Posted inଫୁରସତ

ପରୀକ୍ଷା ଦେବାକୁ ଆସି ପୁତ୍ର ସନ୍ତାନ ଜନ୍ମଦେଲେ ଛାତ୍ରୀ, ସ୍ୱାମୀ ନାମ ରଖିଲେ ‘ପରୀକ୍ଷା’

ମୁଜାଫରପୁର,୨୦ ।୨: ବିହାରର ମୁଜାଫରପୁର ଜିଲାରେ ଏମ୍‌ଡିଡିଏମ୍ ପରୀକ୍ଷା କେନ୍ଦ୍ରରେ ଜଣେ ଛାତ୍ରୀ ଶାନ୍ତି ଦେବୀ ପରୀକ୍ଷା ଦେଉଥିବା ସମୟରେ ଗର୍ଭଯନ୍ତ୍ରଣା ପାଇଥିଲେ । ଆମ୍ବୁଲାନ୍ସ ଯୋଗେ ତୁରନ୍ତ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ସନ୍ଧ୍ୟାରେ ସେ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଥିଲେ । ଉକ୍ତ ଶିଶୁର ପିତା ବିରଜୁ ଶହନି ପିଲାଟିର ନାମ ରଖିଛନ୍ତି ‘ପରୀକ୍ଷା’ । ଏବେ ଉଭୟ ମା’ ଓ ଶିଶୁ ସୁସ୍ଥ ଥିବା ଜଣାପଡିଛି । ଶାନ୍ତି କହିଛନ୍ତି ସେ ପାଠପଢି ଆଗକୁ ବଢିବାକୁ ଚାହୁଁଛନ୍ତି । ତେଣୁ ଆଗାମୀ ଦିନରେ ଦେବାକୁ ଥିବା ପରୀକ୍ଷା ମଧ୍ୟ ସେ ଦେବେ ବୋଲି କହିଛନ୍ତି । ତେବେ ପୁତ୍ର ସନ୍ତାନ ଜନ୍ମ ହେବା ଦିନ ସେ ଯେଉଁ ପରୀକ୍ଷା ଦେଇଛନ୍ତି ସେଥିରେ ସେ ଅବଜେକ୍ଟିଭ ପ୍ରଶ୍ନର ଉତ୍ତର ଦେଇଥିବା ବେଳେ ସବଜେକ୍ଟିଭ ପ୍ରଶ୍ନର ଉତ୍ତର ଦେଇପାରି ନାହାନ୍ତି । ତେବେ ଗର୍ଭ ଯନ୍ତ୍ରଣା ହେବା ଜାଣିବା ପରେ ତାଙ୍କ ନିକଟରେ ଥିବା ଅନ୍ୟ ଛାତ୍ରୀଛାତ୍ରମାନେ କେନ୍ଦ୍ର ଅଧିକ୍ଷକଙ୍କୁ ସୂଚନା ଦେବା ପରେ ତୁରନ୍ତ ତାକୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଜିଲାରେ କରୋନା ଆକ୍ରାନ୍ତ ଚିହ୍ନଟ: ସରକାର କହିଲେ…

ଭୁବନେଶ୍ୱର,୨୩ା୭(ସୁଚିସ୍ମିତା ସାହୁ): ଆନ୍ଧ୍ରପ୍ରଦେଶ ପରେ ଏବେ ଓଡ଼ିଶାରେ କରୋନା ବ୍ୟାପିବା ଆଶଙ୍କା ଦେଖାଦେଇଛି। ଗଞ୍ଜାମ ଜିଲାରେ ଜଣେ ଆକ୍ରାନ୍ତ ରହିଥିବା କୋଭିଡ୍‌ ଡ୍ୟାସ୍‌ବୋର୍ଡରେ ଦର୍ଶାଯାଇଥିବାବେଳେ ମଙ୍ଗଳବାର ଏମ୍‌କେସିଜି…

ଭାରତୀୟ ପାଣିପାଗ ବିଭାଗର ବଡ଼ ପୂର୍ବାନୁମାନ: ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨୩ା୭ (ସୌମ୍ୟରଞ୍ଜନ ରାଉତ): ରାଜ୍ୟରେ ବର୍ଷା ପ୍ରକୋପ ଜାରି ରହିଛି। ଲଗାଣ ବର୍ଷା ଯୋଗୁ ବିଭିନ୍ନ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିବା ବେଳେ ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଇରାନ୍‌ ଯୁଦ୍ଧରେ ଆମେରିକାର ଖର୍ଚ୍ଚ ହୋଇଛି ଏତେ ଡଲାର, ଜାଣିଲେ ହୋଇଯିବେ ତାଜୁବ

ୱାଶିଂଟନ, ୨୩ା୭: ଇରାନ୍‌ ବିରୋଧରେ ଚାଲିଥିବା ଯୁଦ୍ଧରେ ଆମେରିକାର ଏପର୍ଯ୍ୟନ୍ତ ପ୍ରାୟ ୩୭.୫ ବିଲିୟନ ଡଲାର (ପ୍ରାୟ ୩.୧ ଲକ୍ଷ କୋଟି ଟଙ୍କା) ଖର୍ଚ୍ଚ ହୋଇସାରିଛି। ଆମେରିକା…

ମାଲକାନଗିରିରେ ପରୀକ୍ଷାମୂଳକ ବିମାନ ଉଡ଼ାଣ ସଫଳ

ମାଲକାନଗିର,୨୩।୭ (ଦୁର୍ଯ୍ୟୋଧନ ପାତ୍ର/ ଗୌରୀଶଙ୍କର ପଣ୍ଡା): ମାଲକାନଗିରି ଜିଲାବାସୀଙ୍କ ଦୀର୍ଘ ଦିନର ସ୍ବପ୍ନ ସାକାର ହେବାକୁ ଯାଉଛି। ଜିଲା ପ୍ରଶାସନ ଏବଂ ଓଡ଼ିଶା ସରକାରଙ୍କ ବେସାମରିକ ବିମାନ…

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ବିଦ୍ରୋହ ମଧ୍ୟରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ବୟାନ, ‘୨୯ ଜୁଲାଇ ସମସ୍ତଙ୍କ ପାଇଁ….’

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଶିକ୍ଷା ମନ୍ତ୍ରୀମାନଙ୍କ ଏକ ସମ୍ମିଳନୀରେ ବୁଧବାର ଦିନ ଉଦବୋଧନ ଦେଇଥିଲେ। ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri