସୁଯୋଗ ହାତଛଡ଼ା…

ରାଞ୍ଚି,୧୦।୧୦: ଭାରତ-ୱେଷ୍ଟଇଣ୍ଡିଜ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ୨୪୯ ରନ କରି ମଧ୍ୟ ହାରିଯାଇଛି ଟିମ ଇଣ୍ଡିଆ। ରାଞ୍ଚିରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଭାରତ ପ୍ରଥମେ ବ୍ୟାଟିଂ କରି…

ସମଲେଶ୍ଵରୀଙ୍କ ଧବଳମୁଖୀ ବେଶ: ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼

ବରଗଡ଼,୧୦।୧୦(ପ୍ରେମାନନ୍ଦ ଖମାରୀ)- ଆଜି ମହାଳୟା । ଏହି ଅବସରରେ ବରଗଡର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ଭଗବତୀ ମାଁ ସମଲେଶ୍ବରୀ ଧବଳମୁଖୀ ବେଶରେ ଦର୍ଶନ ଦେଇଛନ୍ତି। ଏହି ବେଶରେ ଦେବୀଙ୍କୁ…

ଜୀବଜନ୍ତୁଙ୍କ ରଙ୍ଗ ପଛର ରହସ୍ୟ: ଖାଦ୍ୟରୁ ମିଳୁଛି ଆକର୍ଷଣୀୟ ରୂପ

ୱାଶିଂଟନ,୧୦ା୧୦:ଅନେକ ଜୀବଜନ୍ତୁ, ପକ୍ଷୀ ଓ ମାଛ ସେମାନଙ୍କର ନାଲି, ହଳଦିଆ, ନୀଳ, କମଳା ଆଦି ରଙ୍ଗ ପାଇଁ ବେଶ୍‌ ଆକର୍ଷଣୀୟ ହୋଇଥାନ୍ତି। କିନ୍ତୁ ଏହି ଜୀବମାନେ ଏତେ…

ବଡ଼ ଭୁଲ୍‌ କରିଦେଲେ ଶ୍ରେୟସ ଆୟର: ୨୪୯ ରନ କରି ମଧ୍ୟ ହାରିଲା ଟିମ ଇଣ୍ଡିଆ, ଜାଣନ୍ତୁ ପରାଜୟର ୩ ବଡ଼ କାରଣ

ରାଞ୍ଚି,୧୦।୧୦: ରାଞ୍ଚିରେ ରୋମାଞ୍ଚକର ମୁକାବିଲାରେ ୨୪୯ ରନ କରି ମଧ୍ୟ ପରାଜୟର ସାମ୍ନା କରିଛି ଟିମ ଇଣ୍ଡିଆ। ୱେଷ୍ଟଇଣ୍ଡିଜ ୨୫୦ ରନ୍‌ର ବିଶାଳ ଲକ୍ଷ୍ୟକୁ ସଫଳତାର ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?