ନୂଆପଡ଼ାରେ ସାଇକେଲରେ ବୁଲି ଭୋଟ ଭିକ୍ଷା କରୁଛନ୍ତି ପ୍ରାର୍ଥୀ

ନୂଆପଡ଼ା,୧ା୧୧ (ମକାରୁ ବେମାଲ):ନୂଆପଡ଼ା ଉପନିର୍ବାଚନରେ ସମାଜବାଦୀ ପାର୍ଟିରୁ ପ୍ରାର୍ଥୀ ହୋଇଥିବା ରମାକାନ୍ତ ହାତୀ ନିଆରା ଢଙ୍ଗରେ ପ୍ରଚାରକରି ଭୋଟ ଭିକ୍ଷା କରୁଛନ୍ତି ା ସେ ଏକ ପୁରୁଣା ସାଇକେଲରେ ଗାଁ ଗାଁ ବୁଲି ଲୋକଙ୍କ ଆଗରେ ବିଭିନ୍ନ ପ୍ରସଙ୍ଗ ରଖୁଛନ୍ତି। ସ୍ବାଧୀନତାର ଦୀର୍ଘ ଦଶନ୍ଧି ପରେ ମଧ୍ୟ ଶିକ୍ଷା କ୍ଷେତ୍ରରେ ଜିଲା ପଛରେ ରହିଛି। ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ଯୋଗୁ ରୋଗୀ ଦୂରଦୂରାନ୍ତକୁ ଯାଇ ହଇରାଣ ହେଉଛନ୍ତି। ଏହାର ସମାଧାନ ପାଇଁ ସେ ପ୍ରତିଶ୍ରୁତି ଦେଇଥିଲେ। କୃଷି ଓ କୃଷକଙ୍କ ସାମଗ୍ରିକ ବିକାଶକୁ ପ୍ରାଥମିକତା ସହ କୃଷିଭିତ୍ତିକ ଶିଳ୍ପ ପ୍ରତିଷ୍ଠା ଲକ୍ଷ୍ୟ ରହିଛି। ଜିଲାର ଅନେକ ଗାଁକୁ ଭଲ ରାସ୍ତା ନ ଥିବାବେଳେ ପକ୍କା ସଡକ ନିର୍ମାଣ କରାଇବା ପାଇଁ ସଂକଳ୍ପ ନେଇଛି। ନୂଆପଡ଼ାରେ ବେରୋଜଗାରୀ ସମସ୍ୟା ଯୋଗୁ ବହୁ ଶ୍ରମିକ ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଉଛନ୍ତି। ସେମାନଙ୍କୁ ରୋଜଗାର ଯୋଗାଇଦେବା ପାଇଁ ଉଦ୍ୟମ ରହିବ। ସେହିପରି ପଛୁଆବର୍ଗଙ୍କ ହକ୍‌ ଓ ସାମ୍ବିଧାନିକ ଅଧିକାର ପାଇଁ ଅବିରତ ସଂଘର୍ଷ ଜାରି ରହିବ। ଘରେ ଘରେ ବିଶୁଦ୍ଧ ପାନୀୟ ଜଳ ଯୋଗାଇବା ପାଇଁ ପ୍ରତିଶ୍ରୁତି ଦେଇଥିଲେ। ପଛୁଆ ବର୍ଗ, ଦଳିତ, ଆଦିବାସୀଙ୍କ ମୌଳିକ ଅଧିକାର ପାଇଁ କାମ କରିବେ ବୋଲି ପ୍ରାର୍ଥୀ ହାତୀ ଲୋକଙ୍କୁ ପ୍ରତିଶ୍ରୁତି ଦେଇଥିଲେ। ପ୍ରଚାର ସମୟରେ ସମାଜବାଦୀ ରାଜ୍ୟ ସଭାପତି ଶିବ ହାତୀ, ଜିଲା ସଭାପତି ଦିକପାଲ ନାଗ, ସୋସିଆଲ ମିଡିଆ ରାଜ୍ୟ ପ୍ରଭାରୀ ପ୍ରତାପ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ ା

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ୟୁରୋପରେ ସାଂଘାତିକ ‘ହିଟ୍‌-ଡୋମ୍‌’

ଲଣ୍ଡନ, ୨୫ା୬ (ଏପି): ସମଗ୍ର ପଶ୍ଚିମ ୟୁରୋପରେ ସୃଷ୍ଟି ହୋଇଥିବା ‘ହିଟ୍‌-ଡୋମ୍‌’ (ଉତ୍ତପ୍ତ ବାୟୁ ବଳୟ) ଯୋଗୁ ବ୍ରିଟେନ, ଫ୍ରାନ୍ସ, ଇଟାଲୀ ଏବଂ ସ୍ପେନ୍‌ ଭଳି ପ୍ରମୁଖ…

ରାଜ୍ୟର ଏସବୁ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା! ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୨୪ା୬(ସୌମ୍ୟରଞ୍ଜନ ରାଉତ)- ରାଜ୍ୟର ସବୁ ଜିଲାକୁ ଛୁଇଁବା ପରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଧିକ ସକ୍ରିୟ ହୋଇଛି। ଖରା, ଗରମ ସହ କଁା ଭଁା କିଛି କିଛି…

ସୀମା ଟପିଲାଣି ସରକାରୀ ବହିରେ ତ୍ରୁଟି: ଇଂଲିଶ ବହିରେ ଓଡ଼ିଆ ରଜ ଗୀତ

ଭୁବନେଶ୍ୱର,୨୪ା୬(ସୁଚିସ୍ମିତା ସାହୁ): ଜାତୀୟ ଶିକ୍ଷାନୀତି -୨୦୨୦ ଆଧାରରେ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରସ୍ତୁତ ପ୍ରଥମରୁ ଅଷ୍ଟମ ଶ୍ରେଣୀର ନୂଆ ବହିରେ ତ୍ରୁଟି ସୀମା ଟପିଲାଣି। ପୂର୍ବରୁ ବ୍ୟାକରଣ,…

ବିକାଶମୂଳକ କାର୍ଯ୍ୟକୁ ଆହୁରି ତ୍ୱରାନ୍ୱିତ କରିବା ଆମର ମୁଖ୍ୟ ଲକ୍ଷ୍ୟ: ରାଜସ୍ବ ମନ୍ତ୍ରୀ

ଭବାନୀପାଟଣା,୨୪।୬(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାକୁ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଝାରୀ ଦିନିକିଆ ଗସ୍ତରେ ଆସିଥିଲେ। ଏହି ସମୟରେ ଭବାନୀପାଟଣା ସ୍ଥିତ ଜିଲା…

ପାସପୋର୍ଟକୁ ନେଇ ବୈଦେଶିକ ମନ୍ତ୍ରଣାଳୟର ବଡ଼ ସୂଚନା, ନାଗରିକତାର….

ନୂଆଦିଲ୍ଲୀ,୨୪।୬: ଭାରତୀୟ ପାସପୋର୍ଟ ନାଗରିକତା ପ୍ରମାଣିତ କରିବାର ଏକ ଦସ୍ତାବିଜ ନୁହେଁ, ଏହା ସମ୍ପୂର୍ଣ୍ଣ ଭାବରେ ଏକ ଯାତ୍ରା(ଟ୍ରାଭେଲ) ଡକ୍ୟୁମେଣ୍ଟ । ନାଗରିକତାର ପ୍ରମାଣ ଭାବରେ କିମ୍ବା ସରକାରୀ…

କାଦୁଅ ବିଲରୁ ଉଦ୍ଧାର ହୋଇଥିଲା ମୁହଁ ମାଡ଼ି ପଡ଼ିଥିବା ମହିଳାଙ୍କ ମୃତଦେହ, ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ସ୍ପଷ୍ଟ କଲେ ଅତିରିକ୍ତ SP

ହାଟଡିହୀ,୨୪।୬(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ସୋସୋ ଥାନା ବାଲିଆ ଅଞ୍ଚଳର ଏକ ବିଲରୁ ଜଣେ ଅଚିହ୍ନା ମହିଳାଙ୍କ ମୃତଦେହ ଉଦ୍ଧାର ହେବା ଘଟଣାରେ ଏକ ବଡ଼ ଖୁଲାସା…

ବଜ୍ରାଘାତ ପରେ ଘରେ ଫୁଟିଲା ବାଣ; ବିସ୍ଫୋରଣରେ ପୁଅର ମୃତ୍ୟୁ, ବାପା-ମା’ଙ୍କ ସହ ୩ ଗୁରୁତର

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଭୟାବହ ବାଣ ବିସ୍ଫୋରଣ ଘଟିଛି। ଗ୍ରାମର ପାଣିଟାଙ୍କି ରୋଡ଼୍‌ରେ ଥିବା…

ବୈଭବଙ୍କୁ ଟିମ୍‌ ଇଣ୍ଡିଆର ଡ୍ରେସିଂ ରୁମ୍‌ ମନା, ଦଳଠାରୁ ରହିବେ ଅଲଗା; ICCର ନିୟମକୁ ନେଇ… 

ନୂଆଦିଲ୍ଲୀ,୨୪।୬: ବୈଭବ ସୂର୍ଯ୍ୟବଂଶୀ ଟିମ୍‌ ଇଣ୍ଡିଆ ସହିତ ଆୟରଲ୍ୟାଣ୍ଡରେ ପହଞ୍ଚି ସାରିଛନ୍ତି। ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ ପରେ ଭାରତୀୟ ଦଳକୁ ଇଂଲଣ୍ଡ ଗସ୍ତରେ ଯିବାର ଅଛି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri