ପ୍ରାର୍ଥୀ, ନେତାଙ୍କ ଚରିତ୍ରସଂହାର ମନା

ଜଗତ୍‌ସିଂହପୁର ଅଫିସ, ୯ା୩: ପୌର ନିର୍ବାଚନ ନିମନ୍ତେ ଫେବୃୟାରୀ ୨୫ରୁ ମାର୍ଚ୍ଚ ୨୬ ପର୍ଯ୍ୟନ୍ତ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଛି। ଏହି ସମୟ ମଧ୍ୟରେ କୌଣସି ଧର୍ମାନୁଷ୍ଠାନ, ସରକାରୀ କାର୍ଯ୍ୟାଳୟ, ଶିକ୍ଷାନୁଷ୍ଠାନରେ ନିର୍ବାଚନୀ ବୈଠକ, ମତ ପ୍ରଚାର କିମ୍ବା କର୍ମୀ ସମ୍ମିଳନୀ କରାଯାଇପାରିବ ନାହିଁ। ନିର୍ବାଚନୀ ସଭା ଓ ଶୋଭାଯାତ୍ରା ନିମନ୍ତେ ନିର୍ବାଚନ ଅଧିକାରୀଙ୍କଠାରୁ ପୂର୍ବରୁ ଅନୁମତି ନେବାକୁ ପଡ଼ିବ। ସ୍ଥାନୀୟ ପୋଲିସ ଓ ମାଜିଷ୍ଟ୍ରେଟଙ୍କୁ ଏହି ସଭା ଓ ଶୋଭାଯାତ୍ରା ସମ୍ପର୍କରେ ଆଗରୁ ଅବଗତ କରାଯିବ। କୌଣସି ପ୍ରାର୍ଥୀ ଓ ନେତାଙ୍କ ଚରିତ୍ର ସଂହାର କରିପାରିବେ ନାହିଁ। କେବଳ ଏତିକି ନୁହେଁ ସରକାରୀ କାର୍ଯ୍ୟାଳୟ ଓ ବ୍ୟକ୍ତି ବିଶେଷଙ୍କ ଘର ସମ୍ମୁଖରେ ପିକେଟିଂ କରିହେବ ନାହିଁ। ମଙ୍ଗଳବାର ପୂର୍ବାହ୍ନରେ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସର ସଦ୍‌ଭାବନା ସଭାଗୃହରେ ଜିଲାରେ ପୌର ନିର୍ବାଚନ ସ୍ବଚ୍ଛ, ଅବାଧ, ନିରପେକ୍ଷ ଓ ଶାନ୍ତି ଶୃଙ୍ଖଳାର ସହ ପରିଚାଳନା ନିମନ୍ତେ ବିଭିନ୍ନ ରାଜନୈତିକ ଦଳ ପ୍ରତିନିଧିମାନଙ୍କୁ ନେଇ ଅନୁଷ୍ଠିତ ବୈଠକରେ ଏହା କୁହାଯାଇଛି। ସରକାରୀ କାର୍ଯ୍ୟାଳୟ, ଶିକ୍ଷାନୁଷ୍ଠାନ, ଧର୍ମାନୁଷ୍ଠାନ, ସର୍ବସାଧାରଣ ରାସ୍ତାରେ ପୋଷ୍ଟର, ବ୍ୟାନର, ପାମ୍ପଲେଟ୍‌, ହୋଡିଂ, ୱାଲ ରାଇଟିଂ ଆଦି ନିଷେଧ କରାଯାଇଛି। ନିର୍ବାଚନ ନିମନ୍ତେ ବ୍ୟବହୃତ ପୋଷ୍ଟର, ବ୍ୟାନର ଆଦି ଛପା ମୁଦ୍ରଣରେ ପ୍ରିଣ୍ଟର ଓ ପ୍ରକାଶକଙ୍କ ନାମ ଉଲ୍ଲେଖ ରହିବ। ମାର୍ଚ୍ଚ ୨୨ ଅପରାହ୍ନ ୫ଟାରୁ ୨୬ ତାରିଖ ପର୍ଯ୍ୟନ୍ତ ସମ୍ପୃକ୍ତ ପୌରାଞ୍ଚଳରେ କୌଣସି ଦେଶୀ ଓ ବିଦେଶୀ ମଦ ବିକ୍ରି ଓ ବ୍ୟବହାର ଉପରେ ରାଜ୍ୟ ନିର୍ବାଚନ ଆୟୋଗ କଟକଣା ଜାରି କରିଛନ୍ତି। ବୈଠକରେ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ପାରୁଲ ପଟୱାରୀ ଜଗତ୍‌ସିଂହପୁର ଓ ପାରାଦୀପ ପୌର ପରିଷଦ ନିର୍ବାଚନ ଯେପରି ଅବାଧ ଓ ନିରପେକ୍ଷ ହେବ ସେନେଇ ରାଜନୈତିକ ଦଳର ପ୍ରତିନିଧି ଓ କର୍ମକର୍ତ୍ତାମାନଙ୍କ ସହଯୋଗ କାମନା କରିଥିଲେ। ଆଦର୍ଶ ଆଚରଣ ବିଧି ତଦାରଖ ନିମନ୍ତେ ନୋଡାଲ ଅଧିକାରୀ ଭାବେ ଡିଆର୍‌ଡିଏ ପ୍ରକଳ୍ପ ନିର୍ଦ୍ଦେଶକ ସରୋଜକାନ୍ତ ମହାନ୍ତିଙ୍କୁ ଦାୟିତ୍ୱ ଦିଆଯାଇଥିବା ଜିଲାପାଳ ପ୍ରକାଶ କରିଛନ୍ତି। ବୈଠକରେ ଜିଲାର ସାଧାରଣ ପର୍ଯ୍ୟବେକ୍ଷକ ତଥା କୃଷି ଓ କୃଷକ ସଶକ୍ତିକରଣ ସ୍ବତନ୍ତ୍ର ସଚିବ ମଧୁସୂଦନ ମିଶ୍ର ଉପସ୍ଥିତ ରହି ଶାନ୍ତି ଓ ଶୃଙ୍ଖଳା ଉପରେ ଗୁରୁତ୍ୱାରୋପ କରିଥିଲେ। ଲାଉଡ୍‌ସ୍ପିକର ବ୍ୟବହାର ନିମନ୍ତେ ଉପଜିଲାପାଳଙ୍କଠାରୁ ଅନୁମତି ନେବାକୁ ପଡ଼ିବ। ରାତି ୮ଟାରୁ ସକାଳ ୭ଟା ପର୍ଯ୍ୟନ୍ତ ଲାଉଡ୍‌ସ୍ପିକର ବ୍ୟବହାର ମନା। ନିର୍ବାଚନ ଶେଷ ହେବାର ୪୮ ଘଣ୍ଟା ପୂର୍ବରୁ ଲାଉଡ୍‌ସ୍ପିକର ବ୍ୟବହାର ବନ୍ଦ ରହିବ। ବୈଠକରେ ଜଗତ୍‌ସିଂହପୁର ଓ ପାରାଦୀପ ପୌର ପରିଷଦ ନିର୍ବାଚନ ଅଧିକାରୀଦ୍ୱୟଙ୍କ ସମେତ ଅତିରିକ୍ତ ଜିଲାପାଳ ସଚିଦାନନ୍ଦ ସାହୁ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

SIM କାର୍ଡ ନିୟମରେ ବଡ଼ ପରିବର୍ତ୍ତନ! କାଲିଠୁ ଏମାନଙ୍କର କଟିଯିବ କନେକ୍ସନ…

ଯଦି ଆପଣଙ୍କ ନାମରେ ଏକାଧିକ ମୋବାଇଲ୍ ସିମ୍ କାର୍ଡ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ନିର୍ଦ୍ଧାରିତ ସୀମାଠାରୁ ଅଧିକ ମୋବାଇଲ୍…

କ୍ୟାରିଅର ଶେଷ! ଭାରତୀୟ କ୍ରିକେଟରଙ୍କ ଅବସର ଘୋଷଣା, ଟେଷ୍ଟ, ODI,T20 ଫର୍ମାଟରେ ଟିମ ଇଣ୍ଡିଆ ପାଇଁ କରିଛନ୍ତି ଚମତ୍କାର ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୮: ଗୋଟିଏ ଟେଷ୍ଟ, ଦୁଇଟି ଦିନିକିଆ ଏବଂ ଗୋଟିଏ ଟି-୨୦ରେ ଭାରତର ପ୍ରତିନିଧିତ୍ୱ କରିଥିବା ଲେଗ-ସ୍ପିନର କର୍ଣ୍ଣ ଶର୍ମା ଅନ୍ତର୍ଜାତୀୟ ଏବଂ ଭାରତୀୟ ଘରୋଇ କ୍ରିକେଟରୁ ଅବସର…

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri