ବ୍ରଜରାଜନଗର ଉପନିର୍ବାଚନ: ଫଳାଫଳ ନେଇ ପ୍ରାର୍ଥୀଙ୍କ ଉତ୍କଣ୍ଠା

ଝାରସୁଗୁଡ଼ା ଅଫିସ,୩ା୬: ବ୍ରଜରାଜନଗର ଉପନିର୍ବାଚନ ଶେଷ ହୋଇଥିବାବେଳେ ଫଳାଫଳକୁ ନେଇ ପ୍ରାର୍ଥୀଙ୍କ ମଧ୍ୟରେ ଉତ୍କଣ୍ଠା ଦେଖାଦେଇଛି। ହାତୀ କାହା ମୁଣ୍ଡରେ ସୁନାକଳସ ଢାଳିବ ତାହା ଜାଣିବା ପାଇଁ ଆଉ ମାତ୍ର କେଇଘଣ୍ଟାର ଅପେକ୍ଷା। ଶୁକ୍ରବାର ସକାଳ ୮ଟାରୁ ଝାରସୁଗୁଡ଼ା ଇଞ୍ଜିନିୟରିଂ ସ୍କୁଲ୍‌ ପରିସରରେ ଭୋଟ୍‌ ଗଣତି ଆରମ୍ଭ ହେବ ଏବଂ ଅପରାହ୍ନରେ ଫଳାଫଳ ଘୋଷଣା ହେବ। ଫଳାଫଳକୁ ନେଇ ରାଜନୈତିକ ସମୀକ୍ଷକ ଓ ଦଳୀୟ ନେତୃବୃନ୍ଦଙ୍କ ମଧ୍ୟରେ ଅଙ୍କକଷା ଚାଲିଛି। କିଏ ବିଜେଡି ତ ଆଉ କିଏ ଭାଜପା ଓ କଂଗ୍ରେସ ସପକ୍ଷରେ ମତ ଦେଉଛନ୍ତି। ବିଜେଡି ନେତୃବୃନ୍ଦ ୫୦ହଜାରରୁ ଅଧିକ ଭୋଟ ବ୍ୟବଧାନରେ ଦଳୀୟ ପ୍ରାର୍ଥୀ ବିଜୟୀ ହେବେ ବୋଲି କହୁଛନ୍ତି। ହେଲେ ବିରୋଧୀ ଏହାକୁ ସହଜରେ ଗ୍ରହଣ ନ କରି ସେମାନେ ବିଜୟୀ ହେବା ଆଶା ରଖିଥିବା କହୁଛନ୍ତି। ପ୍ରତିଦ୍ୱନ୍ଦିତାରେ ବିଜେଡିର ପୂର୍ବତନ ବିଧାୟକ ସ୍ବର୍ଗତ କିଶୋର ମହାନ୍ତିଙ୍କ ସ୍ତ୍ରୀ ଅଳକା ମହାନ୍ତି, ଭାଜପାର ପୂର୍ବତନ ବିଧାୟିକା ରାଧାରାଣୀ ପଣ୍ଡା, କଂଗ୍ରେସର ପୂର୍ବତନ ବାଚସ୍ପତି କିଶୋର ଚନ୍ଦ୍ର ପଟେଲ, ସିପିଆଇର ରମେଶ ତ୍ରିପାଠୀଙ୍କ ସମେତ ସମୁଦାୟ ୧୧ଜଣ ପ୍ରାର୍ଥୀ ରହିଛନ୍ତି। ଏଥିରେ ସ୍ବାଧୀନ ପ୍ରାର୍ଥୀ ବିଜୟୀ ନ ହେଲେ ମଧ୍ୟ ଦଳୀୟ ପ୍ରାର୍ଥୀଙ୍କ ହାରଜିତକୁ ନେଇ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ ବୋଲି ଏଠାରେ ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

ନଦୀରେ ଗାଧୋଉଥିବାବେଳେ ଆକ୍ରମଣ କଲା କୁମ୍ଭୀର, ଆଉ ତା’ ପରେ…

କଳିଙ୍ଗନଗର,୧ା୪(ଶୁଭାଶିଷ ରାଉତ): ଯୋକଡିଆ ପାଟିଆ ନଈରେ କୁମ୍ଭୀର ଆକ୍ରମଣରେ ଜଣେ ଶ୍ରମଜୀବୀ ଗୁରୁତର ଆହତ ହୋଇଛନ୍ତି। ସୌଭାଗ୍ୟ କ୍ରମେ ଅଳ୍ପକେ ବର୍ତ୍ତିଯାଇଛି ତାଙ୍କ ଜୀବନ। ଯାଜପୁର ଜିଲା…

ANM ସ୍ତ୍ରୀଙ୍କୁ ମାରି ନିଆଁ ଲଗାଇବା ବେଳେ ନିଜେ ଜଳିଯାଇଥିଲେ, ଅର୍ଦ୍ଧଦଗ୍ଧ ସ୍ବାମୀରବି ହେଲା ମୃତ୍ୟୁ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମୃତ୍ୟୁ ଘଟଣା…

ଥାନାରେ ପଶି ଥାନାଧିକାରୀଙ୍କୁ ଗାଳିଗୁଲଜ କରି ଯୁବକ ଦେଲେ ହତ୍ୟା ଧମକ, ଭଦ୍ରଲୋକ ହୋଇ ଥାନାକୁ ଆସିଲେ,

ଉଦଳା,୧।୪(ସନ୍ତୋଷ କୁମାର ବାଛିନୀ): ଥାନାରେ ପଶି ହଙ୍ଗାମା କଲେ ଯୁବକ । ମହିଳା ଥାନା ଅଧିକାରୀଙ୍କ ସହିତ ଅନ୍ୟ ମହିଳା ଅଧିକାରୀଙ୍କୁ ଦୁର୍ବ୍ୟବହାର କରିଲେ ଯୁବକ। କପ୍ତିପଦା…

ଘୁମୁସରରୁ ଆରମ୍ଭ ହୋଇଥିଲା ପ୍ରଥମ ଆନ୍ଦୋଳନ, ଓଡ଼ିଆ ଭାଷା ଆନ୍ଦୋଳନରୁ ହିଁ…

ଭଞ୍ଜନଗର,୧ା୪(ବାବୁଲା ପ୍ରଧାନ): ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ଉପରେ ବୁଧବାର ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସହରରେ ଅନେକ କାର୍ଯ୍ୟକ୍ରମ ହୋଇଥିଲା। ସକାଳେ ଉପଜିଲାପାଳ ଉମାଶଙ୍କର ବେହେରା,…

ବାମୁନି ଗ୍ରାମରେ ମରିଲେଣି ୨୫ରୁ ଉର୍ଦ୍ଧ୍ବ ଗୋରୁ, ମକା କାରଖାନାକୁ ଦାୟୀ କରୁଛନ୍ତି ଗ୍ରାମବାସୀ

ନବରଙ୍ଗପୁର,୧।୪(ସଦାଶିବ ପ୍ରହରାଜ): ମକା କାରଖାନାରୁ ବାହାରୁଛି ଦୂଷିତ ପାଣି । ତେବେ ଏହା ପିଇ ୨୫ରୁ ଉର୍ଦ୍ଧ୍ବ ଗାଈ, ବଳଦ, ବାଛୁରୀର ମୃତ୍ୟୁ ହୋଇଥିବା ଅଭିଯୋଗ କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri