ଭୋଟରଙ୍କୁ ମନାଇବାରେ ଲାଗିଛନ୍ତି ପ୍ରାର୍ଥୀ

ଭଣ୍ଡାରିପୋଖରୀ,୧୧।୨(ଡି.ଏନ.ଏ.): ପଞ୍ଚାୟତ ନିର୍ବାଚନ ଯେତେ ପାଖେଇ ଆସୁଛି, ପ୍ରାର୍ଥୀମାନେ ଭୋଟ୍‌ ପାଇଁ ଦୁଆର ଦୁଆର ବୁଲି ପ୍ରଚାରକୁ ସେତେ ସରଗରମ କରୁଛନ୍ତି। ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକର ଷୋଳମପୁର ପଞ୍ଚାୟତରେ ସରପଞ୍ଚ ଓ ସମିତିସଭ୍ୟ ପାଇଁ ତ୍ରିମୁଖୀ ପ୍ରତିଦ୍ୱନ୍ଦ୍ୱିତା ହେଉଛି। ବିଜେଡିର ଅସନ୍ତୁଷ୍ଟ ତଥା ପୂର୍ବତନ ଯୁବ ସଭାପତି ସୁରଥ ଦାସ ସ୍ବାଧୀନ ପ୍ରାର୍ଥୀ ଭାବେ ମଇଦାନକୁ ଓହ୍ଲାଇଥିବା ବେଳେ ତାଙ୍କ ସହ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି ବିଜେଡି ସମର୍ଥିତ ପ୍ରାର୍ଥୀ ପରମାନନ୍ଦ ନାୟକ ଓ ଭାଜପା ସମର୍ଥିତ ପ୍ରାର୍ଥୀ ଅବିନାଶ ନାୟକ। ପଞ୍ଚାୟତରେ ବିଜେଡି ସଙ୍ଗଠନକୁ ଦୀର୍ଘଦିନ ଧରି ସମ୍ଭାଳି ରଖିଥିବା ପଞ୍ଚାୟତସ୍ତରୀୟ ନେତାଙ୍କୁ ଦଳ ପ୍ରତ୍ୟାଖ୍ୟାନ କରି ପରମାନନ୍ଦଙ୍କୁ ମନୋନୀତ କରିବାରୁ ସୁରଥ କଂଗ୍ରେସ ସହ ବୁଝାମଣା କରି ସରପଞ୍ଚ ପ୍ରାର୍ଥୀ ହୋଇଛନ୍ତି। ସେହିପରି ଅଣସଂରକ୍ଷିତ ମହିଳାଙ୍କ ପାଇଁ ଉଦ୍ଦିଷ୍ଟ ସମିତିସଭ୍ୟ ପଦ ଲାଗି କଂଗ୍ରେସ ସମର୍ଥିତ ପ୍ରାର୍ଥୀ ଭାବେ ମାମିଲତା ଜେନା, ବିଜେଡି ସମର୍ଥିତ ପ୍ରାର୍ଥୀ ରଶ୍ମିତା ଜେନା ଓ ଭାଜପା ସମର୍ଥିତ ପ୍ରାର୍ଥୀ ଭାବେ ସୁଚିସ୍ମିତା ପଣ୍ଡା ଛିଡ଼ା ହୋଇଛନ୍ତି। ପ୍ରାର୍ଥୀମାନେ ପ୍ରଚାରକୁ ଜୋରଦାର କରି ଭୋଟରଙ୍କ ପାଖକୁ ଯାଇ ନିଜ ସପକ୍ଷରେ ମନାଇବାରେ ଲାଗିପଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ...

ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ

ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ):  ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri